ଲକ୍‌ଡାଉନ୍‌ ଚାହୁଁ ନ ଥିଲେ; ରୋଜଗାର ବନ୍ଦ କରିବାକୁ ଚାହୁଁ ନ ଥିଲେ ମାସ୍କ ପିନ୍ଧନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪(ବ୍ୟୁରୋ): ଦିନକୁ ଦିନ ଜଟିଳ ହେବାରେ ଲାଗିଛି କରୋନା ସ୍ଥିତି। ଦେଶର କିଛି ସ୍ଥାନରେ କରୋନାର ତୃତୀୟ ଲହର ଚାଲିଥିବା ବେଳେ ଓଡ଼ିଶାରେ ଦ୍ୱିତୀୟ ଲହର ଚାଲିଛି। ଏଣୁ ଆମକୁ କେତେ ଲହର ମୁକାବିଲା କରିବାକୁ ପଡ଼ିବ, କେହି ଜାଣି ନାହାନ୍ତି। ଯଦି ଆମେ ମାସ୍କ ପିନ୍ଧିବା ତେବେ କରୋନାଠାରୁ ରକ୍ଷା ପାଇବା ବୋଲି ଶୁକ୍ରବାର ଅପରାହ୍ନରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଏବେ କୋଭିଡର ଦ୍ୱିତୀୟ ଲହର ଆରମ୍ଭ ହୋଇଛି। ଏହା ଶୀଘ୍ର ବ୍ୟାପୁଛି। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌, ନାଇଟ୍‌ କର୍ଫ୍ୟୁ ଆରମ୍ଭ ହେଲାଣି। ଆମେ କୋଭିଡ ନିୟମ ମାନିଲେ କରୋନା ସଂକ୍ରମଣ ରୋକିପାରିବା। ଏଥିପାଇଁ ଆଜିଠାରୁ ୧୪ ଦିନ ଯାଏ ମାସ୍କ ଅଭିଯାନ ଆରମ୍ଭ କରିବା। ମାସ୍କ ପିନ୍ଧିବା ବୋଲି ଆମେ ସଂକଳ୍ପ ନେବା। ହେଲେ ବେକରେ ଝୁଲାଇ ନୁହେଁ ବରଂ ଠିକ୍‌ ଭାବେ ନାକକୁ ଘୋଡାଇ ମାସ୍କ ପିନ୍ଧିବା। ବିନା ମାସ୍କରେ କେବେ ବି ଘରୁ ବାହାରିବା ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହାଛଡ଼ା ପରିବାରର ମହିଳାମାନଙ୍କ ହାତରେ କରୋନାକୁ ରୋକିବାର ଶକ୍ତି ଅଛି ବୋଲି ପରୋକ୍ଷରେ ମୁଖ୍ୟମନ୍ତ୍ରୀ କହିଛନ୍ତି। ପରିବାରଲୋକେ ବାହାରକୁ ଗଲେ ମା’ ମାନେ ସେମାନଙ୍କୁ ମାସ୍କ ପିନ୍ଧାନ୍ତୁ। ମା’ ମାନେ ସତର୍କ ହେଲେ କେବେ ବି କରୋନା ଘରକୁ ଆସିପାରିବନାହିଁ। ସରକାର ବାହାରେ ଜଗିଛନ୍ତି, ମା’ ମାନେ ଘରେ ଜଗନ୍ତୁ। କିଛି ଅମାନିଆଙ୍କ ପାଇଁ କାହିଁକି ସାରା ସମାଜ କଠିନ ପରିସ୍ଥିତିରେ ପଡ଼ିବ। ମାସ୍କ ନ ପିନ୍ଧିଥିବା ଲୋକଙ୍କଠାରୁ ନିଶ୍ଚୟ ଜରିମାନା ଆଦାୟ କରାଯିବ। ଏବେ ମାସ୍କ ନ ପିନ୍ଧିଲେ ଏବେ ୨ ଗୁଣା ଜରିମାନା ପାଇଁ ନିଷ୍ପତ୍ତି ହୋଇଛି। ମାସ୍କ ହିଁ ଆମପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା କବଚ। ଯେଉଁମାନେ ଟିକା ନେଇନାହାନ୍ତି ସେମାନେ ନିଶ୍ଚୟ ମାସ୍କ ପିନ୍ଧନ୍ତୁ। ଯେଉଁମାନେ ଟିକା ନେଇଛନ୍ତି, ସେମାନେ ବି ମାସ୍କ ପିନ୍ଧନ୍ତୁ। ଏହାଦ୍ୱାରା ଆମେ ବିନା ଲକ୍‌ଡାଉନ୍‌ରେ କରୋନାକୁ ରୋକି ପାରିବା। ନିଜ ରୋଜଗାର ବନ୍ଦ କରିବାକୁ ଚାହୁଁ ନ ଥିଲେ ମାସ୍କ ପିନ୍ଧନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri