ଜନ ଅଭିଯୋଗ ଶୁଣାଣିରେ ୧.୩ ଲକ୍ଷ ଲୋକଙ୍କ ଦୁଃଖ ଦୂର ହେଲାଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବର୍ଷର ପ୍ରଥମ ଜନ ଅଭିଯୋଗ ଶୁଣାଣି କରିଛନ୍ତି। ୟୁନିଟ୍-୨ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ଏହି ୧୬ଶ ଶୁଣାଣିରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଲୋକଙ୍କ ସମସ୍ୟା ଶୁଣିବା ସହ ଏହାର ତ୍ୱରିତ ସମାଧାନ ପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ପ୍ରଶାସନ ନିକଟରେ ପହଞ୍ଚୁଥିବା ଅଭିଯୋଗଗୁଡ଼ିକର ସମାଧାନ ପ୍ରକ୍ରିୟା ବେଶ୍ ଉତ୍ସାହଜନକ ରହିଛି। ୱେବ୍ ପୋର୍ଟାଲ୍ ଓ ଡାକ ଯୋଗେ ମୋଟ ୧,୪୯,୪୧୮ଟି ଅଭିଯୋଗ ମିଳିଥିଲା। ସେଥିମଧ୍ୟରୁ ୧,୩୦,୮୪୫ଟି (୮୮%) ମାମଲାର ସଫଳ ସମାଧାନ କରାଯାଇଛି। ବିଗତ ୧୫ଟି ଶୁଣାଣିରେ ମିଳିଥିବା ୧୩,୩୫୮ ଅଭିଯୋଗ ମଧ୍ୟରୁ ୯୫% (୧୨,୭୪୮ଟି) ସମାଧାନ ହୋଇସାରିଛି। ଏପର୍ଯ୍ୟନ୍ତ ୫୬,୦୨୮ରୁ ଅଧିକ ଲୋକ ଏହି ପ୍ରକ୍ରିୟାରେ ସାମିଲ ହୋଇଛନ୍ତି।

ସରକାର ଏଣିକି ପ୍ରତି ସୋମବାର (ମାସକୁ ୩-୪ ଥର) ଅଭିଯୋଗ ଶୁଣାଣି କରିବାକୁ ଲକ୍ଷ୍ୟ ରଖିଛନ୍ତି। ୩୦ଟି ଯାକ ଜିଲାରେ ଜିଲାପାଳଙ୍କ ନେତୃତ୍ୱରେ ଅଭିଯୋଗ ପଞ୍ଜିକରଣ ଜାରି ରହିଛି। ଆଗାମୀ ଦିନରେ ଏହାକୁ ଆହୁରି ବ୍ୟାପକ କରାଯିବ। କର୍କଟ ଭଳି ଦୁରାରୋଗ୍ୟ ବ୍ୟାଧିରେ ପୀଡ଼ିତ ରୋଗୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟ ସହାୟତା ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ।

“ଏହା ଏକ ‘ଲୋକଙ୍କ ସରକାର’। ପ୍ରଶାସନ ଓ ଜନତାଙ୍କ ମଧ୍ୟରେ ଥିବା ଦୂରତାକୁ କମାଇ ଶାସନକୁ ଅଧିକ ସୁଗମ କରିବା ଆମର ପ୍ରାଥମିକତା। କେହି ଯେପରି ନ୍ୟାୟରୁ ବଞ୍ଚିତ ନ ହେବେ, ତାହା ଆମେ ସୁନିଶ୍ଚିତ କରୁଛୁ ବୋଲି ଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସମେତ ବହୁ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri