ଚାଷଜମିରେ ବଡ଼ଭାଇଙ୍କ ଜୀବନ ନେଇଗଲେ ସାନଭାଇ, ପଛେ ପଛେ ଭାଉଜ ବି…

ଆସିକା,୧୩।୧୧: ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳୀ ପଞ୍ଚାୟତର ସମେଇଗୁଡ଼ା ଗ୍ରାମରେ ବୁଧବାର ସକାଳ ପ୍ରାୟ ୯ ଘଣ୍ଟା ସମୟରେ ସେହି ଗ୍ରାମର ରାଜୁ ପାତ୍ର(୫୫)ଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ରାଜୁ ତାଙ୍କ ପତ୍ନୀଙ୍କ ସହ ଚାଷଜମିରେ କାମ କରୁଥିବା ବେଳେ ସାନ ଭାଇ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଏହାକୁ ଦେଖି ପତ୍ନୀ ଚିତ୍କାର କରି ଆଖପାଖରେ ଥିବା ଲୋକଙ୍କୁ ଡାକିଥିଲେ। ହେଲେ ରାଜୁଙ୍କ ମୃତ୍ୟୁ ଘଟିଥିଲା।

ତେବେ ଜମିବାଡ଼ିକୁ ନେଇ ପୂର୍ବରୁ ସାନଭାଇଙ୍କ ସହ ରାଜୁଙ୍କ ବିବାଦ ରହିଥିଲା। ଏହାକୁ ନେଇ ସାନ ଭାଇ ତାଙ୍କୁ ଆକ୍ରମଣ କରି ହତ୍ୟା କରିଥିବା କୁହାଯାଉଛି। ଖବର ପାଇ ଆସିକା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ଏଥିସହ ଅଭିଯୁକ୍ତ କୁହାଯାଉଥିବା ସାନଭାଇଙ୍କୁ ଅଟକ ରଖିଥିବା ସୂଚନା ମିଳିଛି।

ଅପରପକ୍ଷେ ରାଜୁଙ୍କ ପତ୍ନୀଙ୍କର ମଧ୍ୟ ବିଷକ୍ରିୟା ଜନିତ ମୃତ୍ୟୁ ହୋଇଥିବା କୁହାଯାଉଛି। ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଗୋଟିଏ ଦିନରେ ଉଭୟଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକର ଛାୟା ଖେଳିଯାଇଛି। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri