ଗହଣା ବ୍ୟବସାୟୀଙ୍କୁ ଗୁଳିମାଡ଼ କରି ଲୁଟିନେଲେ ୭ ଲକ୍ଷର ଅଳଙ୍କାର

ରୂପସା,୭।୪ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଛଦା ଗାଁ ନିକଟରେ ଗୁଳି ଫୁଟାଇ ଜନୈକ ଗହଣା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ଗହଣା ଲୁଟ୍‌ କରି ଫେରାର ହୋଇଯାଇଛନ୍ତି। ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । ଲୁଟ୍‌ର ଶିକାର ହୋଇଥିବା ବ୍ୟବସାୟୀଜଣଙ୍କ ହେଲେ କାହ୍ନୁଚରଣ କାମିଳା।

ସୂଚନାନୁଯାୟୀ, ସିଂଲା ଥାନା ଅନ୍ତର୍ଗତ ନାଇକୁଡ଼ି ଗ୍ରାମର କାହ୍ନୁଚରଣଙ୍କର ବସ୍ତା ଥାନା ଅନ୍ତର୍ଗତ ପତ୍ରଝଡ଼ା ବଜାରରେ ଏକ ଗହଣା ଦୋକାନ ରହିଛି। ଶନିବାର ପତ୍ରଝଡ଼ା ସାପ୍ତାହିକ ହାଟ ଥିବାରୁ କାହ୍ନୁଚରଣ ହାଟ ସାରି ରାତିରେ ଦୋକାନ ବନ୍ଦ କରି ଘରକୁ ଫେରିଥିଲେ। ଏହି ସମୟରେ ବସ୍ତା ଆଡ଼ୁ ୬ ଦୃର୍ବୁତ୍ତ ୨ କଳା ପଲସର୍‌ ବାଇକରେ ପିଛା କରି ମଛଦା ନିକଟରେ ତାଙ୍କୁ ଅଟକାଇବାକୁ ଉଦ୍ୟମ କରିଥିଲେ।ମାତ୍ର ସେ ନ ଅଟକିବାରୁ ଦୃର୍ବୁତ୍ତମାନେ ତାଙ୍କୁ ପଛରୁ ଦୁଇ ଥର ଗୁଳି କରିିଥିଲେ। ଗୋଟିଏ ଗୁଳି ତାଙ୍କ କାନ୍ଧ ଦେଇ ପାର ହୋଇଯାଇଥିଲା। ଏହାଦେଖି କାହ୍ନୁ ଭୟରେ ତଳେ ପଡ଼ିଯାଇଥିଲେ। ଏହି ସମୟରେ ଲୁଟେରା ମାନେ କାହ୍ନୁଙ୍କୁ ଭୁଜାଲି ଓ ବନ୍ଧୁକ ଦେଖାଇ ତାଙ୍କ ବାଇକ୍‌ ଡିକି ଭାଙ୍ଗି ୫ରୁ ୬କେଜି ଓଜନର ରୂପା ଗହଣା ସମେତ ୭୦ ରୁ ୮୦ ଗ୍ରାମ ଓଜନର ସୁନା ଅଳଙ୍କାରକୁ ଲୁଟି ଚମ୍ପଟ ମାରିଥିଲେ। ଏନେଇ ଲୁଟର ଶିକାର ହୋଇ ଥିବା କାହ୍ନୁ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଲୁଟ ହୋଇଥିବା ଗହଣାର ଆନୁମାନିକ ମୂଲ୍ୟ ୭ ଲକ୍ଷରୁ ଊଦ୍ଧର୍‌ବ ହେବ ବୋଲି ଅନୁମାନ କରାଯାଇଛି। ଉକ୍ତ ସ୍ଥାନରୁ ଗୋଟିଏ ଫୁଟା ଗୁଳିକୁ ମଧ୍ୟ ପୋଲିସ ଜବତ କରି ତଦନ୍ତ ଜାରି ରଖିଛି l


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?