ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ ଓଆର୍‌ଏସ୍ (ORS) ଭଳି ଗୁରୁତ୍ୱପୂର୍ଣ୍ଣ ପଦବି ନ ରହିବା ରାଜ୍ୟର ଲକ୍ଷାଧିକ ଆଶାୟୀଙ୍କୁ ଗଭୀର ନିରାଶ କରିଛି। ମୋଟ୍ ୭ଟି ସେବାରେ କେବଳ ୩୧୪ଟି ପଦବି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।

ପ୍ରଶାସନିକ ଅବ୍ୟବସ୍ଥା ଯୋଗୁଁ ଓଏଏସ୍ ପଦବି ନ ରହିବା ପଛରେ ମୁଖ୍ୟ କାରଣ ହୋଇଥିବା କୁହାଯାଉଛି। ସାଧାରଣ ପ୍ରଶାସନ ବିଭାଗ ଦ୍ୱାରା ପ୍ରସ୍ତୁତ ଓଡ଼ିଶା ସିଭିଲ୍ ସର୍ଭିସ୍ ମଡେଲ୍ କ୍ୟାଡର୍ ରୁଲ୍‌କୁ ଅର୍ଥ ଓ ରାଜସ୍ୱ ବିଭାଗ ଅବମାନନା କରିବା ଫଳରେ ବିବାଦ କୋର୍ଟରେ ପହଞ୍ଚିଛି।

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅପାରଗତା ଏବଂ ସାଧାରଣ ପ୍ରଶାସନ ବିଭାଗର ଖାମଖିଆଲ ଗୁଣ ଯୋଗୁଁ ୩୦୦ରୁ ଅଧିକ ଓଏଏସ୍‌ଙ୍କୁ ପଦୋନ୍ନତି ମିଳୁନାହିଁ। ଫଳରେ ମୂଳ ପଦବି ଖାଲି ହେଉନାହିଁ ଏବଂ ନୂଆ ପଦବି ସୃଷ୍ଟି ହେଉନାହିଁ। ଫଳରେ ସାଧାରଣ ପ୍ରଶାସନ ବିଭାଗ ଓଏଏସ୍, ଓଆର୍‌ଏସ୍, ଓଏଫ୍‌ଏସ୍ ପଦ ଖାଲି ନଥିବା ଦର୍ଶାଇ ଓପିଏସ୍‌ସିକୁ ତାଲିକା ଦେଇଥିଲା, ଯାହାକୁ ଭିତ୍ତି କରି ବିଜ୍ଞପ୍ତି ପ୍ରକାଶ ପାଇଛି।

ତେବେ ପ୍ରକାଶ ପାଇଥିବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ୩୧୪ଟି ପଦବି ମଧ୍ୟରେ ଓଟିଏଏସ୍ (OTAS) ଗ୍ରୁପ୍-ବିରେ ସର୍ବାଧିକ ୧୭୬ଟି ପଦବି ରହିଛି। ଓପିଏସ୍ (OPS) ଗ୍ରୁପ୍-ଏରେ କେବଳ ୧୨ଟି ପଦବି ରହିଛି। ଓଡ଼ିଶା ଲେବର ସର୍ଭିସ୍ ୩୨ଟି ପଦବି ରହିଛି।

ଏହି ୩୧୪ଟି ପଦବି ମଧ୍ୟରୁ ୧୧୫ଟି ପୂର୍ବ ବର୍ଷଗୁଡ଼ିକରେ ପୂରଣ ହୋଇନଥିବା (ଅର୍ଥାତ୍ ଯୋଗ ଦେଇନଥିବା) ପଦବି ଅଟେ। ମାତ୍ର ୧୯୯ଟି ପଦବି ଅବସର ପରେ ଖାଲି ପଡ଼ିଥିବା ଦର୍ଶାଯାଇଛି।

ଓପିଏସ୍‌ସି ଅଧ୍ୟକ୍ଷ ଅରୁଣ ଷଡ଼ଙ୍ଗୀ କହିଛନ୍ତି ଯେ ସାଧାରଣ ପ୍ରଶାସନ ବିଭାଗ ଯେଉଁ ତାଲିକା ଦେଇଥିଲା, ତାକୁ ନେଇ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ପରିସ୍ଥିତିରେ ଆଶାୟୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସରକାର ତୁରନ୍ତ ଠୋସ୍ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri