ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭ ତାରିଖ (ରବିବାର) ଏହି ପରୀକ୍ଷା ୨ଟି ପର୍ଯ୍ୟାୟରେ ହେବ। ଓଡ଼ିଶାର ୬ଟି ଜୋନ୍‌ ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ଜୟପୁର ଓ ସମ୍ୱଲପୁରରେ ପରୀକ୍ଷା କରାଯିବା ପାଇଁ ପ୍ରସ୍ତୁତି ହୋଇଛି। ପୂର୍ୱାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଜେନେରାଲ ଷ୍ଟଡିଜ୍‌ (ପେପର-୧) ଓ ଅପରାହ୍ନ ୧.୩୦ରୁ ଅପରାହ୍ନ ୩.୩୦ ଯାଏ ଜେନେରାଲ ଷ୍ଟଡିଜ୍‌ (ପେପର-୨) ପରୀକ୍ଷା ହେବ। ପେପର-୧ ପରୀକ୍ଷା ପାଇଁ ୧୦୦ଟି ବହୁବିକଳ୍ପ ଉତ୍ତରବିଶିଷ୍ଟ ଅବଜେକ୍ଟିଭ ପ୍ରଶ୍ନ ଓ ପେପର-୨ ପରୀକ୍ଷା ପାଇଁ ୮୦ଟି ବହୁବିକଳ୍ପ ଉତ୍ତରବିଶିଷ୍ଟ ଅବଜେକ୍ଟିଭ ପ୍ରଶ୍ନ ପରୀକ୍ଷାରେ ଆସିବ। ପରୀକ୍ଷାର୍ଥୀମାନେ ଓଏମ୍‌ଆର୍‌ ଶିଟ୍‌ରେ ପେପର-୧ ପାଇଁ କୋଡ୍‌ ୦୧ ଏବଂ ପେପର-୨ ପାଇଁ କୋଡ୍‌ ୦୨ ଲେଖିବେ। ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କ ପାଇଁ ଉଭୟ ପେପର ପରୀକ୍ଷାରେ ଅଧିକ ୪୦ ମିନିଟ୍‌ ଲେଖାଏ ସମୟ ଦିଆଯିବ। ପରୀକ୍ଷାର୍ଥୀମାନଙ୍କ ପ୍ରବେଶ ପତ୍ର ଓ ନିର୍ଦ୍ଦେଶାବଳୀ କମିଶନ୍‌ ଓ୍ୱେବସାଇଟ୍‌ www.opsc.gov.inରେ ଆସନ୍ତା ମେ’ ୩୦ରୁ ଉପଲବ୍ଧ ହେବ ବୋଲି କମିଶନ୍‌ ପକ୍ଷରୁ ଶୁକ୍ରବାର ପ୍ରକାଶିତ ବିଜ୍ଞପ୍ତିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri