ସ୍ଥଗିତ ହେଲା ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା

ଭୁବନେଶ୍ୱର,୨୩।୧୦: ସ୍ଥଗିତ ହେଲା ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା। ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ପ୍ରିଲିମକୁ ସ୍ଥଗିତ ରଖାଯାଇଛି। ପରୀକ୍ଷା ସ୍ଥଗିତ ନେଇ ଓପିଏସ୍‌ସି ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ତେବେ ୭ଦିନ ମଧ୍ୟରେ ନୂଆ ପରୀକ୍ଷା ତାରିଖ ଆସିବ ବୋଲି ଓପିଏସ୍‌ସି କହିଛି। ସୂଚନାନୁସାରେ, ଆସନ୍ତା ରବିବାର ଅର୍ଥାତ୍‌ ୨୭ ତାରିଖରେ ପ୍ରିଲିମ ପରୀକ୍ଷା ଥିଲା। ହେଲେ ବାତ୍ୟାକୁ ନେଇ ସ୍ଥଗିତ ରଖାଯାଇଛି।

ଅନ୍ୟପଟେ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଯାତ୍ରୀ ସୁରକ୍ଷା ନିମନ୍ତେ ୧୭୮ଟି ଟ୍ରେନ ବାତିଲ କରାଯାଇଥିବା ସୂଚନା ଦିଆଯାଇଛି। ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ୧୯୬ଟି ଟ୍ରେନ୍‌ ବାତିଲ କରାଯାଇଛି। ଏଥିମଧ୍ୟରେ ଅପ୍‌ ଟ୍ରେନ ୯୪ ଏବଂ ଡାଉନ ଟ୍ରେନ ୧୦୩ଟି ବାତିଲ କରାଯାଇଛି। ବାତିଲ ହୋଇଥିବା ଟ୍ରେନ୍‌ଗୁଡ଼ିକ ମଧ୍ୟରେ ହାଓଡା ସିକନ୍ଦରାବାଦ, ସାଲିମାର-ପୁରୀ, ନୂଆଦିଲ୍ଲୀ-ଭୁବନେଶ୍ୱର, ହାଓଡା-ଭୁବନେଶ୍ୱର, ହାଓଡ଼ା-ପୁରୀ, ନୂଆଦିଲ୍ଲୀ-ପୁରୀ, ଖଡ଼ଗପୁର-ଖୋର୍ଦ୍ଧା, ସମ୍ବଲପୁର-ପୁରୀ, ରାଉରକେଲା-ଭୁବନେଶ୍ୱର, ସିକନ୍ଦରାବାଦ-ଭୁବନେଶ୍ୱର, ପୁଡୁଚେରୀ-ହାୱଡା, ପୁଡୁଚେରୀ-ଭୁବନେଶ୍ୱର, ବ୍ରହ୍ମପୁର-ଭୁବନେଶ୍ୱର, ବିଶାଖାପାଟଣା-ଭୁବନେଶ୍ୱର, ବିଶାଖାପାଟଣା-ଦୀଘା ଆଦି ଟ୍ରେନ ବାତିଲ ହୋଇଛି। ଟ୍ରେନ ବାତିଲ ହେବା ପରେ କିପରି ଆସି ପରୀକ୍ଷା ଦେବେ ସେନେଇ ପରୀକ୍ଷାର୍ଥୀ ଓପିଏସ୍‌ସି ନିକଟରେ ଟୁଇଟ୍‌ ଯୋଗେ ଜଣାଇଥିଲେ। ଯାହା ପରେ ଓପିଏସ୍‌ସି ଏହି ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାଯର୍ର୍‌ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ବୃହତ୍‌ ବିଜୟ ଦିଗରେ ଆର୍‌ଏସ୍‌ପି: ୬ ମାସ ପରେ…

କାଠମାଣ୍ଡୁ,୭ା୩(ପି.ଟି.):ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ହିଂସାତ୍ମକ ଜେନ୍‌ ଜି ଆନ୍ଦୋଳନ ଯୋଗୁ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରର ପତନ ଘଟିଥିଲା। ଏହାର ୬ ମାସ ପରେ…

ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ…

ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri