ନୂଆବର୍ଷରେ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ସାମୁହିକ ଦାୟିତ୍ୱ ନେଇ କାମ କରନ୍ତୁ

ଭୁବନେଶ୍ୱର,୧ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଉଚ୍ଚ ପଦାଧିକାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସାମୁହିକ ଦାୟିତ୍ୱ (Collective Responsibility) ସହ କାମ କରି ସରକାରଙ୍କ କାର୍ଯ୍ୟକ୍ରମ ଗୁଡିକ ସଫଳ କରିବାକୁ ପରାମର୍ଶ ଦେଇଛନ୍ତି ।
ସୂଚନା ଯୋଗ୍ୟ ଯେ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଡଃ ମନମୋହନ ସିଂହଙ୍କ ପରଲୋକ ଯୋଗୁଁ ରାଷ୍ଟ୍ରୀୟ ଶୋକ ପାଳନ ତଥା ଚାଷୀ ମାନଙ୍କ ଅଦିନିଆ ବର୍ଷା ଜନିତ ଫସଲ ହାନୀ ପାଇଁ ମୁଖ୍ୟମନ୍ତ୍ରୀ ନୂଆ ବର୍ଷକୁ ନିରାଡମ୍ବର ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲେ। ତେଣୁ, ଆଜି ଅଧିକାରୀ ଓ କର୍ମଚାରୀ ମାନେ ବିନା ଫୁଲରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ଛଅ, ସାତ ମାସ ମଧ୍ୟରେ ଆମ ସରକାର ଲୋକଙ୍କୁ ଯାହା ପ୍ରତିଶ୍ରୁତି ଦେଇଥିଲା ତାହା ପ୍ରାୟତଃ ପୂରଣ ହୋଇଛି । ମୁଖ୍ୟ ଶାସନ ସଚିବ ଓ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ପ୍ରମୁଖ ସଚିବ ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅଧିକାରୀ ମାନଙ୍କ ସହଯୋଗରେ ବିଭିନ୍ନ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ମଧ୍ୟ ସଫଳତାର ସହ କରାଯାଇଛି। ତେଣୁ, ଓଡିଶା ଅନ୍ୟ ରାଜ୍ୟ ଠାରୁ ଯେପରି ଭଲ ପ୍ରଦର୍ଶନ କରିବ ସେ ଦିଗରେ ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ସେ କହିଥିଲେ ଯେ, ଆମ ପାଖରେ ଅନେକ ଆହ୍ୱାନ ରହିଛି ଓ ସୁଯୋଗ ମଧ୍ୟ ରହିଛି । ସାମୁହିକ ଦାୟିତ୍ୱ ନେଇ ସବୁ ଆହ୍ୱାନର ମୁକାବିଲା କରିପାରିଲେ ସମସ୍ତ କାର୍ଯ୍ୟ ସଫଳତାର ସହ କରାଯାଇ ପାରିବ । ଓଡିଶାରେ Navy Day, DGP Conference ଆଦି ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ସଫଳତାର ସହ ପାଳନ କରାଯାଇଛି । ପ୍ରବାସୀ ଭାରତୀୟ ଦିବସ ପାଳନ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରି ଅନ୍ତର୍ଜାତୀୟ ସ୍ତରରେ ଓଡିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବା ପାଇଁ ସମସ୍ତେ ମିଳିମିଶି କାମ କରିବାର ଆବଶ୍ୟକତା ରହିଛି ।
ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ଓଡିଶାର ବିକାଶ ପ୍ରତି ସ୍ୱତନ୍ତ୍ର ଫୋକସ ରହିଛି । ଗତ ଛଅ ମାସ ମଧ୍ୟରେ ତିନି ଥର ଆସିବା ସହିତ ଜାନୁଆରୀ ମାସରେ ଦୁଇ ଥର ଆସିବାର କାର୍ଯ୍ୟକ୍ରମ ରହିଛି । ଓଡିଶାକୁ ବିଭିନ୍ନ କ୍ଷେତ୍ରରେ କେନ୍ଦ୍ରର ସହଯୋଗ ଜାରି ରହିଛି । ତେଣୁ, ଏହି ସୁଯୋଗର ମଧ୍ୟ ସଦବ୍ୟବହାର କରି ବିକଶିତ ଓଡିଶାର ଲକ୍ଷ୍ୟ ପୂରଣ ଦିଗରେ ଆଗେଇବାକୁ ସେ ପରାମର୍ଶ ଦେଇଥିଲେ ।
ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କହିଥିଲେ ଯେ, ଚଳିତ ବର୍ଷ ଓଡିଶା ପାଇଁ ଏକ ପ୍ରଗତିର ବର୍ଷ ହେବ। ୨୦୩୬ ଓ ୨୦୪୭ ପାଇଁ ଆମର ଯେଉଁ ସଂକଳ୍ପ ଅଛି, ସେ ଦିଗରେ ସମସ୍ତେ ମିଳିମିଶି କାମ କରିବାକୁ ସେମାନେ ପରାମର୍ଶ ଦେଇଥିଲେ ।
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଥିଲେ ଯେ, ରାଜ୍ୟର ଅଧିକାରୀ ମାନେ ଦକ୍ଷ ।  ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟର ସମସ୍ତ ଅଧିକାରୀ ଓ କର୍ମଚାରୀ ସରକାରଙ୍କ ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ କାମ କରୁଛନ୍ତି ବୋଲି ସେ କହିଥିଲେ ।
ଏହି ଆଲୋଚନାରେ ମୁଖ୍ୟ ଶାସନ ସଚିବଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସମସ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବ ମାନେ ଉପସ୍ଥିତ ଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?