ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ବୟାନ, ରାଜ୍ୟ ରାଜନୀତିରେ ଚହଳ!

ଭୁବନେଶ୍ୱର,୨୬।୭ (ସୁନିତ୍‌ ମିଶ୍ର) ଏନ୍‌ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କକ୍‌ରୋଚ ଜନତା ପାର୍ଟି (ସିଜେପି) ଜନ୍ତରମନ୍ତରରେ ଜୁନ୍‌ ୨୦ରୁ ଆନ୍ଦୋଳନ ଜାରି ରଖି ଧର୍ମେନ୍ଦ୍ରଙ୍କ ଇସ୍ତଫା ସହ ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଓ ମୃତ ଏନ୍‌ଇଇଟି ପରୀକ୍ଷାର୍ଥୀଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଅଡ଼ି ବସିଥିଲା। ଜୁଲାଇ ୨୦ରେ ‘ଚଲୋ ସଂସଦ’ ରାଲି ବେଳେ ଅନ୍ଦୋଳନକାରୀଙ୍କ ଉପରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପରେ ଦେଶବ୍ୟାପୀ ପ୍ରତିବାଦ ଜୋର ଧରିଥିଲା। ଆନ୍ଦୋଳନକୁ ସମର୍ଥନ କରି ସାମାଜିକ କର୍ମୀ ସୋନମ ଓ୍ୱାଙ୍ଗ୍‌ଚୁକ୍‌ ୨୬ ଦିନ ଆମରଣ ଅନଶନ କରିବା ସରକାରଙ୍କ ପାଇଁ ଅଡ଼ୁଆ ସ୍ଥିତି ସୃଷ୍ଟି କରିଥିଲା। ଶେଷରେ ସରକାର ଚାପରେ ପଡ଼ି ସିଜେପିର ସମସ୍ତ ଦାବି ମାନି ନେବା ପରେ ଶନିବାର ଜନ୍ତରମନ୍ତରରୁ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି।

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ଶେଷରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ‘X’ରେ ପୋଷ୍ଟକରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଲ୍ଲେଖ କରିଛନ୍ତି, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନ ଜାତୀୟ ଶିକ୍ଷାନୀତି(ଏନ୍‌ଇପି-୨୦୨୦) ଭଳି ଐତିହାସିକ ନୀତିକୁ କାର୍ଯ୍ୟକାରୀ କରିବା ସହ ଦେଶର ବହୁ କୋଟି ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ସୁଦୃଢ଼ କରିଛନ୍ତି। ଏଥିଲାଗି ଶିକ୍ଷା କ୍ଷେତ୍ରରେ ତାଙ୍କ ନେତୃତ୍ୱରେ ଅନେକ ସଂସ୍କାର ଅଣାଯାଇଛି। ବୃହତର ସାମାଜିକ ହିତ ଓ ନୈତିକ ମୂଲ୍ୟବୋଧକୁ ପ୍ରାଥମିକତା ଦେଇ ପଦରୁ ଇସ୍ତଫା ଦେବା ଲାଗି ସେ ଗ୍ରହଣ କରିଥିବା ନିଷ୍ପତ୍ତି ତାଙ୍କ ନୀତି ଆଦର୍ଶର ପରିଚୟ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ୱାଦରୁ ଆଗାମୀ ଦିନରେ ତାଙ୍କର ଏହି କର୍ମମୟ ଯାତ୍ରା ଆହୁରି ଅଧିକ ସଫଳତା ଓ ପ୍ରତିଷ୍ଠା ଆଣିଦେବ ବୋଲି ଆମେ ସମସ୍ତେ ଦୃଢ଼ବିଶ୍ୱାସୀ ବୋଲି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର…

ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ…

ରାଜନୀତିରେ ବଡ଼ ହଲଚଲ: ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ TMCର ବିଦ୍ରୋହୀ, କହିଲେ- ଆପଣ ଲଢ଼ିଲେ ଆମେ…

କୋଲକାତା,୧୦।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି। ନନ୍ଦୀଗ୍ରାମରୁ ମମତା ବାନାର୍ଜୀ ନିର୍ବାଚନ ଲଢ଼ନ୍ତୁ ବୋଲି…

ଫ୍ୟାନ୍ସି ଷ୍ଟୋରରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବଲାଙ୍ଗିର,୧୦।୯(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫ୍ୟାନ୍ସି ଷ୍ଟୋରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଦୋକାନ ଭିତରେ ଥିବା…

ହାତୀକୁ ଧକ୍କା ଦେଲା ଟ୍ରେନ୍‌: ଚାଲିଗଲା ଜୀବନ

ମୁନିଗୁଡ଼ା/ବିଷମକଟକ,୧୦।୯(ନନ୍ଦ କିଶୋର ପଟ୍ଟନାୟକ/ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲାର ମୁନିଗୁଡ଼ା ରେଞ୍ଜ ଅନ୍ତର୍ଗତ ବିଷମକଟକ ବ୍ଲକର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରେନ ଇଞ୍ଜିନ ଧକ୍କାରେ ଏକ ଦନ୍ତା…

ଗାଁ ରାସ୍ତାରେ ଆଣ୍ଠୁଏ ପାଣି: କପା-ଧାନ ଚାଷ ନଷ୍ଟ ଆଶଙ୍କା

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ଯୋଗୁ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri