ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ସମ୍ଭାବ୍ୟ ସଂକ୍ରମଣ: ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ସଂକ୍ରମଣ। ଏହାର ମୁକାବିଲା ଲାଗି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥିତିର ସମୀକ୍ଷା କରିଛନ୍ତି। ସେ ସତର୍କତାମୂଳକ ପଦକ୍ଷେପ ଓ ଜନସଚେତନତା ଉପରେ ଗୁରୁତ୍ୱାରୋପ କରିଛନ୍ତି। କେତେକ ରାଜ୍ୟରେ ପରିସ୍ଥିତି ଦ୍ରୁତ ଗତିରେ ବିଗିଡିବାରେ ଲାଗିଛି। ଏବେଠାରୁ ତୁରନ୍ତ ପ୍ରତିରୋଧମୂଳକ ପଦକ୍ଷେପ ନ ନେଲେ, ଓଡ଼ିଶା ମଧ୍ୟ ଘୋର ବିପଦର ସମ୍ମୁଖୀନ ହେବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି। ବିଶେଷକରି ସର୍ବସାଧାରଣ ସ୍ଥାନରେ ମାସ୍କ ବ୍ୟବହାରର ଦୃଢ ଅନୁପାଳନକୁ ସୁନିଶ୍ଚିତ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହଛନ୍ତି। ସମସ୍ତ ଜିଲ୍ଲାଗୁଡିକ ନିଜ ନିଜ ଅଞ୍ଚଳର ସ୍ଥାନୀୟ ନେତୃବୃନ୍ଦ, ପଞ୍ଚାୟତ ପ୍ରତିନିଧି ଓ ଧାର୍ମିକ ସଂସ୍ଥା ଆଦି ବିଭିନ୍ନ ଆବଶ୍ୟକ ବ୍ୟକ୍ତି ଓ ସଂସ୍ଥା ମାନଙ୍କ ସହିତ ସଚେତନତା ଓ ସମନ୍ବୟ ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପରିସ୍ଥିତି ଉପରେ ସତର୍କ ନଜର ରଖିବା ସହ ନିୟମିତ ସମୀକ୍ଷା କରିବା ପାଇଁ ମୁଖ୍ୟ ଶାସନସଚିବଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଗାଁ, ସାପ୍ତାହିକ ହାଟ ଓ ଭିଡ ପରିଲକ୍ଷିତ ହେଉଥିବା ମାର୍କେଟରେ ଡାକବାଜି ଯନ୍ତ୍ର ଜରିଆରେ ସମସ୍ତ ନିୟମାବଳୀ ଓ ଜରୁରୀ ସୂଚନା ସଂପର୍କରେ ତୁରନ୍ତ ଘୋଷଣା ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାଛଡ଼ା ଜିଲାପାଳମାନେ ନିଜ ନିଜ ଅଞ୍ଚଳରେ ସର୍ଭେଲାନ୍ସ ଓ ଟେଷ୍ଟିଂ କାର୍ଯ୍ୟକ୍ରମକୁ କଡାକଡି ଭାବରେ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି ବୈଠକରେ ଟେଷ୍ଟ, ଟ୍ରାକ୍‌ ଏବଂ ଟ୍ରିଟ୍‌କୁ ଗୁରୁତ୍ୱ ଦେବା ସହ ଆବଶ୍ୟକ ପଡ଼ିଲେ ମିନି କଣ୍ଟେନ୍‌ମେଣ୍ଟ ଜୋନ୍‌ ପାଇଁ ପ୍ରସ୍ତାବ ଦିଆଯାଇଛି।

ତେବେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବର୍ତ୍ତମାନର ସ୍ଥିତି ସଂପର୍କରେ ଦେଇଥିବା ସୂଚନାନୁଯାୟୀ, ଗତ କିଛି ଦିନ ମଧ୍ୟରେ କରୋନା ପଜିଟିଭ ମାମଲାରେ ସାମାନ୍ୟ ବୃଦ୍ଧି ଆସିଛି। ରାଜ୍ୟର ସୁନ୍ଦରଗଡ, ମୟୁରଭଞ୍ଜ, କଟକ ଓ ଖୋର୍ଦ୍ଧା ଏହି ୪ ଗୋଟି ଜିଲ୍ଲାରେ ରାଜ୍ୟରେ ବାହାରୁଥିବା ପଜିଟିଭ୍‌ ସଂଖ୍ୟାର ୪୦ ପ୍ରତିଶତ ଥିବାବେଳେ ନୟାଗଡ ଓ ମାଲକାନଗିରିରେ କେହି ଜଣେ ବି ପଜିଟିଭ ନାହାନ୍ତି। ବର୍ତ୍ତମାନ ରାଜ୍ୟରେ ୮୯୮ ଜଣ ସକ୍ରିୟ ରୋଗୀ ଥିବାବେଳେ, ୧୦୬ ଜଣ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ରାଜ୍ୟର କୋଭିଡ ଭିତ୍ତିଭୂମି ସଂପୂର୍ଣ୍ଣ ପ୍ରସ୍ତୁତ ଅଛି ବୋଲି ସେ କହିଥିଲେ। ଆର୍‌ଟିପିସିଆର୍‌ ଟେଷ୍ଟ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି ଓ ରେଡ ଫ୍ଲାଗ ରାଜ୍ୟଗୁଡିକରୁ ଆସୁଥିବା ଲୋକମାନଙ୍କୁ କଡାକଡି ଯାଞ୍ଚ କରାଯାଉଛି। ଟିକାକରଣ ସଂପର୍କରେ ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮.୮୧ ଲକ୍ଷ ଲୋକଙ୍କୁ ଟୀକା ଦିଆଯାଇସାରିଛି । ଅଧିକ ୨୫ ଲକ୍ଷ ଡୋଜ ଟୀକା ପଠାଇବା ପାଇଁ କେନ୍ଦ୍ରକୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ

ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ...

ବାତ୍ୟା ‘ମିଗ୍‌ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ

ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ

କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ...

ବସ୍‌ରେ ଆସି ବାଇକ୍‌ ଚୋରି

ଭୁବନେଶ୍ୱର,୫।୧୨(ସୂର୍ଯ୍ୟକାନ୍ତ ବେହେରା):ବସ୍‌ରେ ଆସି ଭୁବନେଶ୍ୱରର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରି ଚମ୍ପଟ ମାରୁଥିବା ଏକ ୩ଜଣିଆ ଗ୍ୟାଙ୍ଗକୁ ଖଣ୍ଡଗିରି ଥାନା ପୋଲିସ ଧରିଛି।...

ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର।...

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ...

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ...

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri