ଓଡ଼ିଶା ବନ୍ଦର ପ୍ରଭାବ: କଳାହାଣ୍ଡିରେ ଅଧା ଖୋଲା ଅଧା ବନ୍ଦ

ଭବାନୀପାଟଣା,୨୮।୧(ଉତ୍ତମ କୁମାର ଦାଶ): ଧାନ ମଣ୍ଡିରେ ଅବ୍ୟବସ୍ଥା , ପ୍ରଦୂଷଣ ନାଁରେ ସାଧାରଣ ବ୍ୟକ୍ତିଙ୍କ ଠାରୁ ଫାଇନ ଆଦାୟ, ଟାଟା ପାୱାରର ସ୍ମାର୍ଟ ମିଟର ନାଁରେ ଶୋଷଣ ସହ କୃଷି ମନ୍ତ୍ରୀଙ୍କ ଉପସ୍ଥିତିରେ ନବ ନିର୍ମାଣ ନେତୃତ୍ୱଙ୍କ ଉପରେ ଆକ୍ରମଣ ପ୍ରତିବାଦରେ ବୁଧବାର ନିର୍ମାଣ କୃଷକ ସଂଘଠନ ପକ୍ଷରୁ ଓଡ଼ିଶା ବନ୍ଦ କରାଯାଇଛି। ଯାହାର ପ୍ରଭାବ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ବୁଧବାର ସକାଳୁ ଜିଲାର ମୁଖ୍ୟାଳୟ ଭବାନୀପାଟଣା, ସମେତ ଧର୍ମଗଡ଼ ଚାରିଛକ ଜାତୀୟ ରାଜପଥ, ଗୋଳାମୁଣ୍ଡା ବିଜୁ ଏକ୍ସ ପ୍ରେସ ରାସ୍ତା ବନ୍ଦ କରାଯାଇଛି। ଏହି ସମୟରେ ସେମାନେ ପିକେଟିଂ କରିବା ସହ ରାସ୍ତାରେ ଯାଉଥିବା ଗାଡିଗୁଡିକୁ ଅଟକାଇବା ସହ ଜାତୀୟ ରାଜପଥରେ ଧାରଣାରେ ବସିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡି ଅଟକି ରହିଛି। ଏହି ଆନ୍ଦୋଳନକୁ କଂଗ୍ରେସ,ବିଜେଡି ଓ ସିପିଆଇ ସମର୍ଥନ କରିଛି। ଯାହାଫଳରେ ଉପରୋକ୍ତ ସହରରେ ଦୋକାନ ବଜାର ସବୁ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ତେବେ ଜିଲାର ଜୁନାଗଡ଼ ସହର ସମେତ ଅନେକ ବ୍ଲକରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିନାହିଁ। ଯାହାଫଳରେ ଏହି ଆନ୍ଦୋଳନ କଳାହାଣ୍ଡିରେ ଅଧା ଖୋଲା ଅଧା ବନ୍ଦ ରହିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

କଂଗ୍ରେସରୁ ୩ କ୍ରସ ଭୋଟିଂ: AICCକୁ ଜଣାଇ ଦିଆଯାଇଛି କହିଲେ ଭକ୍ତ

ଭୁବନେଶ୍ୱର,୧୬।୩: କଂଗ୍ରେସରୁ ୩ କ୍ରସ ଭୋଟିଂ ହୋଇଛି ଏ ନେଇ କହିଲେ ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ରମେଶ, ସୋଫିଆ, ଦାଶରଥି କ୍ରସ ଭୋଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri