୨୦ଜଣଙ୍କୁ ଓଡ଼ିଶା କର୍ପୋରେଟ୍‌ ଏକ୍ସିଲେନ୍ସ ଆୱାର୍ଡ

ଭୁବନେଶ୍ୱର,୧୪।୧୧: ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ହିନ୍ଦୁସ୍ତାନ କରିଡର୍‌ ପକ୍ଷରୁ ଓଡ଼ିଶା କର୍ପୋରେଟ୍‌ ଏକ୍ସିଲେନ୍ସ ଆୱାର୍ଡ-୨୦୨୨ ପ୍ରଦାନ କରାଯାଇଛି। ବିଶେଷ କରି ଷ୍ଟାର୍ଟଅପ୍‌ କମ୍ପାନୀମାନଙ୍କୁ ଉତ୍ସାହିତ କରିବା ଏବଂ କର୍ପୋରେଟ୍‌ ସଂସ୍ଥା ଏବଂ ଶିଳ୍ପ ଅନୁଷ୍ଠାନଗୁଡ଼ିକର ଅବଦାନକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଏଭଳି ଏକ ଆଓ୍ବାର୍ଡ କାର୍ଯ୍ୟକ୍ରମର ପରିକଳ୍ପନା କରାଯାଇଛି। ଏପରିକି ନିକଟରେ ଭୁବନେଶ୍ୱରର ଏକ ତାରକା ହୋଟେଲ ପରିସରରେ ‘ଓଡ଼ିଶା କର୍ପୋରେଟ୍‌ ଏକ୍ସିଲେନ୍ସ ଆୱାର୍ଡ-୨୦୨୨’ର ଆୟୋଜନ କରାଯାଇଥିଲା। ଏହି ଅବସରରେ ରାଜ୍ୟ ସଭା ସଦସ୍ୟ ମୁଜିବୁଲ୍ଲା ଖାନ୍‌, ବରିଷ୍ଠ ପ୍ରଶାସକ ଡ. ଉମେଶ ଚନ୍ଦ୍ର ଜେନାଙ୍କ ସମେତ ପ୍ରିୟଦର୍ଶୀ ମିଶ୍ର ଏବଂ ଟିଟନ୍‌ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ହିନ୍ଦୁସ୍ତାନ କରିଡର୍‌ର ପ୍ରତିଷ୍ଠାତା ଜଗନ୍ନାଥ ପ୍ରସାଦ ସାହୁ ସ୍ବାଗତ ଅଭିଭାଷଣ ସହ ଉକ୍ତ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ମଧ୍ୟ ବିସ୍ତୃତ ମତ ଉପସ୍ଥାପନ କରିଥିଲେ। ସେହିଭଳି କାର୍ଯ୍ୟକ୍ରମରେ ମଞ୍ଚାସୀନ ଅତିଥିମାନେ ମଧ୍ୟ ହିନ୍ଦୁସ୍ତାନ କରିଡର୍‌ର ଏଭଳି ଏକ ବୃହତ କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା କରିଥିଲେ।

ପରିଶେଷରେ ବିଭିନ୍ନ କ୍ଷେତ୍ରରେ ନିଜର ଦକ୍ଷତା ପ୍ରଦର୍ଶନ ସାଙ୍ଗକୁ ଦୀର୍ଘ ଦିନର ଅବଦାନ ପାଇଁ ୨୦ ଜଣ ବ୍ୟକ୍ତି ବିଶେଷଙ୍କୁ ଓଡ଼ିଶା କର୍ପୋରେଟ୍‌ ଏକ୍ସିଲେନ୍ସ ଆଓ୍ବାର୍ଡ-୨୦୨୨ ପ୍ରଦାନ କରାଯାଇଥିଲା। ସେହିପରି ରାଜ୍ୟରେ କାର୍ଯ୍ୟ କରୁଥିବା କିଛି ସଫଳ ଅନୁଷ୍ଠାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା ଯଥା ଲୋରିଅଲ୍‌ ଇଷ୍ଟେଟ୍‌ ଭେଞ୍ଚର୍‌,ଏକରାଇଜ୍‌,ଏମ୍‌ଜିଏମ୍‌ ଗ୍ରୁପ, ଇଫ୍‌କୋ, ଫାଲକନ୍‌ ରିଏଲ୍‌ ଇଷ୍ଟେଟ୍‌, ଓଏଚ୍‌ପିସି, ଓପିଟିସିଏଲ୍‌, ଏସ୍‌ଏନ୍‌ଏମ୍‌ ଗ୍ରୁପ, ଓଡିସି କନଷ୍ଟ୍ରକଶନ ପ୍ରା.ଲିଃ, ମେଗା ବିଲଡର୍ସ, ଜିନ୍ଦଲ ଷ୍ଟିଲ ଏବଂ ପାୱାର, ଆପୋଲୋ ହସ୍ପିଟାଲ୍‌ ଭୁବନେଶ୍ୱର, କିଟ୍‌ ବିଶ୍ୱବିଦ୍ୟାଳୟ, ଏଲ୍‌ଆଇସି ଏବଂ ହୋମଫିଲ୍ସ ଭଳି ଅନୁଷ୍ଠାନ ଅନ୍ତର୍ଭୁକ୍ତ ରହିଛି। ଅପରପକ୍ଷରେ ଜଣାଶୁଣା ନୃତ୍ୟଶିଳ୍ପୀ ଅଭିଶ୍ରୀଙ୍କ ଦ୍ୱାରା ଏକ ସ୍ବତନ୍ତ୍ର ନୃତ୍ୟ ପ୍ରଦର୍ଶନ ସାଙ୍ଗକୁ ବିଶିଷ୍ଟ ଚିତ୍ରଶିଳ୍ପୀ ପ୍ରିୟଙ୍କା ସାହାଣୀଙ୍କ ଦ୍ୱାରା ସୁନ୍ଦର କଳା ପ୍ରଦର୍ଶନୀର ଆୟୋଜନ ମଧ୍ୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri