ଘରେ ପଶି ଓକିଲଙ୍କୁ ଏସିଡ୍‌ ମାଡ କରି ଚାଲିଗଲେ ଦୁର୍ବୃତ୍ତ

ଗଜପତି,୯।୧୧(ଗିରିଧାରୀ ପରିଛା)-ଗଜପତି ଜିଲା ପାରଳାଖେମୁଣ୍ଡିର ଜଣେ ପ୍ରତିଷ୍ଠିତ ଓକିଲଙ୍କ ଉପରକୁ ଏସିଡ ମାଡ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ବାର୍‌ ଆସୋସିଏଶନର ବରିଷ୍ଠ ଓକିଲ ପି. ରାମରାଓ । ଏଥିରେ ତାଙ୍କ ଦେହ ସହ ମୁହଁରେ ଅଧିକାଂଶ ଜାଗାରେ କ୍ଷତ ବିକ୍ଷତ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।

ସୂଚନାନୁଯାୟୀ, ପାରଳାଖେମୁଣ୍ଡି  ବାର୍‌ ଆସୋସିଏଶନର ବରିଷ୍ଠ ଓକିଲ ପି. ରାମରାଓ ଅପରାହ୍ନରେ ଜଙ୍ଗମ ସାହିସ୍ଥିତ ନିଜ ବାସଭବନରେ ଥିବା ସମୟରେ ଦୁଇଜଣ ଦୁର୍ବୁତ୍ତ ବାଇକରେ ଆସି କବାଟ ବାଡାଇଥିଲେ। ରାମାରାଓ କବାଟ ଖୋଲିବା ମାତ୍ରେ ହଠାତ କେହି ଏସିଡ ଧରି ତାଙ୍କ ଉପରକୁ ଫୋପାଡ଼ି ଥିଲେ। ଏହାପରେ ଓକିଲଙ୍କ ଦେହ ସାରା ଜଳିଯିବା ସହ ମୁହଁରେ ଅଧିକାଂଶ ଜାଗାରେ ଏସିଡ୍‌ ପଡି କ୍ଷତବିକ୍ଷତ ହୋଇଥିଲା। ତାଙ୍କୁ ସେଠାରୁ ପଡ଼ୋଶୀ ଏବଂ ସହଯୋଗୀ ଓକିଲଙ୍କ ଦ୍ୱାରା ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଆଖିରେ ଏସିଡ୍‌ ପଡିଯାଇଥିବା ଯୋଗୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ତେବେ ବର୍ତ୍ତମାନ ସୁଦ୍ଧା ଏସିଡ ପକାଇବା ପଛର କାରଣ ଅସ୍ପଷ୍ଟ ରହିଛି। ସେପଟେ କିଏ ଏଭଳି ଜଘନ୍ୟ କାଣ୍ଡ କରିଛି ସେନେଇ ଜଣାପଡ଼ିିନାହିଁ।

ତେବେ ଏଭଳି କାର୍ଯ୍ୟକୁ ପାରଳାଖେମୁଣ୍ଡି ଓକିଲ ସଂଘ ଦୃଢ଼ ନିନ୍ଦା କରିବା ସହ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି। ଦୋଷୀଙ୍କୁ ଗିରଫ କରାଯିବା ପରେ ଆଗାମୀ ଦିନରେ ଦୋଷୀଙ୍କ ଜାମିନ ଆବେଦନ କୌଣସି ମତେ କରାଇଦିଆଯିବ ନାହିଁ ବୋଲି ଓକିଲ ସଂଘ ନିଷ୍ପତ୍ତି ନେଇଛନ୍ତି। ଅପରପକ୍ଷେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ରାମରାଓ ବର୍ତ୍ତମାନ କୌଣସି ସୂଚନା ଦେବା ପରିସ୍ଥିତିରେ ନ ଥିବାରୁ ପୋଲିସ ଆଖପାଖରେ ଥିବା ସିସିଟିଭି ଫୁଟେଜ ଓ ଘଟଣା ଘଟିବା ସମୟରେ ପାରଳାଖେମୁଣ୍ଡି ସହରର ଜଙ୍ଗମ ସାହି ଭିତରେ କିଏ ଚଳ ପ୍ରଚଳ କରୁଥିଲେ ସେହି ସମସ୍ତ ତଥ୍ୟକୁ ଅନୁସନ୍ଧାନ କରୁଛି । ପ୍ରଥମ ଥର ପାଇଁ ଏସିଡ୍‌ ମାଡ ଘଟଣା ପାରଳାଖେମୁଣ୍ଡି ସହରରେ ହୋଇଛି। ତେଣୁ ପୋଲିସ ଏହାକୁ ଗୁରୁତର ସହ ନେଇ ତଦନ୍ତ ଆରମ୍ଭ କରିଥିବା ନେଇ ଥାନା ଅଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri