ସ୍ତ୍ରୀଙ୍କ ସହ ମିଶି ଛଠ୍‌ ପାଳିଲେ ମୁଖ୍ୟମନ୍ତ୍ରୀ: ଦେଲେ ଏମିତି ବାର୍ତ୍ତା

ଭୁବନେଶ୍ୱର,୨୮।୧୦: ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ନୂଆ ବାଲିଯାତ୍ରା ପଡିଆ ଠାରେ ଆୟୋଜିତ ଛଠ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ଏହି ଅବସରରେ ଓଡ଼ିଶା ସରକାର ଭାଇଚାରା, ସୌହାର୍ଦ୍ଦ୍ୟ ଓ ସାଂସ୍କୃତିକ ଏକତାର ପରମ୍ପରାକୁ ଶକ୍ତିଶାଳୀ କରିବା ପାଇଁ ପ୍ରତିବଦ୍ଧ ଏବଂ ଓଡ଼ିଶାରେ ଛଟ ପୂଜା ଏହି ସାଂସ୍କୃତିକ ଏକତାର ଉଦାହରଣ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ସ୍ତ୍ରୀ ଡଃ ପ୍ରିୟଙ୍କା ମାର୍ଣ୍ଡି ମଧ୍ୟ ଯୋଗ ଦେଇ ସମସ୍ତ ପୂଜାର ବିଧି ପାଳନ କରି ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରି ରାଜ୍ୟବାସୀଙ୍କ ମଙ୍ଗଳା କାମନା କରିଥିଲେ।

କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ଛଠ ପର୍ବ ଆମକୁ ଶିଖାଏ ଯେ, ଜୀବନର ସତ୍ୟ ଆଧାର ହେଉଛି ପ୍ରକୃତି, ଜଳ, ବାୟୁ ଓ ସୂର୍ଯ୍ୟର ଶକ୍ତି । ଏହି ପର୍ବ ମାଧ୍ୟମରେ ଆମେ ପ୍ରକୃତି ଓ ପରିବେଶ ପ୍ରତି ଆପଣଙ୍କ ଋଣ ସ୍ବୀକାର ବ୍ୟକ୍ତ କରୁଛୁ । ଏଣୁ ଆମେ ପ୍ରକୃତି ସହିତ ପ୍ରେରଣା ପାଉ।

ଛଠ ପର୍ବର ସବୁଠୁ ବଡ଼ ବିଶେଷତା ହେଉଛି ଯେ, ଏହି ପର୍ବରେ କୌଣସି ଦେଖାଣିଆ କିମ୍ବା ଆଡମ୍ବର ନ ଥାଏ କେବଳ ନିଷ୍ଠା ଓ ଆତ୍ମିକ ଶ୍ରଦ୍ଧା ରହେ। ଏହି ପର୍ବ ସ୍ବଚ୍ଛତା, ଶୃଙ୍ଖଳାର ଏକ ଅଦ୍ଭୁତ ଉଦାହରଣ ଏବଂ ଏହି ପର୍ବର ଆତ୍ମା। ଛଠ ପୂଜାର ପରମ୍ପରା ଉତ୍ତର ଭାରତୀୟ ରାଜ୍ୟ-ବିହାର, ଝାଡ଼ଖଣ୍ଡ, ଉତ୍ତର ପ୍ରଦେଶ ରାଜ୍ୟ ମାନଙ୍କରେ ପାଳନ କରାଯାଏ। ମୁଁ ଏହା ଦେଖି ଅତ୍ୟନ୍ତ ଆନନ୍ଦିତ ଯେ ଏବେ ଓଡ଼ିଶାରେ ମଧ୍ୟ ଛଠ ପୂଜାର ଉତ୍ସବ ବିଶେଷ ଉଲ୍ଲାସ ଓ ଭକ୍ତିଭାବର ସହିତ ପାଳନ ହେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଓଡ଼ିଶା ବିକାଶର ନୂତନ ମାର୍ଗରେ ଆଗକୁ ବଢ଼ୁ, ଆମ ଚାଷୀ, ଶ୍ରମିକ, ଯୁବ ଓ ମାତୃଶକ୍ତି ସଶକ୍ତ ହୁଅନ୍ତୁ, ଏବଂ ପ୍ରତ୍ୟେକ ଘରେ ଖୁସିର ଆଲୋକ ବିକିରଣ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ବିଶ୍ୱାସ ଫାଉଣ୍ଡେସନର ସଭାପତି ଶ୍ରୀ ରାଜକୁମାର, ଉପ ସଭାପତି, ଶ୍ରୀ ଅଜୟ ବାହାଦୂର ସିଂହ, ସାଧାରଣ ସଚିବ, ଶ୍ରୀ ଅଶୋକ ଭଗତ୍‌, ବିହାର ଉନ୍ନୟନ ପରିଷଦର ସଂଯୋଜକ, ଶ୍ରୀ ଆନନ୍ଦ ମୋହନ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri