୧୧୫୦୦୦ କୋଟି ଟଙ୍କାର ୨୪ ଶିଳ୍ପ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୩୬୦୦୦ ନିଯୁକ୍ତି ସୁଯୋଗ…

ଭୁବନେଶ୍ୱର, ୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଯାଜପୁରର କଳିଙ୍ଗନଗର ଠାରେ ୧,୧୫,୦୦୦ କୋଟି ଟଙ୍କାର ମୋଟ ୨୪ଟି ଶିଳ୍ପ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି, ଯାହା ୩୬,୦୦୦ ଲୋକଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବ। ଆଜି ପ୍ରାୟ ୪୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଏବଂ ପ୍ରାୟ ୬୬ ହଜାର କୋଟି ଟଙ୍କାର ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଯାଜପୁର ଜିଲାରେ ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ଏହି କାର୍ଯ୍ୟକ୍ରମ, ଶିଳାନ୍ୟାସ ନୁହେଁ, କି ଉଦ୍‌ଘାଟନ ନୁହେଁ, ଏହା ହେଉଛି ସମୃଦ୍ଧ ଓଡ଼ିଶାର ଭବିଷ୍ୟତର ନିର୍ମାଣ । ଏହିସବୁ ପ୍ରକଳ୍ପ ଯୋଗୁଁ ୩୬ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି । ଏହା ଏକ ସଂଖ୍ୟା ନୁହେଁ । ପ୍ରତ୍ୟେକ ନିଯୁକ୍ତିର ଅର୍ଥ ହେଉଛି ଆମ ଗାଁର ଜଣେ ଯୁବକଙ୍କୁ ଆଉ ନିଯୁକ୍ତି ବାହାରକୁ ଯିବାକୁ ପଡ଼ିବ ନାହିଁ । ରାଜ୍ୟରେ ନିଯୁକ୍ତିର ଏକ ନୂଆ ଲହର ସୃଷ୍ଟି ହୋଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି କଳିଙ୍ଗ ନଗର ଠାରେ ୨୦ଟି ଶିଳ୍ପର ଶିଳାନ୍ୟାସ କରାଗଲା । ଏହା ସମ୍ଭବ ହୋଇଛି, ଆମ ସରକାରଙ୍କ ଦୃଢ଼ ଇଚ୍ଛାଶକ୍ତି ଯୋଗୁଁ । କାରଣ, ଯଦି ଇଚ୍ଛାଶକ୍ତି ନାହିଁ ତେବେ ପାଦେ ଆଗେଇବାକୁ ମଧ୍ୟ ମଣିଷ ସକ୍ଷମ ହୋଇପାରେ ନାହିଁ । ଆଜି ଆମ ସରକାର ନିଜର ଦୃଢ ଇଚ୍ଛା ଶକ୍ତିର ନିଦର୍ଶନ ଦେଖାଇଛନ୍ତି । ସେ କହିଥିଲେ ଯେ, ମାତ୍ର ୧୧୩ ଦିନ ମଧ୍ୟରେ ଦେଇଥିବା ପ୍ରତିଶ୍ରୁତି ଆମ ସରକାର ପୂରଣ କରିଛନ୍ତି । ଆଜି ଏହି ଯେଉଁ ସବୁ ପ୍ରକଳ୍ପ ଆପଣମାନଙ୍କ ସମ୍ମୁଖରେ ଭିତ୍ତିପ୍ରସ୍ତର ସ୍ଥାପନ ହେଲା, ଏହି ସମସ୍ତ ପ୍ରକଳ୍ପର ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ସ୍ୱାକ୍ଷରିତ ହୋଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ପ୍ରକଳ୍ପ ସବୁ ମାଧ୍ୟମରେ ଲକ୍ଷାଧିକ ଓଡ଼ିଆ ଯୁବକ ଓ ଯୁବତୀ ନିଜ ରାଜ୍ୟର ମାଟିରେ ନିଜ ସ୍ଵପ୍ନ ପୂରଣ କରିପାରିବେ। ଏହା କେବଳ ଚାକିରି ନୁହେଁ, ଯୁବବର୍ଗଙ୍କ ପାଇଁ ଏହା ସ୍ୱାଭିମାନ, ଏହା ନୂଆ ଓଡ଼ିଶାର ନୂଆ ପରିଚୟ। ଏହା ସମୃଦ୍ଧ ଓଡିଶାର ଅୟମାରମ୍ଭ।

ସେ ପୁଣି କହିଥିଲେ, ରାଜ୍ୟର ଶିଳ୍ପ ବିକାଶର ଏନ୍ତୁଡିଶାଳ ହେଉଛି ଶିଳ୍ପ ସମୃଦ୍ଧ କଳିଙ୍ଗ ନଗର । ଶିଳ୍ପ ବିକାଶରେ ଅଗ୍ରଣୀ ଭୂମିକା ଗ୍ରହଣ କରି ରାଜ୍ୟ ପାଇଁ ଏହି ଅଂଚଳ ଏକ ଦୃଷ୍ଟାନ୍ତ ପାଲଟିଛି । ମେକ୍ ଇନ୍ ଓଡ଼ିଶା କନକ୍ଲେଭ-ଉତ୍କର୍ଷ ଓଡ଼ିଶାର ଚମତ୍କାର ସଫଳତା ବଳରେ ୧୭ ଲକ୍ଷ କୋଟି ଟଙ୍କାର ନିବେଶ ଆମେ ପାଇଥିଲୁ। ଆଉ ଆଜି, ବାସ୍ତବତା ଭୂମିରେ ଦୃଶ୍ୟମାନ ହେଉଛି ଯେ ଓଡ଼ିଶା ଆଉ କେବଳ ସମ୍ଭାବନାର ଭୂମି ନୁହେଁ, ଏହା ହେଉଛି ସୀମାହୀନ ସୁଯୋଗର ଭୂମି।

ଏହି ଅବସରରେ ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଥିଲେ ଯେ, ଓଡ଼ିଶାବାସୀଙ୍କ ବିଶ୍ୱାସକୁ ସାଥି କରି ଆମ ସରକାର କାର୍ଯ୍ୟ କରୁଛି ଏବଂ ଓଡ଼ିଶା ବିକାଶ ପଥରେ ଆଗେଇ ଚାଲିଛି। ଶିଳ୍ପର ବିକାଶ ଆମ ପ୍ରଥମ ଉଦ୍ଦେଶ୍ୟ ଥିଲା ଆଉ ସେହି ଉଦ୍ଦେଶ୍ୟ କୁ ଆମ ସରକାର ସଫଳ କରୁଛନ୍ତି ବୋଲି ସେ କହିଥିଲେ।

ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଥିଲେ ଯେ, ରାଜ୍ୟର ଆର୍ଥିକ ପ୍ରଗତିର ମେରୁଦଣ୍ଡ ହେଉଛନ୍ତି ଯୁବଶକ୍ତି ଏବଂ ଯୁବଶକ୍ତିର ବିକାଶ ପାଇଁ ରୋଜଗାର ଆବଶ୍ୟକ। ଏହି ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆଜି ଆମ ସରକାରଙ୍କ ଉଦ୍ୟମ ସଫଳ ହେଉଛି। ଶିଳ୍ପର ବିକାଶ ହେଉଛି ଏବଂ ଏହା ଦ୍ୱାରା ଆମ ରାଜ୍ୟର ବିକାଶ ହେଉଛି।

ଏହି କାର୍ଯ୍ୟକ୍ରମରେ ଯାଜପୁର ସାଂସଦ ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରା, କୋରେଇ ବିଧାୟକ ଆକାଶଦାସ ନାୟକ, ବଡଚଣା ବିଧାୟକ ଅମର ନାୟକ ପ୍ରମୁଖଙ୍କ ସମେତ ରାଜ୍ୟର ବିଭିନ୍ନ ଶିଳ୍ପ ସଂସ୍ଥାର ଶିଳ୍ପପତି ମାନେ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଉଠୁନି ଧାନ, ମାଡି ଆସିଲାଣି ବର୍ଷା

ବରଗଡ଼,୧୫।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିବାର ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତିଛି। ମାତ୍ର ଏପର୍ଯ୍ୟନ୍ତ ଧାନବିକ୍ରି ସମସ୍ୟା ଲାଗି ରହିଛି। ବିକ୍ରି ପାଇଁ...

ସାଇପ୍ରସ୍‌ରେ ପ୍ରଧାନମନ୍ତ୍ରୀ ମୋଦି

ନିକୋସିଆ, ୧୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାଇପ୍ରସ୍‌ରେ ପହଞ୍ଚିଛନ୍ତି। ୨ ଦିନିଆ ଗସ୍ତର ପ୍ରଥମ ଭାଗରେ ସେ ସାଇପ୍ରସ୍‌ ଓ କ୍ରୋଏସିଆରେ ଦ୍ୱିପାକ୍ଷିକ ଆଲୋଚନାରେ...

ପ୍ରଶାସନର ବଡ଼ ପଦକ୍ଷେପ: ବନ୍ଦ ରହିବ ହୋଟେଲ, ଢାବା

ବରୀ,୧୫।୬: ଯାଜପୁର ଜିଲାରେ ହଇଜା ସଂକ୍ରମଣକୁ ଦୃଷ୍ଟିରେ ରଖି ତହସିଲଦାରଙ୍କ କାର୍ଯ୍ୟାଳୟ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଯାଜପୁର ଜିଲା ବରୀ ଅଞ୍ଚଳରେ...

ଚଳନ୍ତା ବସ୍‌ରେ ବିପଦପୂର୍ଣ୍ଣ ଷ୍ଟଣ୍ଟ୍‌ ଶୋ’

ଝାରସୁଗୁଡ଼ା,୧୫ା୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ୪୯ ନମ୍ବର ଜାତୀୟ ରାଜପଥ ଏବଂ ବିଜୁ ଏକ୍ସପ୍ରେସ୍‌ ଓ୍ବେ ମରଣଯନ୍ତା ପାଲିଟିଛି। ପ୍ରତିଦିନ ଏହି ରାସ୍ତାରେ ଦୁର୍ଘଟଣା...

ପଡ଼ିଆରେ ଚରୁଥିବା ବେଳେ ହେଲା ବଜ୍ରପାତ

ଛତ୍ରପୁର,୧୮।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଚିକଲଖଣ୍ଡି ଗାଁ ନିକଟ ରାସ୍ତାରେ ଛେଳି ଚାଷୀମାନେ ଛେଳି ଚରାଇବା ବେଳେ ବଜ୍ରପାତ ଘଟି ୪୩ ଛେଳିଙ୍କ...

ସବୁ ସ୍ବାସ୍ଥ୍ୟକେନ୍ଦ୍ରକୁ ହାଇଆଲର୍ଟ ମୋଡ୍‌ରେ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୫ା୬: ଯାଜପୁର ଓ କେନ୍ଦୁଝର ଜିଲାରେ ଝାଡ଼ାବାନ୍ତି ବ୍ୟାପିବା ପରେ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର। ଜିଲାର ସବୁ ସ୍ବାସ୍ଥ୍ୟକେନ୍ଦ୍ରକୁ ହାଇଆଲର୍ଟ ମୋଡ୍‌ରେ ରଖିବାକୁ ମୁଖ୍ୟମନ୍ତ୍ରୀ...

ଛେଳି ଗୋଟରେ ବଜ୍ରପାତ: ଆଉ ତା’ପରେ…

ପଡ଼ିଆବାହାଲ,୧୫।୬(ରାଧାମୋହନ ଷଡ଼ଙ୍ଗୀ): ସମ୍ବଲପୁର ଜିଲା ଜୁଯୋମୁରା ବ୍ଲକ ନୂଆଁ ବରଙ୍ଗାମାଳ ପଞ୍ଚାୟତ ସାପଲହରା ନିକଟରେ ରବିବାର ସାରେ ବଜ୍ରପାତ ଘଟି ୧୦ ଛେଳିଙ୍କ ମୃତ୍ୟୁ ଘଟିଛି।...

ପୂର୍ବତନ ବିଧାୟକଙ୍କ କାର୍‌ ସହ ପିଟିହେଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଆସୁଥିବା କାର୍‌

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri