‘ଓଡ଼ିଶାର ପିଲାମାନେ କାହାଠାରୁ କମ୍‌ ନୁହନ୍ତି’

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢ଼, ଜୀବନରେ ପ୍ରତିଷ୍ଠା ଲାଭ କର, ମୋ’ ଆଶୀର୍ବାଦ ତୁମ ସାଥୀରେ ରହିଛି ବୋଲି ଶୁକ୍ରବାର ସର୍ଗିଫୁଲ ମହୋତ୍ସବର ଉଦ୍‌ଯାପନ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଏସ୍‌ସିଏସ୍‌ଟି ଉନ୍ନୟନ ବିଭାଗ ଅନ୍ତର୍ଗତ ବିଦ୍ୟାଳୟ ସମୂହର ଏହି ଅନନ୍ୟ କାର୍ଯ୍ୟକ୍ରମରେ ପିଲାମାନଙ୍କୁ ପ୍ରେରଣା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଓଡ଼ିଶାର ପିଲା କାହା ଠାରୁ କମ୍‌ ନୁହନ୍ତି। ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢ଼ ଓ ଜୀବନରେ ପ୍ରତିଷ୍ଠା ଲାଭ କର।

ବିଶିଷ୍ଟ କ୍ରୀଡ଼ାବିତ୍‌ ଦିଲ୍ଲୀପ ତିର୍କୀଙ୍କ ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ସେ ଜଣେ ଓଡ଼ିଆ ପୁଅ । ନିଜ ଦକ୍ଷତା ଓ ପରିଶ୍ରମ ଯୋଗୁ ସେ ଭାରତୀୟ ହକି ଟିମ୍‌ର କ୍ୟାପଟେନ ହେବା ସହିତ ଆଜି ହକି ଇଣ୍ଡିଆର ସଭାପତି ମଧ୍ୟ ହୋଇପାରିଛନ୍ତି। ଯୁବ ସମାଜ ପାଇଁ ସେ ଜଣେ ରୋଲ ମଡେଲ।

ଏହି ଅବସରରେ ମାଟ୍ରିକ ପରୀକ୍ଷାରେ କୃତିତ୍ୱର ସହ ସଫଳତା ହାସଲ କରିଥିବା ପିଲାମାନଙ୍କୁ ଓ ଶିକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟର ବିଭିନ୍ନ ସରକାରୀ ହଷ୍ଟେଲରେ ଏବେ ୫ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ପିଲା ପାଠ ପଢୁଛନ୍ତି। ଡିସେମ୍ବର ୨୦୨୩ ସୁଦ୍ଧା ସେମାନଙ୍କ ପାଇଁ ଆହୁରି ୧୦୦ଟି ହଷ୍ଟେଲ ନିର୍ମାଣ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସର୍ଗିଫୁଲ’ ନାମକ ଏକ ସ୍ମରଣିକା ଉନ୍ମୋଚନ କରିଥିଲେ। ଏହାସହିତ ସାମଗ୍ରିକ ଶିକ୍ଷା ଉପରେ ଏକ ପୋଷ୍ଟର ବୁକ୍‌ର ଡିଜିଟାଲ ଲୋକାର୍ପଣ କରିଥିଲେ। ସାମଗ୍ରିକ ଶିକ୍ଷା ସମ୍ପର୍କିତ ଏକ ଭିଡିଓ ଫିଲ୍ମ ମଧ୍ୟ ପ୍ରଦର୍ଶିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri