ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ସମ୍ଭାବ୍ୟ ସଂକ୍ରମଣ: ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ସଂକ୍ରମଣ। ଏହାର ମୁକାବିଲା ଲାଗି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥିତିର ସମୀକ୍ଷା କରିଛନ୍ତି। ସେ ସତର୍କତାମୂଳକ ପଦକ୍ଷେପ ଓ ଜନସଚେତନତା ଉପରେ ଗୁରୁତ୍ୱାରୋପ କରିଛନ୍ତି। କେତେକ ରାଜ୍ୟରେ ପରିସ୍ଥିତି ଦ୍ରୁତ ଗତିରେ ବିଗିଡିବାରେ ଲାଗିଛି। ଏବେଠାରୁ ତୁରନ୍ତ ପ୍ରତିରୋଧମୂଳକ ପଦକ୍ଷେପ ନ ନେଲେ, ଓଡ଼ିଶା ମଧ୍ୟ ଘୋର ବିପଦର ସମ୍ମୁଖୀନ ହେବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି। ବିଶେଷକରି ସର୍ବସାଧାରଣ ସ୍ଥାନରେ ମାସ୍କ ବ୍ୟବହାରର ଦୃଢ ଅନୁପାଳନକୁ ସୁନିଶ୍ଚିତ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହଛନ୍ତି। ସମସ୍ତ ଜିଲ୍ଲାଗୁଡିକ ନିଜ ନିଜ ଅଞ୍ଚଳର ସ୍ଥାନୀୟ ନେତୃବୃନ୍ଦ, ପଞ୍ଚାୟତ ପ୍ରତିନିଧି ଓ ଧାର୍ମିକ ସଂସ୍ଥା ଆଦି ବିଭିନ୍ନ ଆବଶ୍ୟକ ବ୍ୟକ୍ତି ଓ ସଂସ୍ଥା ମାନଙ୍କ ସହିତ ସଚେତନତା ଓ ସମନ୍ବୟ ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପରିସ୍ଥିତି ଉପରେ ସତର୍କ ନଜର ରଖିବା ସହ ନିୟମିତ ସମୀକ୍ଷା କରିବା ପାଇଁ ମୁଖ୍ୟ ଶାସନସଚିବଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଗାଁ, ସାପ୍ତାହିକ ହାଟ ଓ ଭିଡ ପରିଲକ୍ଷିତ ହେଉଥିବା ମାର୍କେଟରେ ଡାକବାଜି ଯନ୍ତ୍ର ଜରିଆରେ ସମସ୍ତ ନିୟମାବଳୀ ଓ ଜରୁରୀ ସୂଚନା ସଂପର୍କରେ ତୁରନ୍ତ ଘୋଷଣା ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାଛଡ଼ା ଜିଲାପାଳମାନେ ନିଜ ନିଜ ଅଞ୍ଚଳରେ ସର୍ଭେଲାନ୍ସ ଓ ଟେଷ୍ଟିଂ କାର୍ଯ୍ୟକ୍ରମକୁ କଡାକଡି ଭାବରେ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି ବୈଠକରେ ଟେଷ୍ଟ, ଟ୍ରାକ୍‌ ଏବଂ ଟ୍ରିଟ୍‌କୁ ଗୁରୁତ୍ୱ ଦେବା ସହ ଆବଶ୍ୟକ ପଡ଼ିଲେ ମିନି କଣ୍ଟେନ୍‌ମେଣ୍ଟ ଜୋନ୍‌ ପାଇଁ ପ୍ରସ୍ତାବ ଦିଆଯାଇଛି।

ତେବେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବର୍ତ୍ତମାନର ସ୍ଥିତି ସଂପର୍କରେ ଦେଇଥିବା ସୂଚନାନୁଯାୟୀ, ଗତ କିଛି ଦିନ ମଧ୍ୟରେ କରୋନା ପଜିଟିଭ ମାମଲାରେ ସାମାନ୍ୟ ବୃଦ୍ଧି ଆସିଛି। ରାଜ୍ୟର ସୁନ୍ଦରଗଡ, ମୟୁରଭଞ୍ଜ, କଟକ ଓ ଖୋର୍ଦ୍ଧା ଏହି ୪ ଗୋଟି ଜିଲ୍ଲାରେ ରାଜ୍ୟରେ ବାହାରୁଥିବା ପଜିଟିଭ୍‌ ସଂଖ୍ୟାର ୪୦ ପ୍ରତିଶତ ଥିବାବେଳେ ନୟାଗଡ ଓ ମାଲକାନଗିରିରେ କେହି ଜଣେ ବି ପଜିଟିଭ ନାହାନ୍ତି। ବର୍ତ୍ତମାନ ରାଜ୍ୟରେ ୮୯୮ ଜଣ ସକ୍ରିୟ ରୋଗୀ ଥିବାବେଳେ, ୧୦୬ ଜଣ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ରାଜ୍ୟର କୋଭିଡ ଭିତ୍ତିଭୂମି ସଂପୂର୍ଣ୍ଣ ପ୍ରସ୍ତୁତ ଅଛି ବୋଲି ସେ କହିଥିଲେ। ଆର୍‌ଟିପିସିଆର୍‌ ଟେଷ୍ଟ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି ଓ ରେଡ ଫ୍ଲାଗ ରାଜ୍ୟଗୁଡିକରୁ ଆସୁଥିବା ଲୋକମାନଙ୍କୁ କଡାକଡି ଯାଞ୍ଚ କରାଯାଉଛି। ଟିକାକରଣ ସଂପର୍କରେ ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮.୮୧ ଲକ୍ଷ ଲୋକଙ୍କୁ ଟୀକା ଦିଆଯାଇସାରିଛି । ଅଧିକ ୨୫ ଲକ୍ଷ ଡୋଜ ଟୀକା ପଠାଇବା ପାଇଁ କେନ୍ଦ୍ରକୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?