ଓଡ଼ିଶାରେ ସେମିକଣ୍ଡକ୍ଟର ଶିଳ୍ପର ମୂଳଦୁଆ

ଭୁବନେଶ୍ୱର,୨ା୧୧(ଅନୁରାଧା ମହାରଣା/ସୁନିତ୍‌ ମିଶ୍ର ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡ଼ିଶା ସେମିକଣ୍ଡକ୍ଟର କ୍ଷେତ୍ରରେ ଆଉ ପାଦେ ଆଗକୁ ବଢ଼ଛି। ଭୁବନେଶ୍ୱର ଇନ୍‌ଫୋଭ୍ୟାଲିଠାରେ ସିକ୍‌ସେମ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଭୂମିପୂଜନ ସମାରୋହ ଶନିବାର ଅନୁଷ୍ଠିତ ହୋଇଛି। ସମୁଦାୟ ୨,୦୬୭ କୋଟି ଟଙ୍କାର ପୁଞ୍ଜିନିବେଶରେ ଏହି ମ୍ୟାନୁଫାକ୍ଚରିଂ ୟୁନିଟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାଦ୍ୱାରା ପ୍ରାୟ ୧,୦୦୦ ପ୍ରଫେସନାଲଙ୍କୁ ନିଯୁକ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ସେମିକଣ୍ଡକ୍ଟର କ୍ଷେତ୍ରରେ ଓଡ଼ିଶାର ବିକାଶ ଯାତ୍ରା ଆହୁରି ମଜଭୁତ ହେଉଛି। ଏହି ମୁହୂର୍ତ୍ତ କେବଳ ଇଟା ଏବଂ ସିମେଣ୍ଟ ବିଷୟରେ ନୁହେଁ, ଏହା ଆକାଂକ୍ଷା, ସ୍ଥିରତା, ସହଯୋଗ ଏବଂ ଆତ୍ମନିର୍ଭରଶୀଳତାର ଉଦାହରଣ। ଏଥିରେ ଯେଉଁ ସେମିକଣ୍ଡକ୍ଟର ନିର୍ମିତ ହେବ ତାହା ମିଶାଇଲ, ଇଲେକ୍ଟ୍ରୋନିକ୍‌ ଗାଡ଼ି, ପ୍ରତିରକ୍ଷା ଉପକରଣ, ରେଲୱେ ଓ ସୌରଶକ୍ତି ଭଳି କ୍ଷେତ୍ରରେ ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଭୁବନେଶ୍ୱର ଆଇଆଇଟିରେ ମଧ୍ୟ ସିକ୍‌ସେମ୍‌ କମ୍ପାନୀ ୬୪ କୋଟି ଟଙ୍କା ବିନିଯୋଗରେ ଏକ ରିସର୍ଚ୍ଚ ଆଣ୍ଡ ଇନୋଭେଶନ ସେଣ୍ଟର ସ୍ଥାପନ କରିଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କ ଏମ୍‌ପି ଫଣ୍ଡରୁ ୫ କୋଟି ଟଙ୍କା ବିନିଯୋଗ କରି ଆଇଆଇଟି ଭୁବନେଶ୍ୱରରେ ଏକ ‘ନମୋ ସେମିକଣ୍ଡକ୍ଟର ଲାବରେଟୋରି’ ସ୍ଥାପନ ପାଇଁ ଅନୁମୋଦନ ଦେଇଛନ୍ତି। ଏହା ସ୍ଥାପନ ହେବା ଦ୍ୱାରା ଛାତ୍ରୀଛାତ୍ରମାନେ ସେମିକଣ୍ଡକ୍ଟର ସମ୍ପର୍କରେ ଅଧିକ ଗବେଷଣାର ସୁଯୋଗ ପାଇପାରିବେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଯାହା ପୂର୍ବରୁ ବର୍ଷ ବର୍ଷ ସମୟ ଲାଗି ଯାଉଥିଲା ତାହା ଏବେ ମାସକରେ ସମ୍ପୂର୍ଣ୍ଣ ହେଉଛି। ଏହା ହେଉଛି ନୂତନ ଭାରତର ଗତି ଏବଂ ଶକ୍ତି। ବେଙ୍ଗାଲୁରୁ ପରେ ବର୍ତ୍ତମାନ ଓଡ଼ିଶା ଭାରତର ନୂତନ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ରାଜଧାନୀ ଭାବେ ଉଭା ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ, ଭାରତ ଚିପ୍‌ରୁ ଶିପ୍‌ ପର୍ଯ୍ୟନ୍ତ ସମସ୍ତ ମିଶନରେ ଆଗକୁ ବଢ଼ୁଛି। ସେମିକଣ୍ଡକ୍ଟର ଏବଂ ଇଲେକ୍ଟ୍ରୋନିକ୍ସ ଉତ୍ପାଦନରେ ଓଡ଼ିଶା ଆତ୍ମନିର୍ଭରଶୀଳତାର ଏକ ନୂତନ ଅଧ୍ୟାୟ ସୃଷ୍ଟି କରୁଛି ବୋଲି ସେ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସେମିକଣ୍ଡକ୍ଟର ମିଶନ୍‌ର ସଫଳତାରେ ଓଡ଼ିଶା ପ୍ରମୁଖ ଭୂମିକା ଗ୍ରହଣ କରିବାକୁ ଯାଉଛି। ଦିଲ୍ଲୀରେ ମଧ୍ୟ ୨ଟି କମ୍ପାନୀ ଓଡ଼ିଶାରେ ସେମିକଣ୍ଡକ୍ଟର ୟୁନିଟ ପ୍ରତିଷ୍ଠା ପାଇଁ ଏମ୍‌ଓୟୁ କରିଥିଲେ। ଆଗାମୀ ଦିନରେ ଏହି ୨ କମ୍ପାନୀ ଓଡ଼ିଶାରେ ପ୍ରାୟ ୩,୦୦୦ କୋଟି ଟଙ୍କା ନିବେଶ କରିବେ। ସେମିକଣ୍ଡକ୍ଟର କ୍ଷେତ୍ରରେ ଦେଶରେ ଓଡିଶା ଏକ ହବ୍‌ ଭାବେ ପରିଗଣିତ ହେବ ବୋଲି ସେ କହିଛନ୍ତି।
ଏହି କାର୍ଯ୍ୟକ୍ରମରେ ଆଭାସି ମାଧ୍ୟମରେ ଯୋଗଦେଇ ରେଳମନ୍ତ୍ରୀ ବୈଷ୍ଣବ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ସ୍ବପ୍ନ ସାକାର ହେଉଛି, ଓଡ଼ିଶା ପୂର୍ବୋଦୟର ଗେଟ୍‌-ୱେ ଭାବେ ବିକଶିତ ହେଉଛି। ଅତ୍ୟାଧୁନିକ ଜ୍ଞାନକୌଶଳ ଦ୍ୱାରା ଶିଳ୍ପ ଏବଂ ଶିକ୍ଷାକୁ ସମନ୍ବୟ କରି ବର୍ତ୍ତମାନ ଆଇଆଇଟି ଭୁବନେଶ୍ୱରରେ ‘ନମୋ ସେମିକଣ୍ଡକ୍ଟର ଲାବରେଟୋରି’ ସ୍ଥାପନ କରାଯିବ ବୋଲି ସେ ଘୋଷଣା କରିଥିଲେ। ବର୍ତ୍ତମାନ ଯୁବ ପିଢ଼ି ପାଇଁ ଏ କ୍ଷେତ୍ରରେ ଅଧିକ ଜ୍ଞାନ ଆହରଣ ଓ ଗବେଷଣା ପାଇଁ ଏକ ସୁବର୍ଣ୍ଣ ସୁଯୋଗ ହେବ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ଯୋଗଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଆଇଟି କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ସେମିକଣ୍ଡକ୍ଟର ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରୁଛି। ଓଡ଼ିଶା ଏହି ଗୁରୁଦାୟିତ୍ୱକୁ ବହନ କରି ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପିତ ବିକଶିତ ଭାରତର ସ୍ବପ୍ନକୁ ସାକାର କରୁଛି। କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଆଇ.ଆଇ.ଟି ଭୁବନେଶ୍ୱର ନିର୍ଦ୍ଦେଶକ ଶ୍ରୀପଦ କର୍ମଲ୍କର୍‌, ଆର୍କେନ୍‌ କେମିକାଲ୍‌ ଇଣ୍ଡଷ୍ଟ୍ରିଜ୍‌ ମ୍ୟାନେଜିଂ ଡାଇରେକ୍ଟର ରଞ୍ଜିତ ପେଣ୍ଡୁର୍ଥୀ, ସିକ୍‌ସେମ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ମ୍ୟାନେଜିଂ ଡାଇରେକ୍ଟର ଗୁରୁ ଥାଲ୍ଲାପାନେନୀ, କ୍ଲାସ୍‌-ସିକ୍‌ ୱାଫର୍‌ ଫ୍ୟାବ୍‌ ଲିମିଟେଡର ଚିଫ୍‌ ଏକ୍‌ଜିକ୍ୟୁଟିଭ୍‌ ଅଫିସର ମିସ୍‌ ଜେନିଫର୍‌ ୱାଲସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?