କେନ୍ଦ୍ରୀୟ ବଜେଟରେ ବ୍ୟୟବରାଦ ହ୍ରାସକୁ ମୁଖ୍ୟମନ୍ତ୍ରୀଙ୍କ ନାପସନ୍ଦ; କହିଲେ ଏମିତି

ଭୁବନେଶ୍ୱର,୧।୨(ବ୍ୟୁରୋ): କେନ୍ଦ୍ରୀୟ ବଜେଟକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। କୃଷକ ଓ କୃଷି କଲ୍ୟାଣ, ଉଚ୍ଚଶିକ୍ଷା, ଗ୍ରାମୀଣ ବିକାଶ ଏବଂ ମହିଳା ଓ ଶିଶୁ ବିକାଶ ଭଳି ବିଭାଗ ପାଇଁ ବ୍ୟୟବରାଦ ହ୍ରାସ କରିବା ସମ୍ପୃକ୍ତ କ୍ଷେତ୍ରର ବିକାଶରେ ବାଧା ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ନିଜ ପ୍ରତିକ୍ରିୟାରେ କହିଛନ୍ତି। ଏଥିିସହିତ କରୋନା କାଳରେ ମନରେଗାରେ ବଜେଟକୁ ହ୍ରାସ ଯୋଗୁ ଗରିବ ଲୋକେ ପ୍ରଭାବିତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାଛଡ଼ା ଗରିବ ଏବଂ ମଧ୍ୟବିତ୍ତ ଶ୍ରେଣୀର ଲୋକେ ଦର ବୃଦ୍ଧି ସର୍ବାଧିକ ପ୍ରଭାବିତ ହେଉଛନ୍ତି। ବଜେଟରେ ଏ ନେଇ କୌଣସି ପ୍ରକାର ବ୍ୟବସ୍ଥା ହୋଇନାହିଁ । ଏଥିସହିତ ଏଲ୍‌ପିଜି ସବ୍‌ସିିଡିରେ ମଧ୍ୟ ହ୍ରାସ କରାଯାଉଛି । ଏହା ଦ୍ୱାରା ଗୃହ ଅର୍ଥନୀତି ବିଶେଷ ଭାବେ ପ୍ରଭାବିତ ହେବେ ବୋଲି ସେ କହିଛନ୍ତି।

ସେହିଭଳି ପୂର୍ବରୁ ଏଫ୍‌ସିଆଇ ଦ୍ୱାରା ଧାନ ଉଠାକୁ ନେଇ ବହୁ ଗମ୍ଭୀର ସମସ୍ୟା ରହିଛି । ଏହାରି ମଧ୍ୟରେ ଏନ୍‌ଏଫ୍‌ଏସ୍‌ଏ ଦ୍ୱାରା ପ୍ରଦାନ କରାଯାଉଥିବା ଖାଦ୍ୟ ସବ୍‌ସିଡି ହ୍ରାସ କୃଷକଙ୍କ ସମସ୍ୟାକୁ ଆହୁରି ବଢ଼ାଇଦେବ । ଏଣୁ ଏହା ଉପରେ ପୁନର୍ବିଚାର ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ଜୋର ଦେଇଛନ୍ତି । ଜଳ ଜୀବନ ମିଶନ, ପିଏମ୍‌ଏଓ୍ବାଇ ଅନୁଯାୟୀ ଆବଣ୍ଟନ ବୃଦ୍ଧିକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହିତ ଗ୍ରାମୀଣ ଆବାସ ଯୋଜନାରେ ଓଡ଼ିଶାର ଦାବିକୁ ଅଣଦେଖା କରାଯାଉଥିବାବେଳେ ଅନ୍ୟ ରାଜ୍ୟଗୁଡ଼ିକର ଦାବିକୁ ଗ୍ରହଣ କରାଯାଉଛି। କେନ୍ଦ୍ର ସରକାର ଓଡ଼ିଶାର ଗରିବ ଏବଂ ଆଦିବାସୀ ଜନସାଧାରଣଙ୍କ ସହ ହେଉଥିବ ଅନ୍ୟାୟ ପ୍ରତି ଧ୍ୟାନ ଦେବେ ବୋଲି ଆଶା ବ୍ୟକ୍ତ କରିଛନ୍ତି ।

ବଜେଟରେ ଟେକ୍ନୋଲୋଜି ଏବଂ ଭିତ୍ତିଭୂମି ସମ୍ପର୍କିତ ବିକାଶ ଉପରେ ଗୁରୁତ୍ୱ ଦିଆଯିବାକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ। ସ୍ବାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ଟେକ୍ନୋଲୋଜି ବ୍ୟବହାର ଦେଶକୁ ଏହି ମହାମାରୀ ସମୟରେ ଆଗକୁ ନେଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଶା ମିଲେଟ ମିଶନ ପୋଷଣ ଏବଂ ଚାଷୀଙ୍କ ଆୟ ବୃଦ୍ଧିରେ ସହାୟକ ହୋଇପାରିଛି । କେନ୍ଦ୍ର ସରକାର ମଧ୍ୟ ମାଣ୍ଡିଆର ଗୁରୁତ୍ୱକୁ ବୁଝିପାରିଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri