ଘରେ ପଶି ଓକିଲଙ୍କୁ ଏସିଡ୍‌ ମାଡ କରି ଚାଲିଗଲେ ଦୁର୍ବୃତ୍ତ

ଗଜପତି,୯।୧୧(ଗିରିଧାରୀ ପରିଛା)-ଗଜପତି ଜିଲା ପାରଳାଖେମୁଣ୍ଡିର ଜଣେ ପ୍ରତିଷ୍ଠିତ ଓକିଲଙ୍କ ଉପରକୁ ଏସିଡ ମାଡ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ବାର୍‌ ଆସୋସିଏଶନର ବରିଷ୍ଠ ଓକିଲ ପି. ରାମରାଓ । ଏଥିରେ ତାଙ୍କ ଦେହ ସହ ମୁହଁରେ ଅଧିକାଂଶ ଜାଗାରେ କ୍ଷତ ବିକ୍ଷତ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।

ସୂଚନାନୁଯାୟୀ, ପାରଳାଖେମୁଣ୍ଡି  ବାର୍‌ ଆସୋସିଏଶନର ବରିଷ୍ଠ ଓକିଲ ପି. ରାମରାଓ ଅପରାହ୍ନରେ ଜଙ୍ଗମ ସାହିସ୍ଥିତ ନିଜ ବାସଭବନରେ ଥିବା ସମୟରେ ଦୁଇଜଣ ଦୁର୍ବୁତ୍ତ ବାଇକରେ ଆସି କବାଟ ବାଡାଇଥିଲେ। ରାମାରାଓ କବାଟ ଖୋଲିବା ମାତ୍ରେ ହଠାତ କେହି ଏସିଡ ଧରି ତାଙ୍କ ଉପରକୁ ଫୋପାଡ଼ି ଥିଲେ। ଏହାପରେ ଓକିଲଙ୍କ ଦେହ ସାରା ଜଳିଯିବା ସହ ମୁହଁରେ ଅଧିକାଂଶ ଜାଗାରେ ଏସିଡ୍‌ ପଡି କ୍ଷତବିକ୍ଷତ ହୋଇଥିଲା। ତାଙ୍କୁ ସେଠାରୁ ପଡ଼ୋଶୀ ଏବଂ ସହଯୋଗୀ ଓକିଲଙ୍କ ଦ୍ୱାରା ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଆଖିରେ ଏସିଡ୍‌ ପଡିଯାଇଥିବା ଯୋଗୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ତେବେ ବର୍ତ୍ତମାନ ସୁଦ୍ଧା ଏସିଡ ପକାଇବା ପଛର କାରଣ ଅସ୍ପଷ୍ଟ ରହିଛି। ସେପଟେ କିଏ ଏଭଳି ଜଘନ୍ୟ କାଣ୍ଡ କରିଛି ସେନେଇ ଜଣାପଡ଼ିିନାହିଁ।

ତେବେ ଏଭଳି କାର୍ଯ୍ୟକୁ ପାରଳାଖେମୁଣ୍ଡି ଓକିଲ ସଂଘ ଦୃଢ଼ ନିନ୍ଦା କରିବା ସହ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି। ଦୋଷୀଙ୍କୁ ଗିରଫ କରାଯିବା ପରେ ଆଗାମୀ ଦିନରେ ଦୋଷୀଙ୍କ ଜାମିନ ଆବେଦନ କୌଣସି ମତେ କରାଇଦିଆଯିବ ନାହିଁ ବୋଲି ଓକିଲ ସଂଘ ନିଷ୍ପତ୍ତି ନେଇଛନ୍ତି। ଅପରପକ୍ଷେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ରାମରାଓ ବର୍ତ୍ତମାନ କୌଣସି ସୂଚନା ଦେବା ପରିସ୍ଥିତିରେ ନ ଥିବାରୁ ପୋଲିସ ଆଖପାଖରେ ଥିବା ସିସିଟିଭି ଫୁଟେଜ ଓ ଘଟଣା ଘଟିବା ସମୟରେ ପାରଳାଖେମୁଣ୍ଡି ସହରର ଜଙ୍ଗମ ସାହି ଭିତରେ କିଏ ଚଳ ପ୍ରଚଳ କରୁଥିଲେ ସେହି ସମସ୍ତ ତଥ୍ୟକୁ ଅନୁସନ୍ଧାନ କରୁଛି । ପ୍ରଥମ ଥର ପାଇଁ ଏସିଡ୍‌ ମାଡ ଘଟଣା ପାରଳାଖେମୁଣ୍ଡି ସହରରେ ହୋଇଛି। ତେଣୁ ପୋଲିସ ଏହାକୁ ଗୁରୁତର ସହ ନେଇ ତଦନ୍ତ ଆରମ୍ଭ କରିଥିବା ନେଇ ଥାନା ଅଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri