ଗହଣା ବ୍ୟବସାୟୀଙ୍କୁ ଗୁଳିମାଡ଼ କରି ଲୁଟିନେଲେ ୭ ଲକ୍ଷର ଅଳଙ୍କାର

ରୂପସା,୭।୪ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଛଦା ଗାଁ ନିକଟରେ ଗୁଳି ଫୁଟାଇ ଜନୈକ ଗହଣା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ଗହଣା ଲୁଟ୍‌ କରି ଫେରାର ହୋଇଯାଇଛନ୍ତି। ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । ଲୁଟ୍‌ର ଶିକାର ହୋଇଥିବା ବ୍ୟବସାୟୀଜଣଙ୍କ ହେଲେ କାହ୍ନୁଚରଣ କାମିଳା।

ସୂଚନାନୁଯାୟୀ, ସିଂଲା ଥାନା ଅନ୍ତର୍ଗତ ନାଇକୁଡ଼ି ଗ୍ରାମର କାହ୍ନୁଚରଣଙ୍କର ବସ୍ତା ଥାନା ଅନ୍ତର୍ଗତ ପତ୍ରଝଡ଼ା ବଜାରରେ ଏକ ଗହଣା ଦୋକାନ ରହିଛି। ଶନିବାର ପତ୍ରଝଡ଼ା ସାପ୍ତାହିକ ହାଟ ଥିବାରୁ କାହ୍ନୁଚରଣ ହାଟ ସାରି ରାତିରେ ଦୋକାନ ବନ୍ଦ କରି ଘରକୁ ଫେରିଥିଲେ। ଏହି ସମୟରେ ବସ୍ତା ଆଡ଼ୁ ୬ ଦୃର୍ବୁତ୍ତ ୨ କଳା ପଲସର୍‌ ବାଇକରେ ପିଛା କରି ମଛଦା ନିକଟରେ ତାଙ୍କୁ ଅଟକାଇବାକୁ ଉଦ୍ୟମ କରିଥିଲେ।ମାତ୍ର ସେ ନ ଅଟକିବାରୁ ଦୃର୍ବୁତ୍ତମାନେ ତାଙ୍କୁ ପଛରୁ ଦୁଇ ଥର ଗୁଳି କରିିଥିଲେ। ଗୋଟିଏ ଗୁଳି ତାଙ୍କ କାନ୍ଧ ଦେଇ ପାର ହୋଇଯାଇଥିଲା। ଏହାଦେଖି କାହ୍ନୁ ଭୟରେ ତଳେ ପଡ଼ିଯାଇଥିଲେ। ଏହି ସମୟରେ ଲୁଟେରା ମାନେ କାହ୍ନୁଙ୍କୁ ଭୁଜାଲି ଓ ବନ୍ଧୁକ ଦେଖାଇ ତାଙ୍କ ବାଇକ୍‌ ଡିକି ଭାଙ୍ଗି ୫ରୁ ୬କେଜି ଓଜନର ରୂପା ଗହଣା ସମେତ ୭୦ ରୁ ୮୦ ଗ୍ରାମ ଓଜନର ସୁନା ଅଳଙ୍କାରକୁ ଲୁଟି ଚମ୍ପଟ ମାରିଥିଲେ। ଏନେଇ ଲୁଟର ଶିକାର ହୋଇ ଥିବା କାହ୍ନୁ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଲୁଟ ହୋଇଥିବା ଗହଣାର ଆନୁମାନିକ ମୂଲ୍ୟ ୭ ଲକ୍ଷରୁ ଊଦ୍ଧର୍‌ବ ହେବ ବୋଲି ଅନୁମାନ କରାଯାଇଛି। ଉକ୍ତ ସ୍ଥାନରୁ ଗୋଟିଏ ଫୁଟା ଗୁଳିକୁ ମଧ୍ୟ ପୋଲିସ ଜବତ କରି ତଦନ୍ତ ଜାରି ରଖିଛି l


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri