Posted inରାଜ୍ୟ

ରାଜ୍ୟରେ ସ୍ୱାସ୍ଥ୍ୟସେବାର ଉନ୍ନତି ଲାଗି ଆଉ ୩୪୯ଟି ଆମ୍ବୁଲାନ୍ସକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍‌‌ ପରିସରରେ ରାଜ୍ୟବାସୀଙ୍କ ସ୍ୱାସ୍ଥ୍ୟସେବାରେ ନିୟୋଜିତ ହେବା ପାଇଁ ୩୪୯ଟି ନୂତନ ଆମ୍ବୁଲାନ୍ସକୁ ଲୋକାର୍ପଣ କରିଛନ୍ତି। ଦୁର୍ଘଟଣା କିମ୍ବା ଗୁରୁତର ରୋଗରେ ପୀଡ଼ିତ ବ୍ୟକ୍ତିଙ୍କୁ ଡାକ୍ତରଖାନାକୁ ନେବା ପାଇଁ ଏହି ଆମ୍ବୁଲାନ୍ସ ଗୁଡ଼ିକ କାର୍ଯ୍ୟ କରିବ । ଟୋଲ ଫ୍ରି’ ନମ୍ବର ୧୦୮ରେ ଫୋନ୍‌‌ କଲେ ଏହି ଆମ୍ବୁଲାନ୍ସ ଗୁଡ଼ିକ ରୋଗୀମାନଙ୍କୁ ବିନା ଦେୟରେ ତୁରନ୍ତ ସେବା ଯୋଗାଇ ଦେବ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ଆହୁରି ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇବାରେ ସହାୟକ ହେବ। ‘ପ୍ରତି ଜୀବନ ମୂଲ୍ୟବାନ’ ନୀତି ଅନୁଯାୟୀ ଆମର ଉଦ୍ୟମ ଜାରି ରହିବ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ, ଆଜି ଲୋକାର୍ପିତ ଆମ୍ବୁଲାନ୍ସ ଗୁଡିକ ମଧ୍ୟରୁ ୨୭୯ଟିକୁ ୧୦୮-ଆମ୍ବୁଲାନ୍ସ ସେବାରେ ସାମିଲ କରାଯାଇଛି। ବାକି ୭୦ଟିକୁ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟମାନଙ୍କୁ ଯୋଗାଇ ଦିଆଯାଇଛି । ଏହି ୭୦ଟି ମଧ୍ୟରୁ ୪୦ଟି ହେଉଛି ଜୀବନ ରକ୍ଷାକାରୀ ମୌଳିକ ଆମ୍ବୁଲାନ୍ସ ଏବଂ ୩୦ଟି ଜୀବନ ରକ୍ଷାକାରୀ ଅତ୍ୟାଧୁନିକ ଆମ୍ବୁଲାନ୍ସ ।

ସମୁଦାୟ ୩୪୯ଟି ଆମ୍ବୁଲାନ୍ସ ବାବଦରେ ୧୪୮.୪୫ କୋଟି ଟଙ୍କା ବିନିଯୋଗ କରାଯାଇଛି । ୧୦୮-ଆମ୍ବୁଲାନ୍ସ ସେବାରେ ଏହି ନୂଆ ଆମ୍ବୁଲାନ୍ସ ଗୁଡିକ ସାମିଲ ହେବା ପରେ ମୋଟ ଆମ୍ବୁଲାନ୍ସ ସଂଖ୍ୟା ୧୩୬୬ କୁ ବୃଦ୍ଧି ପାଇଛି । ବର୍ତ୍ତମାନ ପ୍ରତିଦିନ ହାରାହାରି ୪୦୦୦ରୁ ଅଧିକ ସଂଖ୍ୟକ ରୋଗୀ ଏହି ୧୦୮-ଆମ୍ବୁଲାନ୍ସ ସେବା ଦ୍ଵାରା ଡାକ୍ତରଖାନାକୁ ସ୍ଥାନାନ୍ତରିତ ହେଉଛନ୍ତି । ନୂଆ ଆମ୍ବୁଲାନ୍ସ ଗୁଡିକ ସାମିଲ ହେବା ପରେ ୧୦୮-ଆମ୍ବୁଲାନ୍ସ ସେବା ଆହୁରି ତ୍ଵରିତ ଏବଂ ସୁବିଧାଜନକ ହେବ ।

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଗୁଡିକୁ ଯୋଗଉଥିବା ୭୦ଟି ଆମ୍ବୁଲାନ୍ସ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଭୁକ୍ତ ରୋଗୀମାନଙ୍କୁ ଆବଶ୍ୟକ ସ୍ଥଳେ ସରକାରୀ ଡାକ୍ତରଖାନାରୁ ଘରୋଇ ହସ୍ପିଟାଲକୁ ଜରୁରୀକାଳିନ ସ୍ଥାନାନ୍ତରରେ ବ୍ୟବହାର ହେବା ସହ ଜିଲ୍ଲା ସ୍ତରରେ ଅନ୍ୟ ରୋଗୀମାନଙ୍କ ଜରୁରୀ ଆବଶ୍ୟକତା ପୁରଣରେ ସହାୟକ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri