ଭରତପୁର ଥାନାରେ ମେଜର, ବାନ୍ଧବୀଙ୍କୁ ମାଡ଼ ଘଟଣା; ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ

କେନ୍ଦୁଝର,୧୯।୯: ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭନ୍ସ ସିଂଙ୍କ ଉପରେ ଆକ୍ରମଣ ତଥା ଭାରତପୁର ପୋଲିସ ଷ୍ଟେସନରେ ତାଙ୍କ ବାନ୍ଧବୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ମାମଲାରେ ବିରୋଧୀ ସରକାରଙ୍କୁ ଘେରିବା ଆରମ୍ଭ କଲା ପରେ ଶୁକ୍ରବାର ଦିନ ଓଡ଼ିଶା ସରକାର ଏହି ମାମଲାରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଶ୍ଚିତ କରିଛନ୍ତି।

ଖବରଦାତାଙ୍କ ସହିତ କଥା ହୋଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର କହିଛନ୍ତି, ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ସହିତ ଥିବା ଜଣେ ମହିଳାଙ୍କୁ ଅସଦାଚରଣ ତଥା ଆକ୍ରମଣ ଅଭିଯୋଗକୁ ସରକାର ଅତ୍ୟନ୍ତ ଗୁରୁତର ଭାବେ ଗ୍ରହଣ କରିଛନ୍ତି। ଘଟଣା ସରକାରଙ୍କ ଦୃଷ୍ଟିକୁ ଆସିବା ମାତ୍ରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ସହିତ ଆଇନ ଅନୁଯାୟୀ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଇଛି।

ଘଟଣା ଅତ୍ୟନ୍ତ ସଂବେଦନଶୀଳ ହୋଇଥିବାରୁ କ୍ରାଇମ ବ୍ରାଞ୍ଚକୁ ଘଟଣାର ଯାଞ୍ଚ କରି ତୁରନ୍ତ ନିର୍ଦ୍ଦିଷ୍ଟ ସମୟସୀମା ଭିତରେ ରିପୋର୍ଟ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତଦନ୍ତ ରିପୋର୍ଟ ପ୍ରାପ୍ତ ହେବା ମାତ୍ରେ ଆଇନ ଅନୁଯାୟୀ ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ମହିଳା ହିଂସା ବିରୁଦ୍ଧରେ ସରକାର ‘ଶୂନ୍ୟ ସହନଶୀଳତା’ ନୀତି ଅବଲମ୍ବନ କରୁଛନ୍ତି ଏବଂ ମହିଳା ନିର୍ଯ୍ୟାତନାକୁ କୌଣସି ପ୍ରକାରେ ବରଦାସ୍ତ କରାଯିବ ନାହିଁ।”

ଏହି ଘଟଣାରେ ବିରୋଧୀ ଦଳ ସରକାରଙ୍କ ଉପରେ ଘୋର ଆକ୍ରମଣ କରିବା ପରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଆସିଛି ଯାହା ରାଜ୍ୟରେ ପୋଲିସର କାର୍ଯ୍ୟକଳାପ ଉପରେ ପ୍ରଶ୍ନ ଉଠାଇଛି। ‘ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ କହିଛନ୍ତି “ହିଂସା ଏବଂ ସେନା ଅଧିକାରୀଙ୍କ ବିରୋଧରେ ହୋଇଥିବା ନିର୍ଯାତନା ବିଷୟ ଏହା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଖବର। ଆମେ ଏହି ଘଟଣାର ସମ୍ପୂର୍ଣ୍ଣ ନ୍ୟାୟିକ ତଦନ୍ତ ଦାବି କରୁଛୁ ଏବଂ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଆବଶ୍ୟକ। ”


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?