Salary Hike: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ପୋଲିସ କର୍ମଚାରୀଙ୍କ ଦରମା ୫୫ହଜାର ଯାଏ ବୃଦ୍ଧି

ଭୁବନେଶ୍ୱର,୧୭।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ତିନୋଟି ନୂଆ ବାଟାଲିଅନ ଗଠନ କରିଛନ୍ତି। ଏଥିରେ ମୁଖ୍ୟତଃ ପୂର୍ବତନ ଆର୍ମି ଓ ନାଭିର ସୈନିକ ଏବଂ କୈନ୍ଦ୍ରୀୟ ସଶକ୍ତ ପୋଲିସ ବାହିନୀର କର୍ମଚାରୀମାନେ ନିଯୁକ୍ତ ହୋଇଥାନ୍ତି।

ମୁଖ୍ୟମନ୍ତ୍ରୀ ଏହି ପୋଲିସ କର୍ମଚାରୀ ମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କରିଛନ୍ତି। ଏ ସମ୍ପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ସିପାହୀ (GD) ମାନଙ୍କ ମାସିକ ପାରିଶ୍ରମିକ ୩୦ ହଜାର ଟଙ୍କାରୁ ୪୫ ହଜାର ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ଲାନ୍ସ ନାଏକ/ନାଏକ/ହାବିଲ୍ଦାର (GD) ମାନଙ୍କ ପାରିଶ୍ରମିକ ୩୨ ହଜାରରୁ ୫୦ ହଜାର, ଜୁନିଅର କମିଶନ୍ଡ ଅଫିସର (GD) ୪୦ ହଜାରରୁ ୫୫ ହଜାର, ଜୁନିଅର କମିଶନ୍ଡ ଅଫିସର (Instructor) ୪୦ ହଜାରରୁ ୫୫ ହଜାର ଟଙ୍କାକୁ ବୃଦ୍ଧି ପାଇଛି।

ସେହିପରି ଡିଙ୍ଗି ଡ୍ରାଇଭର/ସି-ମ୍ୟାନ ମେକାନିକ/ ଖଲାସି ମାନଙ୍କ ମାସିକ ପାରଶ୍ରମିକ ୩୦ ହଜାରରୁ ୪୫ ହଜାର, ସିରାଙ୍ଗ/ଇଞ୍ଜିନ ଡ୍ରାଇଭର ମାନଙ୍କର ୩୨ ହଜାରରୁ ୫୦ ହଜାର ଏବଂ ମାଷ୍ଟର ମାନଙ୍କ ମାସିକ ପାରିଶ୍ରମିକ ୪୦ ହଜାରରୁ ୫୫ ହଜାର ଟଙ୍କାକୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri