Odisha Elections 2024

ଓଡ଼ିଶା ସିଭିଲ ସର୍ଭିସ ବୟସ ସୀମା ୩୨ରୁ ୩୮ ବର୍ଷକୁ ବୃଦ୍ଧି ନିଷ୍ପତ୍ତି

ଭୁବନେଶ୍ୱର,୩୦।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବର୍ଷର ଶେଷ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୧୦ ଟି ବିଭାଗର ମୋଟ ୧୩ଟି ପ୍ରସ୍ତାବ ପାରିତ ହୋଇଛି। କ୍ୟାବିନେଟ୍‌ ନିଷ୍ପତ୍ତି ଅନୁସାରେ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସ ସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ପରୀକ୍ଷା ପାଇଁ ବୟସ ସୀମା ୩୨ ବର୍ଷ ଥିଲା। ଏବେ ଏହାକୁ ୬ ବର୍ଷ ବୃଦ୍ଧି କରାଯାଇଛି। ଅର୍ଥାତ ପ୍ରାର୍ଥୀମାନେ ଆଗାମୀ ଦିନରେ ୩୮ ବର୍ଷ ବୟସ ପର୍ଯ୍ୟନ୍ତ ସଭିଲ ସର୍ଭିସ ଦେଇପାରିବେ। ଏହା ବ୍ୟତୀତ ନିଯୁକ୍ତି କ୍ଷେତ୍ରରେ ନଗର ଉନ୍ନୟନ ବିଭାଗ ପାଇଁ ୩୬୫ ଇଞ୍ଜିନିୟର ପଦବୀ ସୃଷ୍ଟି କରାଯାଇଛି।

ଏହା ବ୍ୟତୀତ IIPH ପ୍ରତିଷ୍ଠା ଲାଗି ୫ ଏକର ଜମି ଦେବାକୁ ନିଷ୍ପତ୍ତି ହୋଇଛି। ଆଗାମୀ ଦିନରେ ଅତିରିକ୍ତ ୨୦୦ ଇଲେକ୍ଟ୍ରି କ୍ ବସ୍ ଯୋଗ କରି ଜନପରିବହନର କାର୍ଯ୍ୟକ୍ଷମ ପରିସରକୁ ବ୍ୟାପକ କରିବା ପାଇଁ ଲକ୍ଷ୍ୟ ରଖୁଛି । କୁଟ୍ର ଇଲେକ୍ତି କ୍ ବସ୍ ଉପସ୍ଥାପନ ପରିବେଶ ଅନୁକୂଳ ହେବା ସହିତ ଆଧୁନିକ ଜନପରିବହନ ଦିଗରେ ଏକ ଗୁରୁତ୍ବପୂର୍ଣ ପଦକ୍ଷେପ ମଧ୍ୟ ହେବ । ଯାହା ବାୟୁ ପ୍ରଦୂଷଣ, ଗ୍ରୀନ୍ ହାଉସ୍ ଗ୍ୟାସ୍ ନିର୍ଗମନ ଇତ୍ୟାଦିକୁ ହ୍ରାସ କରିବାରେ ସହାୟକ ହେବ ।

ଏଥିସହିତ ସହରାଞ୍ଚଳରେ ଏଲଇଡି ଲାଇଟ୍‌ ପାଇଁ ୩୧୨ କୋଟି ୧୮ ଲକ୍ଷ ଅନୁମୋଦନ କରାଯାଇଛି। ୬୭୯୪ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଚାଲିବ। ପଞ୍ଚାୟତରେ ବୈଠକ ହେବ, ଏହି ବୈଠକରେ ସମସ୍ତ ଅଧିକାରୀ ଓ ଜନସାଧାରଣ ଯୋଗଦେବେ। ଅଞ୍ଚଳରେ ଭଲ କାମ କରିଥିବା ବ୍ୟକ୍ତିଙ୍କୁ ପୁରସ୍କୃତ କରାଯିବ। ପଞ୍ଚାୟତର ସାମଗ୍ରିକ ବିକାଶର ଫିଲ୍ମ ତିଆରି ହେବ। ପ୍ରତ୍ୟେକ ପଞ୍ଚାୟତକୁ ୩ ଲକ୍ଷ ଟଙ୍କା ଦିଆଯିବ। ଏଥି ପାଇଁ ୨୦୪ କୋଟି ଟଙ୍କାଖର୍ଚ୍ଚ ହେବ ବୋଲି କ୍ୟାବିନେଟ୍‌ ବୈଠକରେ ନିଷ୍ପତ୍ତି ହୋଇଛି ବୋଲି କ୍ୟାବିନେଟ୍ ମିଟିଂ ଶେଷରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି,...

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର...

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି...

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବାଧାଡ଼ି ଲାଗିଛି।...

ଟିଟିଲାଗଡ଼ରେ ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍‌ ଖୋଲିବା ପରେ ଭୋଟରମାନେ ଲମ୍ବା...

ପୁରୀରେ ରୋଡ୍‌ ଶୋ’ କଲେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri