Odisha Elections 2024
Posted inରାଜ୍ୟ

ରାଜ୍ୟରେ ସ୍ୱାସ୍ଥ୍ୟସେବାର ଉନ୍ନତି ଲାଗି ଆଉ ୩୪୯ଟି ଆମ୍ବୁଲାନ୍ସକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍‌‌ ପରିସରରେ ରାଜ୍ୟବାସୀଙ୍କ ସ୍ୱାସ୍ଥ୍ୟସେବାରେ ନିୟୋଜିତ ହେବା ପାଇଁ ୩୪୯ଟି ନୂତନ ଆମ୍ବୁଲାନ୍ସକୁ ଲୋକାର୍ପଣ କରିଛନ୍ତି। ଦୁର୍ଘଟଣା କିମ୍ବା ଗୁରୁତର ରୋଗରେ ପୀଡ଼ିତ ବ୍ୟକ୍ତିଙ୍କୁ ଡାକ୍ତରଖାନାକୁ ନେବା ପାଇଁ ଏହି ଆମ୍ବୁଲାନ୍ସ ଗୁଡ଼ିକ କାର୍ଯ୍ୟ କରିବ । ଟୋଲ ଫ୍ରି’ ନମ୍ବର ୧୦୮ରେ ଫୋନ୍‌‌ କଲେ ଏହି ଆମ୍ବୁଲାନ୍ସ ଗୁଡ଼ିକ ରୋଗୀମାନଙ୍କୁ ବିନା ଦେୟରେ ତୁରନ୍ତ ସେବା ଯୋଗାଇ ଦେବ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ଆହୁରି ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇବାରେ ସହାୟକ ହେବ। ‘ପ୍ରତି ଜୀବନ ମୂଲ୍ୟବାନ’ ନୀତି ଅନୁଯାୟୀ ଆମର ଉଦ୍ୟମ ଜାରି ରହିବ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ, ଆଜି ଲୋକାର୍ପିତ ଆମ୍ବୁଲାନ୍ସ ଗୁଡିକ ମଧ୍ୟରୁ ୨୭୯ଟିକୁ ୧୦୮-ଆମ୍ବୁଲାନ୍ସ ସେବାରେ ସାମିଲ କରାଯାଇଛି। ବାକି ୭୦ଟିକୁ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟମାନଙ୍କୁ ଯୋଗାଇ ଦିଆଯାଇଛି । ଏହି ୭୦ଟି ମଧ୍ୟରୁ ୪୦ଟି ହେଉଛି ଜୀବନ ରକ୍ଷାକାରୀ ମୌଳିକ ଆମ୍ବୁଲାନ୍ସ ଏବଂ ୩୦ଟି ଜୀବନ ରକ୍ଷାକାରୀ ଅତ୍ୟାଧୁନିକ ଆମ୍ବୁଲାନ୍ସ ।

ସମୁଦାୟ ୩୪୯ଟି ଆମ୍ବୁଲାନ୍ସ ବାବଦରେ ୧୪୮.୪୫ କୋଟି ଟଙ୍କା ବିନିଯୋଗ କରାଯାଇଛି । ୧୦୮-ଆମ୍ବୁଲାନ୍ସ ସେବାରେ ଏହି ନୂଆ ଆମ୍ବୁଲାନ୍ସ ଗୁଡିକ ସାମିଲ ହେବା ପରେ ମୋଟ ଆମ୍ବୁଲାନ୍ସ ସଂଖ୍ୟା ୧୩୬୬ କୁ ବୃଦ୍ଧି ପାଇଛି । ବର୍ତ୍ତମାନ ପ୍ରତିଦିନ ହାରାହାରି ୪୦୦୦ରୁ ଅଧିକ ସଂଖ୍ୟକ ରୋଗୀ ଏହି ୧୦୮-ଆମ୍ବୁଲାନ୍ସ ସେବା ଦ୍ଵାରା ଡାକ୍ତରଖାନାକୁ ସ୍ଥାନାନ୍ତରିତ ହେଉଛନ୍ତି । ନୂଆ ଆମ୍ବୁଲାନ୍ସ ଗୁଡିକ ସାମିଲ ହେବା ପରେ ୧୦୮-ଆମ୍ବୁଲାନ୍ସ ସେବା ଆହୁରି ତ୍ଵରିତ ଏବଂ ସୁବିଧାଜନକ ହେବ ।

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଗୁଡିକୁ ଯୋଗଉଥିବା ୭୦ଟି ଆମ୍ବୁଲାନ୍ସ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଭୁକ୍ତ ରୋଗୀମାନଙ୍କୁ ଆବଶ୍ୟକ ସ୍ଥଳେ ସରକାରୀ ଡାକ୍ତରଖାନାରୁ ଘରୋଇ ହସ୍ପିଟାଲକୁ ଜରୁରୀକାଳିନ ସ୍ଥାନାନ୍ତରରେ ବ୍ୟବହାର ହେବା ସହ ଜିଲ୍ଲା ସ୍ତରରେ ଅନ୍ୟ ରୋଗୀମାନଙ୍କ ଜରୁରୀ ଆବଶ୍ୟକତା ପୁରଣରେ ସହାୟକ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି, ଲଗାତର ତିନିଦିନ କରିବେ ପ୍ରଚାର

ଭୁବନେଶ୍ୱର,୧୯।୫: ପୁଣି ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏଥର ରାହୁଲ ଓଡ଼ିଶାରେ ବଡ଼ ଛାପ ଛାଡିବାକୁ ଯୋଜନା କରିଛନ୍ତି।...

ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ମୋରଡ଼ା ଭାଜପା, ଏଥିରେ ରହିଛି ୧୫ ବଡ଼ ପ୍ରତିଶ୍ରୁତି…

ମୋରଡ଼ା,୧୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଆସନ୍ତା ଜୁନ୍‌ ୧ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିପାଇଁ ଭାଜପା ସଜବାଜ ହେବା...

ପୁରୀରେ ରୋଡ ଶୋ’ ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦି

ପୁରୀ,୧୯।୫: ରବିବାର ତୃତୀୟ ଥର ପାଇଁ ପ୍ରଚାରରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ଶ୍ରୀଜିଉଙ୍କ ଦର୍ଶନ ସହ ଶ୍ରୀକ୍ଷେତ୍ରରେ ରୋଡ୍‌ ସୋ...

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ...

ପିସି କାରବାରରୁ ଅଭାବୀ ବିକ୍ରି

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ...

ଭାଜପାରେ ମିଶିଲେ ସମୀର

ଭୁବନେଶ୍ୱର,୧୯ା୫: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ...

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri