ଓଡ଼ିଶା ସିଭିଲ ସର୍ଭିସ ବୟସ ସୀମା ୩୨ରୁ ୩୮ ବର୍ଷକୁ ବୃଦ୍ଧି ନିଷ୍ପତ୍ତି

ଭୁବନେଶ୍ୱର,୩୦।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବର୍ଷର ଶେଷ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୧୦ ଟି ବିଭାଗର ମୋଟ ୧୩ଟି ପ୍ରସ୍ତାବ ପାରିତ ହୋଇଛି। କ୍ୟାବିନେଟ୍‌ ନିଷ୍ପତ୍ତି ଅନୁସାରେ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସ ସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ପରୀକ୍ଷା ପାଇଁ ବୟସ ସୀମା ୩୨ ବର୍ଷ ଥିଲା। ଏବେ ଏହାକୁ ୬ ବର୍ଷ ବୃଦ୍ଧି କରାଯାଇଛି। ଅର୍ଥାତ ପ୍ରାର୍ଥୀମାନେ ଆଗାମୀ ଦିନରେ ୩୮ ବର୍ଷ ବୟସ ପର୍ଯ୍ୟନ୍ତ ସଭିଲ ସର୍ଭିସ ଦେଇପାରିବେ। ଏହା ବ୍ୟତୀତ ନିଯୁକ୍ତି କ୍ଷେତ୍ରରେ ନଗର ଉନ୍ନୟନ ବିଭାଗ ପାଇଁ ୩୬୫ ଇଞ୍ଜିନିୟର ପଦବୀ ସୃଷ୍ଟି କରାଯାଇଛି।

ଏହା ବ୍ୟତୀତ IIPH ପ୍ରତିଷ୍ଠା ଲାଗି ୫ ଏକର ଜମି ଦେବାକୁ ନିଷ୍ପତ୍ତି ହୋଇଛି। ଆଗାମୀ ଦିନରେ ଅତିରିକ୍ତ ୨୦୦ ଇଲେକ୍ଟ୍ରି କ୍ ବସ୍ ଯୋଗ କରି ଜନପରିବହନର କାର୍ଯ୍ୟକ୍ଷମ ପରିସରକୁ ବ୍ୟାପକ କରିବା ପାଇଁ ଲକ୍ଷ୍ୟ ରଖୁଛି । କୁଟ୍ର ଇଲେକ୍ତି କ୍ ବସ୍ ଉପସ୍ଥାପନ ପରିବେଶ ଅନୁକୂଳ ହେବା ସହିତ ଆଧୁନିକ ଜନପରିବହନ ଦିଗରେ ଏକ ଗୁରୁତ୍ବପୂର୍ଣ ପଦକ୍ଷେପ ମଧ୍ୟ ହେବ । ଯାହା ବାୟୁ ପ୍ରଦୂଷଣ, ଗ୍ରୀନ୍ ହାଉସ୍ ଗ୍ୟାସ୍ ନିର୍ଗମନ ଇତ୍ୟାଦିକୁ ହ୍ରାସ କରିବାରେ ସହାୟକ ହେବ ।

ଏଥିସହିତ ସହରାଞ୍ଚଳରେ ଏଲଇଡି ଲାଇଟ୍‌ ପାଇଁ ୩୧୨ କୋଟି ୧୮ ଲକ୍ଷ ଅନୁମୋଦନ କରାଯାଇଛି। ୬୭୯୪ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଚାଲିବ। ପଞ୍ଚାୟତରେ ବୈଠକ ହେବ, ଏହି ବୈଠକରେ ସମସ୍ତ ଅଧିକାରୀ ଓ ଜନସାଧାରଣ ଯୋଗଦେବେ। ଅଞ୍ଚଳରେ ଭଲ କାମ କରିଥିବା ବ୍ୟକ୍ତିଙ୍କୁ ପୁରସ୍କୃତ କରାଯିବ। ପଞ୍ଚାୟତର ସାମଗ୍ରିକ ବିକାଶର ଫିଲ୍ମ ତିଆରି ହେବ। ପ୍ରତ୍ୟେକ ପଞ୍ଚାୟତକୁ ୩ ଲକ୍ଷ ଟଙ୍କା ଦିଆଯିବ। ଏଥି ପାଇଁ ୨୦୪ କୋଟି ଟଙ୍କାଖର୍ଚ୍ଚ ହେବ ବୋଲି କ୍ୟାବିନେଟ୍‌ ବୈଠକରେ ନିଷ୍ପତ୍ତି ହୋଇଛି ବୋଲି କ୍ୟାବିନେଟ୍ ମିଟିଂ ଶେଷରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri