Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…

ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ ଖୋଲି ଦେଇଛନ୍ତି । ମୋଟ୍ ୧୬ଟି ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଚଳିତ ବର୍ଷ ବଜେଟରେ ପୁରୀର ବିଭିନ୍ନ ଐତିହ୍ୟ ସ୍ଥାନର ପୁନରୁଦ୍ଧାର ହେବାର ଯୋଜନା ରହିଛି । ଯେଉଁଠି ପୁରୀରେ ଥିବା ବିଭିନ୍ନ ଛୋଟବଡ ପୁରାତନ ଐତିହ୍ୟ ସମ୍ପନ୍ନ କୀର୍ତ୍ତୀରାଜି ଗୁଡିକୁ ପୁନରଦ୍ଧାର କରାଯିବ । ଏହାଛଡା ଶ୍ରୀ ମନ୍ଦିରକୁ ଦାନ ଦବାକୁ ‘ସମର୍ପଣ’ ଆପ୍‌ର ଶୁଭାରମ୍ଭ କରାଯିବ । ଯାହା ଦ୍ବାରା ଜଗନ୍ନାଥ ମନ୍ଦିରକୁ ଅନଲାଇନ ଯୋଗେ ଭକ୍ତମାନେ ଦାନ କରିପାରିବେ । ପୁରୀ ବିଶ୍ବ ପର୍ଯ୍ୟଟନ କେନ୍ଦ୍ର ହେବା ସହ ପୁରୀରେ ଜଗନ୍ନାଥ ବ୍ୟାଖ୍ୟାନ କେନ୍ଦ୍ର ସ୍ଥାପନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଏହାଛଡା ପ୍ରତି ଗ୍ରାମାଞ୍ଚଳରେ ଥିବା ଅଙ୍ଗନବାଡି ପାଇଁ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନାର ଶୁଭାରମ୍ଭ କରାଯାଇଛି । ଯେଉଁଥିପାଇଁ ମୋଟ୍ ୬୩୫ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଏହାଛଡା କୃଷକ ମାନଙ୍କ ସହାୟତା ପାଇଁ ୧୦୦ଗୋଟି ଆଦର୍ଶ ମଣ୍ଡି ଗଠନ କରାଯିବ । ଯେଉଁଥିପାଇଁ ମୋଟ୍ ୧୦୦ କୋଟି ଟଙ୍କା ଧାର୍ଯ୍ୟ କରାଯାଇଛି ।

ଦୈନିକ ରୋଜଗାର ସୁନିଶ୍ଚିନ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ VB-G RAM G ଯୋଜନା ପାଇଁ ମୁଖ୍ୟମନ୍ତ୍ରୀ ମୋଟ୍ ୫୫୭୫ କୋଟିର ବ୍ୟୟ ବରାଦ କରିଛନ୍ତି । ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ପାଇଁ ମଧ୍ୟ ବ୍ୟୟ ବରାଦ କରାଯାଇଛି । ମୁଖ୍ୟମନ୍ତ୍ରୀ ସ୍ମାର୍ଟ ସିଟି ମିଶନ ପାଇଁ ଚଳିତ ବର୍ଷ ମୋଟ୍ ୧୦୦ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ଓଡିଶାରେ ବିଶ୍ବର ସର୍ବବୃହତ ଶସ୍ୟ ଭଣ୍ଡାର ସ୍ଥାପନ ହେବାକୁ ଯାଉଛି । ଏନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିବା ସହ ଏଥିପାଇଁ ମୋଟ୍ ୨୪୦ କୋଟି ଟଙ୍କାର ବ୍ୟୟ ବରାଦ ରଖିଛନ୍ତି । ସେହିପରି ବିରଳ ମୃତ୍ତିକା କରିଡର ପାଇଁ ମଧ୍ୟ ୧୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।

ବର୍ତ୍ତମାନ ବଢୁଥିବା AI ଶକ୍ତିକୁ ଦୃଷ୍ଟିରେ ରଖି ଓଡିଶା ଏହା ଉପରେ ମଧ୍ୟ କାର୍ଯ୍ୟ ଆରମ୍ଭ କରିବ । ଯେଉଁଥିପାଇଁ ରାଜ୍ୟ AI ମିଶନ ନିମନ୍ତେ ମୋଟ୍ ୨୩ କୋଟିର ବ୍ୟୟ ବରାଦ କରାଯାଇଛି । ଏହାଛଡା ପର୍ଯ୍ୟଟନ ଜମି ବ୍ୟାଙ୍କ ପାଇଁ ୧୫୦ କୋଟି ଓ ଡାଲଖାଇ ଯୋଜନା ପାଇଁ ୨୨୦ କୋଟି ଟଙ୍କାର ବରାଦ ହୋଇଛି । ରାଜ୍ୟର ଯୁବ ପ୍ରତିଭା ପାଇଁ ଫିଟ୍‌ ଓଡ଼ିଶା ମିଶନ ପାଇଁ ୧୦ କୋଟିର ବ୍ୟୟ ବରାଦ ରହିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?