ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରିହାତିରେ ବିଜୁଳି ବିଲ୍‌…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି ।

ଏନେଇ ନୂଆ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବାକୁ କ୍ୟାବିନେଟରେ ମୋହର ବାଜିଛି। ଅନୁସୂଚିତ ଜାତି ଜନଜାତି ବର୍ଗଙ୍କ ପାଇଁ ବିନିଯୋଗ ପୁଞ୍ଜିର ୬୦% ଛାଡ଼ କରାଯାଇଛି। ଏପରିକି ସର୍ବାଧିକ ୬ କୋଟି ୫୦ ଲକ୍ଷ ପର୍ଯ୍ୟନ୍ତ ରିହାତି ଦେବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାଧାରଣ ବର୍ଗଙ୍କୁ ମଧ୍ୟ ୫୦% ପର୍ଯ୍ୟନ୍ତ ସବସିଡି ପ୍ରଦାନ କରିବୁ। ଶୀତଳ ଭଣ୍ଡାର ପାଇଁ ପ୍ରଥମ ଦିନରୁ ବିଜୁଳି ବିଲ୍‌ ରିହାତିରେ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

୬୭୯୪ ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ହେବ ବୋଲି କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଯେଉଁଥିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ପିଲା ପାଠ ପଢି ପାରିବେ । ଆସନ୍ତା ୪ ବର୍ଷ ମଧ୍ୟରେ ଆଦର୍ଶ ବିଦ୍ୟାଳୟ କାମ ସରିବ । ହାଇସ୍କୁଲର ଫିଡର ସ୍କୁଲ ଭାବରେ ଏହା କାର୍ଯ୍ୟ କରିବ । ପ୍ରତି ବିଦ୍ୟାଳୟ ପିଛା ମୋଟ ୪-୫ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । 5T ନାଁରେ ରୂପାନ୍ତରୀକରଣ କରି ସ୍ମାର୍ଟ ସ୍କୁଲ ଯୋଜନା ଠିକ ନ ଥିଲା। ଡିପିଆର ପ୍ରସ୍ତୁତ ହୋଇ ନ ଥିଲା କି ଏଷ୍ଟିମେଟ ହୋଇ ନ ଥିଲା। ପିଲାମାନଙ୍କ ଭବିଷ୍ୟତ ପ୍ରତି ଏହା ଧୋକ୍କା ହୋଇଥିଲା। ତେଣୁ ଆଜି ପ୍ରତି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ପାଇଁ ନିଷ୍ପତ୍ତି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଷୋଡ଼ଶ ଅର୍ଥ କମିଶନଙ୍କ ପାଖରେ ୧୨,୫୬,୧୪୮ କୋଟି ଦାବି କରିବୁ। ଏନେଇ ଆଜି କ୍ୟାବିନେଟରେ ପ୍ରସ୍ତାବ ପାରିତ ହୋଇଛି। ଏହି ଅର୍ଥ ୨୦୨୬ରୁ ୨୦୩୧ ମଧ୍ୟରେ ଖର୍ଚ୍ଚ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri