ବାତ୍ୟା ‘ଦାନା’କୁ ନେଇ ଗ୍ରୋସରୀ କଳାବଜାରୀ, ଚଢ଼ାଉ କରୁଛି ଯୋଗାଣ ବିଭାଗ

ଗଞ୍ଜାମ,୨୪।୧୦(ବିଦ୍ୟାଧର ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଗଞ୍ଜାମ ସହରବାସୀ ଚିନ୍ତାରେ ଥିବା ବେଳେ ବିଭିନ୍ନ ସାମଗ୍ରୀର ଦରଦାମ୍‌ ବୃଦ୍ଧି ମୁଣ୍ଡବିନ୍ଧାର କାରଣ ପାଲଟିଛି। ନିତ୍ୟ ଅପରିହାର୍ଯ୍ୟ ଆଳୁ, ପିଆଜ ବଜାରରୁ ଏକପ୍ରକାର ଗାଏବ ହୋଇଯାଇଛି। ଏହାର ସୁଯୋଗ ନେଇ କିଛି ବ୍ୟବସାୟୀ ଆଳୁ କିଲୋ ପିଛା ୩୫ରୁ ୪୦ ଟଙ୍କାରେ ବିକ୍ରି କରୁଛନ୍ତି। ଏନେଇ ଅଭିଯୋଗ ହେବା ପରେ ଗୁରୁବାର ଯୋଗାଣ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଦୋକାନୀମାନଙ୍କୁ ୨୮ରୁ ୩୦ ଟଙ୍କାରେ ବିକ୍ରି କରିବାକୁ ନୋଟିସ ମାରିବା ଲାଗି ବିଭାଗ ନିର୍ଦ୍ଦେଶ ଦେଇଛି।

ପ୍ରକାଶ ଯେ, ସାମୁଦ୍ରିକ ଝଡ଼ ଦାନା ଆଜି ସକାଳ ୪ଟା ସୁଦ୍ଧା ପାରାଦ୍ୱୀପଠାରୁ ଦକ୍ଷିଣ-ପୂର୍ବ ଦିଗରେ ୨୬୦ କିଲୋମିଟର, ଧାମରାଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୨୯୦ କିଲୋମିଟର ଏବଂ ସାଗରଦ୍ୱୀପଠାରୁ ୩୭୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ‘ଦାନା’ ଗୁରୁବାର ରାତିରୁ ଆସନ୍ତାକାଲି ସକାଳ ମଧ୍ୟରେ ଭିତରକନିକା-ଧାମରା ମଧ୍ୟରେ ସ୍ଥଳଭାଗ ସ୍ପର୍ଶ କରି ପୁରୀ ଓ ସାଗରଦ୍ୱୀପ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri