କେନ୍ଦ୍ରୀୟ ବଜେଟରେ ବ୍ୟୟବରାଦ ହ୍ରାସକୁ ମୁଖ୍ୟମନ୍ତ୍ରୀଙ୍କ ନାପସନ୍ଦ; କହିଲେ ଏମିତି

ଭୁବନେଶ୍ୱର,୧।୨(ବ୍ୟୁରୋ): କେନ୍ଦ୍ରୀୟ ବଜେଟକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। କୃଷକ ଓ କୃଷି କଲ୍ୟାଣ, ଉଚ୍ଚଶିକ୍ଷା, ଗ୍ରାମୀଣ ବିକାଶ ଏବଂ ମହିଳା ଓ ଶିଶୁ ବିକାଶ ଭଳି ବିଭାଗ ପାଇଁ ବ୍ୟୟବରାଦ ହ୍ରାସ କରିବା ସମ୍ପୃକ୍ତ କ୍ଷେତ୍ରର ବିକାଶରେ ବାଧା ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ନିଜ ପ୍ରତିକ୍ରିୟାରେ କହିଛନ୍ତି। ଏଥିିସହିତ କରୋନା କାଳରେ ମନରେଗାରେ ବଜେଟକୁ ହ୍ରାସ ଯୋଗୁ ଗରିବ ଲୋକେ ପ୍ରଭାବିତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାଛଡ଼ା ଗରିବ ଏବଂ ମଧ୍ୟବିତ୍ତ ଶ୍ରେଣୀର ଲୋକେ ଦର ବୃଦ୍ଧି ସର୍ବାଧିକ ପ୍ରଭାବିତ ହେଉଛନ୍ତି। ବଜେଟରେ ଏ ନେଇ କୌଣସି ପ୍ରକାର ବ୍ୟବସ୍ଥା ହୋଇନାହିଁ । ଏଥିସହିତ ଏଲ୍‌ପିଜି ସବ୍‌ସିିଡିରେ ମଧ୍ୟ ହ୍ରାସ କରାଯାଉଛି । ଏହା ଦ୍ୱାରା ଗୃହ ଅର୍ଥନୀତି ବିଶେଷ ଭାବେ ପ୍ରଭାବିତ ହେବେ ବୋଲି ସେ କହିଛନ୍ତି।

ସେହିଭଳି ପୂର୍ବରୁ ଏଫ୍‌ସିଆଇ ଦ୍ୱାରା ଧାନ ଉଠାକୁ ନେଇ ବହୁ ଗମ୍ଭୀର ସମସ୍ୟା ରହିଛି । ଏହାରି ମଧ୍ୟରେ ଏନ୍‌ଏଫ୍‌ଏସ୍‌ଏ ଦ୍ୱାରା ପ୍ରଦାନ କରାଯାଉଥିବା ଖାଦ୍ୟ ସବ୍‌ସିଡି ହ୍ରାସ କୃଷକଙ୍କ ସମସ୍ୟାକୁ ଆହୁରି ବଢ଼ାଇଦେବ । ଏଣୁ ଏହା ଉପରେ ପୁନର୍ବିଚାର ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ଜୋର ଦେଇଛନ୍ତି । ଜଳ ଜୀବନ ମିଶନ, ପିଏମ୍‌ଏଓ୍ବାଇ ଅନୁଯାୟୀ ଆବଣ୍ଟନ ବୃଦ୍ଧିକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହିତ ଗ୍ରାମୀଣ ଆବାସ ଯୋଜନାରେ ଓଡ଼ିଶାର ଦାବିକୁ ଅଣଦେଖା କରାଯାଉଥିବାବେଳେ ଅନ୍ୟ ରାଜ୍ୟଗୁଡ଼ିକର ଦାବିକୁ ଗ୍ରହଣ କରାଯାଉଛି। କେନ୍ଦ୍ର ସରକାର ଓଡ଼ିଶାର ଗରିବ ଏବଂ ଆଦିବାସୀ ଜନସାଧାରଣଙ୍କ ସହ ହେଉଥିବ ଅନ୍ୟାୟ ପ୍ରତି ଧ୍ୟାନ ଦେବେ ବୋଲି ଆଶା ବ୍ୟକ୍ତ କରିଛନ୍ତି ।

ବଜେଟରେ ଟେକ୍ନୋଲୋଜି ଏବଂ ଭିତ୍ତିଭୂମି ସମ୍ପର୍କିତ ବିକାଶ ଉପରେ ଗୁରୁତ୍ୱ ଦିଆଯିବାକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ। ସ୍ବାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ଟେକ୍ନୋଲୋଜି ବ୍ୟବହାର ଦେଶକୁ ଏହି ମହାମାରୀ ସମୟରେ ଆଗକୁ ନେଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଶା ମିଲେଟ ମିଶନ ପୋଷଣ ଏବଂ ଚାଷୀଙ୍କ ଆୟ ବୃଦ୍ଧିରେ ସହାୟକ ହୋଇପାରିଛି । କେନ୍ଦ୍ର ସରକାର ମଧ୍ୟ ମାଣ୍ଡିଆର ଗୁରୁତ୍ୱକୁ ବୁଝିପାରିଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri