Posted inରାଜ୍ୟ

ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର,୨୪।୪: ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। ଏନେଇ ସାରା ଗାଁରେ ଶୋକାକୂଳ ପରିବେଶ ରହିଛି। ଗତକାଲି ରାତିରେ ମରଶରୀର ଜମ୍ମୁ-କଶ୍ମୀରରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା। ଭୁବନେଶ୍ବର ବିମାନବନ୍ଦରରେ ରାତି ପ୍ରାୟ ୧୨ଟା ୩୦ମିନିଟରେ ପହଞ୍ଚିଥିଲା ପ୍ରଶାନ୍ତଙ୍କ ମରଶରୀର।

ତେବେ ଏହାରି ଭିତରେ ବାଲେଶ୍ୱରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଶାନ୍ତଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ମୃତ ପ୍ରଶାନ୍ତଙ୍କ ପରିବାର ବର୍ଗଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷର ସହାୟତ ରାଶି ଘୋଷଣା। ଏଥିସହ ପ୍ରଶାନ୍ତଙ୍କ ସ୍ତ୍ରୀଙ୍କୁ ଚାକିରି ମିଳିବା ସହ ପୁଅର ପାଠପଢ଼ା ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ବାଲେଶ୍ୱର ଜିଲ୍ଲାର ଇସାଣି ଗାଁରେ ପହଞ୍ଚି ସ୍ୱର୍ଗତ ପ୍ରଶାନ୍ତ ଶତପଥିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କଶ୍ମୀରର ପେହଲଗାମ ଠାରେ ଉଗ୍ରପନ୍ଥୀଙ୍କ ଗୁଳିର ଶିକାର ହୋଇ ମୃତ୍ୟୁବରଣ କରିଥିବା ଓଡିଆ ପର୍ଯ୍ୟଟକ ପ୍ରଶାନ୍ତ ଶତପଥିଙ୍କ ମରଶରୀର ତାଙ୍କ ଗାଁ ମାଟି ବାଲେଶ୍ୱର ଜିଲ୍ଲାର ରେମୁଣା ବ୍ଲକର ଇସାଣି ଗାଁରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ସେଠାରେ ପହଞ୍ଚି ତାଙ୍କ ପାର୍ଥିବ ଶରୀରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ତାଙ୍କ ପରିବାର ସଦସ୍ୟମାନଙ୍କ ସହିତ ୨୦ ମିନିଟ୍ ସମୟ ଅତିବାହିତ କରିଥିଲେ।  ଏହାପରେ ମୁଖ୍ୟମନ୍ତ୍ରୀ ଶ୍ମଶାନକୁ ମଧ୍ୟ ଶେଷ ଦର୍ଶନ କରିଥିଲେ।

ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତାଙ୍କ ପରିବାରର ଦୁଃଖ ଦେଖି ‘ମୁଁ ଗଭୀର ମର୍ମାହତ’। ପ୍ରଶାନ୍ତଙ୍କ ପରିବାର ପାଇଁ ସହାୟତା ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱର୍ଗତ ପ୍ରଶାନ୍ତଙ୍କ ନିକଟତମ ଆତ୍ମୀୟଙ୍କୁ ୨୦ ଲକ୍ଷ ଟଙ୍କା ସହାୟତା, ପତ୍ନୀଙ୍କ ପାଇଁ ନିଯୁକ୍ତି ଦିଆଯିବା ସହିତ ତାଙ୍କ ପୁଅର ପାଠପଢା ପାଇଁ ଆବଶ୍ୟକ ବ୍ୟବସ୍ଥା ରାଜ୍ୟ ସରକାର କରିବେ ।

ଏହି ଆତଙ୍କବାଦୀ ଘଟଣାର ତୀବ୍ରନିନ୍ଦା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଉଗ୍ରପନ୍ଥୀ ମାନଙ୍କ କାର୍ଯ୍ୟ ଅତ୍ୟନ୍ତ ଅମାନବୀୟ ଓ କାପୁରୁଷୋଚିତ। ମୋଦୀଜୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଏହା ଉପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?