ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ: ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି

ଭୁବନେଶ୍ୱର, ୯।୯(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।
ନୂଆ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୪ ଜଣ ରହିଥିବା ବେଳେ ଭୁବନେଶ୍ୱରରୁ ୨, ବଲାଙ୍ଗୀର ୧, କନ୍ଧମାଳ ୧, ଖୋର୍ଦ୍ଧା ୧, ପୁରୀ ୧ ଏବଂ କେନ୍ଦୁଝର ଜିଲାରୁ ୧ ମୃତକ ରହିଛନ୍ତି।