ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱର୍ଗତଃ ମନମୋହନ ସିଂହ ଦେଶର ଜଣେ ମହାନ୍ ବରପୁତ୍ର ଥିଲେ। ଅର୍ଥନୀତି କ୍ଷେତ୍ରରେ ତାଙ୍କର ଜ୍ଞାନ ଓ ଦକ୍ଷତା ପାଇଁ ସେ ସାରା ବିଶ୍ବରେ ସମ୍ମାନର ଅଧିକାରୀ ହୋଇ ପାରିଥିଲେ। ଅର୍ଥ ମନ୍ତ୍ରୀ ଭାବରେ ଦେଶର ଅର୍ଥନୀତିକୁ ସେ ଏକ ନୂଆ ଦିଗ ଦେଇଥିଲେ। ତାଙ୍କର ଉଦାର ଅର୍ଥନୈତିକ ନୀତି ଯୋଗୁ ଭାରତ ବିଶ୍ଵର ଏକ ପ୍ରମୁଖ ଅର୍ଥନୀତି ଭାବେ ଯାତ୍ରା ଆରମ୍ଭ କରିଥିଲା।

ପ୍ରଧାନମନ୍ତ୍ରୀ ଭାବେ ସେ ବିଭିନ୍ନ କ୍ଷେତ୍ରରେ ଦେଶର ବିକାଶକୁ ତ୍ୱରାନ୍ୱିତ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଙ୍କର ଜ୍ଞାନ, ଭଦ୍ରତା, ସାଧୁତା ଓ ଅମାୟୀକ ସ୍ଵଭାବ ତାଙ୍କ ପାଇଁ ରାଜନୀତି କ୍ଷେତ୍ରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଥଲା । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri