୧୧୫୦୦୦ କୋଟି ଟଙ୍କାର ୨୪ ଶିଳ୍ପ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୩୬୦୦୦ ନିଯୁକ୍ତି ସୁଯୋଗ…

ଭୁବନେଶ୍ୱର, ୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଯାଜପୁରର କଳିଙ୍ଗନଗର ଠାରେ ୧,୧୫,୦୦୦ କୋଟି ଟଙ୍କାର ମୋଟ ୨୪ଟି ଶିଳ୍ପ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି, ଯାହା ୩୬,୦୦୦ ଲୋକଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବ। ଆଜି ପ୍ରାୟ ୪୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଏବଂ ପ୍ରାୟ ୬୬ ହଜାର କୋଟି ଟଙ୍କାର ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଯାଜପୁର ଜିଲାରେ ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ଏହି କାର୍ଯ୍ୟକ୍ରମ, ଶିଳାନ୍ୟାସ ନୁହେଁ, କି ଉଦ୍‌ଘାଟନ ନୁହେଁ, ଏହା ହେଉଛି ସମୃଦ୍ଧ ଓଡ଼ିଶାର ଭବିଷ୍ୟତର ନିର୍ମାଣ । ଏହିସବୁ ପ୍ରକଳ୍ପ ଯୋଗୁଁ ୩୬ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି । ଏହା ଏକ ସଂଖ୍ୟା ନୁହେଁ । ପ୍ରତ୍ୟେକ ନିଯୁକ୍ତିର ଅର୍ଥ ହେଉଛି ଆମ ଗାଁର ଜଣେ ଯୁବକଙ୍କୁ ଆଉ ନିଯୁକ୍ତି ବାହାରକୁ ଯିବାକୁ ପଡ଼ିବ ନାହିଁ । ରାଜ୍ୟରେ ନିଯୁକ୍ତିର ଏକ ନୂଆ ଲହର ସୃଷ୍ଟି ହୋଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି କଳିଙ୍ଗ ନଗର ଠାରେ ୨୦ଟି ଶିଳ୍ପର ଶିଳାନ୍ୟାସ କରାଗଲା । ଏହା ସମ୍ଭବ ହୋଇଛି, ଆମ ସରକାରଙ୍କ ଦୃଢ଼ ଇଚ୍ଛାଶକ୍ତି ଯୋଗୁଁ । କାରଣ, ଯଦି ଇଚ୍ଛାଶକ୍ତି ନାହିଁ ତେବେ ପାଦେ ଆଗେଇବାକୁ ମଧ୍ୟ ମଣିଷ ସକ୍ଷମ ହୋଇପାରେ ନାହିଁ । ଆଜି ଆମ ସରକାର ନିଜର ଦୃଢ ଇଚ୍ଛା ଶକ୍ତିର ନିଦର୍ଶନ ଦେଖାଇଛନ୍ତି । ସେ କହିଥିଲେ ଯେ, ମାତ୍ର ୧୧୩ ଦିନ ମଧ୍ୟରେ ଦେଇଥିବା ପ୍ରତିଶ୍ରୁତି ଆମ ସରକାର ପୂରଣ କରିଛନ୍ତି । ଆଜି ଏହି ଯେଉଁ ସବୁ ପ୍ରକଳ୍ପ ଆପଣମାନଙ୍କ ସମ୍ମୁଖରେ ଭିତ୍ତିପ୍ରସ୍ତର ସ୍ଥାପନ ହେଲା, ଏହି ସମସ୍ତ ପ୍ରକଳ୍ପର ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ସ୍ୱାକ୍ଷରିତ ହୋଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ପ୍ରକଳ୍ପ ସବୁ ମାଧ୍ୟମରେ ଲକ୍ଷାଧିକ ଓଡ଼ିଆ ଯୁବକ ଓ ଯୁବତୀ ନିଜ ରାଜ୍ୟର ମାଟିରେ ନିଜ ସ୍ଵପ୍ନ ପୂରଣ କରିପାରିବେ। ଏହା କେବଳ ଚାକିରି ନୁହେଁ, ଯୁବବର୍ଗଙ୍କ ପାଇଁ ଏହା ସ୍ୱାଭିମାନ, ଏହା ନୂଆ ଓଡ଼ିଶାର ନୂଆ ପରିଚୟ। ଏହା ସମୃଦ୍ଧ ଓଡିଶାର ଅୟମାରମ୍ଭ।

ସେ ପୁଣି କହିଥିଲେ, ରାଜ୍ୟର ଶିଳ୍ପ ବିକାଶର ଏନ୍ତୁଡିଶାଳ ହେଉଛି ଶିଳ୍ପ ସମୃଦ୍ଧ କଳିଙ୍ଗ ନଗର । ଶିଳ୍ପ ବିକାଶରେ ଅଗ୍ରଣୀ ଭୂମିକା ଗ୍ରହଣ କରି ରାଜ୍ୟ ପାଇଁ ଏହି ଅଂଚଳ ଏକ ଦୃଷ୍ଟାନ୍ତ ପାଲଟିଛି । ମେକ୍ ଇନ୍ ଓଡ଼ିଶା କନକ୍ଲେଭ-ଉତ୍କର୍ଷ ଓଡ଼ିଶାର ଚମତ୍କାର ସଫଳତା ବଳରେ ୧୭ ଲକ୍ଷ କୋଟି ଟଙ୍କାର ନିବେଶ ଆମେ ପାଇଥିଲୁ। ଆଉ ଆଜି, ବାସ୍ତବତା ଭୂମିରେ ଦୃଶ୍ୟମାନ ହେଉଛି ଯେ ଓଡ଼ିଶା ଆଉ କେବଳ ସମ୍ଭାବନାର ଭୂମି ନୁହେଁ, ଏହା ହେଉଛି ସୀମାହୀନ ସୁଯୋଗର ଭୂମି।

ଏହି ଅବସରରେ ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଥିଲେ ଯେ, ଓଡ଼ିଶାବାସୀଙ୍କ ବିଶ୍ୱାସକୁ ସାଥି କରି ଆମ ସରକାର କାର୍ଯ୍ୟ କରୁଛି ଏବଂ ଓଡ଼ିଶା ବିକାଶ ପଥରେ ଆଗେଇ ଚାଲିଛି। ଶିଳ୍ପର ବିକାଶ ଆମ ପ୍ରଥମ ଉଦ୍ଦେଶ୍ୟ ଥିଲା ଆଉ ସେହି ଉଦ୍ଦେଶ୍ୟ କୁ ଆମ ସରକାର ସଫଳ କରୁଛନ୍ତି ବୋଲି ସେ କହିଥିଲେ।

ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଥିଲେ ଯେ, ରାଜ୍ୟର ଆର୍ଥିକ ପ୍ରଗତିର ମେରୁଦଣ୍ଡ ହେଉଛନ୍ତି ଯୁବଶକ୍ତି ଏବଂ ଯୁବଶକ୍ତିର ବିକାଶ ପାଇଁ ରୋଜଗାର ଆବଶ୍ୟକ। ଏହି ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆଜି ଆମ ସରକାରଙ୍କ ଉଦ୍ୟମ ସଫଳ ହେଉଛି। ଶିଳ୍ପର ବିକାଶ ହେଉଛି ଏବଂ ଏହା ଦ୍ୱାରା ଆମ ରାଜ୍ୟର ବିକାଶ ହେଉଛି।

ଏହି କାର୍ଯ୍ୟକ୍ରମରେ ଯାଜପୁର ସାଂସଦ ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରା, କୋରେଇ ବିଧାୟକ ଆକାଶଦାସ ନାୟକ, ବଡଚଣା ବିଧାୟକ ଅମର ନାୟକ ପ୍ରମୁଖଙ୍କ ସମେତ ରାଜ୍ୟର ବିଭିନ୍ନ ଶିଳ୍ପ ସଂସ୍ଥାର ଶିଳ୍ପପତି ମାନେ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?