ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏଇଠି ବୁଲିଯିବ ବାତ୍ୟା? ଓଡ଼ିଶାକୁ…

ଭୁବନେଶ୍ୱର/ ଛତ୍ରପୁର (ବନ୍ଦନା ସେଠୀ /ରବିନାରାୟଣ ଜେନା/ ଦିଲ୍ଲୀପ ସାମଲ), ୨୬ା୧୦: ସ୍ପଷ୍ଟ ହେଲା ବାତ୍ୟା ‘ମୋନ୍ଥା’ର ଗତିପଥ। ୨୮ ତାରିଖ ମଙ୍ଗଳବାର ସନ୍ଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବ। ଏହାର ପ୍ରଭାବରେ ୨୭ ତାରିଖ ସୋମବାରଠାରୁ ୪ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଶନିବାର ପୂର୍ବାହ୍ନରେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସମସ୍ତ ଜିଲାକୁ ବାତ୍ୟା ଓ ବର୍ଷା ଆଲର୍ଟ ଜାରି କରାଯାଇଛି। ବାତ୍ୟାର ପ୍ରକୋପ ୧୫ ଜିଲା ଉପରେ ଅଧିକ ରହୁଥିବାରୁ ସେଠାରେ ସଜାଗ ରହିବାକୁ ସମ୍ପୃକ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛିି।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଥିବା ଅବପାତ ଶନିବାର ସନ୍ଧ୍ୟା ସୁଦ୍ଧା ଗୋପାଳପୁରଠାରୁ ୧୦୩୦ କି.ମି. ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଦିଗରେ ରହିଛି। ଏହା ଘଣ୍ଟା ପ୍ରତି ୭ କି.ମି. ବେଗରେ ପଶ୍ଚିମ ଦିଗରେ ଗତି କରୁଛି। ରବିବାର ସୁଦ୍ଧା ଏହା ଗଭୀର ଅବପାତରେ ପରିଣତ ହେବା ସହିତ ୨୭ ତାରିଖ ସକାଳ ସୁଦ୍ଧା ଦକ୍ଷିଣ-ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାତ୍ୟାରେ ପରିଣତ ହେବ। ଏହାପରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୨୮ ତାରିଖ ସନ୍ଧ୍ୟା କିମ୍ବା ରାତି ବେଳକୁ ସ୍ଥଳଭାଗ ଛୁଇଁବ। ବାତ୍ୟା ପ୍ରଭାବରେ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଗାମୀ ଦୁଇଦିନ ପାଇଁ ରାଜ୍ୟର ପାଣିପାଗରେ ବିଶେଷ ପରିବର୍ତ୍ତନ ହୋଇ ନ ପାରେ, କିନ୍ତୁ କଁା ଭଁା ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୨୭ରେ ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ କନ୍ଧମାଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାରେ ୭ ସେ.ମି.ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହେବ। ସେହିପରି ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଜିଲାରେ ପ୍ରବଳ ବର୍ଷା (୭ ସେ.ମି.ରୁ ୧୧ ସେ.ମି.) ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସୋମବାର ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ଜିଲାରେ ଭୀଷଣ ବର୍ଷା (୨୦ ସେ.ମି.ରୁ ଅଧିକ) ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କି.ମି. ଏବଂ ୮୦ କି.ମି. ପର୍ଯ୍ୟନ୍ତ ରହିପାରେ। ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୫୦ କି.ମି.ରୁ ୭୦ କି.ମି. ପର୍ଯ୍ୟନ୍ତ ବହିବା ନେଇ ଆକଳନ କରାଯାଇଛି। ଏଥିସହ ରାଜ୍ୟର ଅନ୍ୟ ସମସ୍ତ ଜିଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ୨୯ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ ରାୟଗଡ଼ା ଜିଲାରେ ଭୀଷଣ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ୨୬ ତାରିଖଠାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ଏଥିସହ ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି।

ସମୀକ୍ଷା ବୈଠକ ପରେ ମନ୍ତ୍ରୀ ପୂଜାରୀ ଗଣମାଧ୍ୟମକୁ କହିଛନ୍ତି, ସମ୍ଭାବ୍ୟ ବାତ୍ୟା ପାଇଁ ରାଜ୍ୟର କେଉଁସବୁ ଜିଲାରେ ଛୁଟି ଘୋଷଣା ହେବ ସେନେଇ ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ। ଅଧିକାରୀମାନେ ଛୁଟିରେ ରହିବେ କି ନାହିଁ ସେନେଇ ରବିବାର ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଏବଂ ଜିଲାପାଳଙ୍କ ସହ ବୈଠକ ପରେ ନିଷ୍ପତ୍ତି ନିଆଯିବ। ମନ୍ତ୍ରୀ କହିଛନ୍ତି, ସରକାରଙ୍କ ମୂଳ ଲକ୍ଷ୍ୟ ହେଲା ଲୋକଙ୍କ ଜୀବନ ରକ୍ଷା କରିବା। ଏହାକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ରହିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଭୂସ୍ଖଳନ ହେଲେ ସେହି ସ୍ଥାନରେ ଜିଲାପାଳମାନେ ତୁରନ୍ତ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବେ। ରାସ୍ତା ଉପରେ ପାଣି ଚାଲିଲେ, ଉଭୟ ପଟ ରାସ୍ତା ବନ୍ଦ କରି ଲୋକଙ୍କୁ ଖାଦ୍ୟ ଯୋଗାଇବାକୁ ଜିଲାପାଳଙ୍କୁୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୨୮ ଓ ୨୯ରେ ବାତ୍ୟା ଓଡ଼ିଶାକୁ ପ୍ରଭାବିତ କରିବ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାବାଦ୍‌ ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ବାତ୍ୟା ଅନେକ ସମୟରେ ଦିଗ ପରିବର୍ତ୍ତନ କରିଥାଏ। ତେଣୁ ଆଇଏମ୍‌ଡିର ପୂର୍ବ ଅନୁମାନ ଅନୁଯାୟୀ ସରକାରଙ୍କ ପକ୍ଷରୁ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ। ରାଜ୍ୟ ସରକାରଙ୍କ ପକ୍ଷରୁ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଏବଂ ଅଗ୍ନିଶମ ବାହିନୀକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ସ୍ବାସ୍ଥ୍ୟ, କୃଷି, ଶକ୍ତି, ସମବାୟ ବିଭାଗକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ବିପର୍ଯ୍ୟୟ ପ୍ରକୋପ ଯାହା ବି ହେଉ, ସରକାର ସବୁ ପ୍ରକାର ପଦକ୍ଷେପ ପାଇଁ ପ୍ରସ୍ତୁତ ଅଛନ୍ତି, ଲୋକେ ଏଥିନେଇ ଆତଙ୍କିତ ହେବାର ନାହିଁ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ସମୀକ୍ଷା ବୈଠକରେ ଏସ୍‌ଆର୍‌ସି ଦେଓରଞ୍ଜନ କୁମାର ସିଂ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଗଞ୍ଜାମ: ଅଧିକାରୀଙ୍କୁ ୩୦ ଯାଏ ମୁଖ୍ୟାଳୟ ଛାଡ଼ିବା ମନା ସମ୍ଭାବ୍ୟ ବାତ୍ୟାକୁ ନେଇ ଗଞ୍ଜାମ ଜିଲାପାଳଙ୍କ ଓସ୍ବାନ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ ଡ.ପ୍ରମୋଦ ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ହୋଇଛି। ଏଥିରେ ଆଭାସି ମାଧ୍ୟମରେ ଜିଲାର ସମସ୍ତ ଲାଇନ୍‌ ଡିପାର୍ଟମେଣ୍ଟର ଅଧିକାରୀ ଯୋଡ଼ି ହୋଇଥିଲେ। ଜିଲାରେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱାରୋପ କରାଯାଇଛି। ଆସନ୍ତା ୩୦ ଯାଏ କୌଣସି ଅଧିକାରୀ ମୁଖ୍ୟାଳୟ ଛାଡ଼ି ନ ଯିବାକୁ ନିର୍ଦ୍ଦେଶ ହୋଇଛି। ଯେଉଁମାନେ ଛୁଟିରେ ଯାଇଛନ୍ତି ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ କୁହାଯାଇଛି। ଜିଲାର ସମୁଦ୍ରକୁଳିଆ ଅଞ୍ଚଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ କୁହାଯାଇଛି। ଯେଉଁମାନେ ଯାଇଛନ୍ତି ସେମାନେ ଫେରିବା ଆସିବାକୁ ପ୍ରଶାସନ ପରାମର୍ଶ ଦେଇଛି। ସ୍ଥିତି ମୁକାବିଲା ପାଇଁ ଜିଲାର ୧୧୦ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ଏବଂ ସ୍କୁଲଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି। ସେଠାରେ ବୈଠକ କରି ଲୋକଙ୍କୁ ସଚେତନ କରିବାକୁ ଅତିରିକ୍ତ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ସମ୍ପର୍କିତ ସୂଚନା ଦେବାକୁ ବ୍ଲକ୍‌ ଓ ଜିଲାସ୍ତରୀୟ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ପ୍ରତି ପଞ୍ଚାୟତ ଓ ସହରାଞ୍ଚଳରେ ଜଣେ ଲେଖାଏ ପ୍ରତିନିଧିଙ୍କୁ ନେଇ ଏକ ହାଟ୍ସଆପ୍‌ ଗ୍ରୁପ୍‌ କରିବାକୁ କୁହାଯାଇଛି। ଉପକୂଳବର୍ତ୍ତୀ ଅଞ୍ଚଳରେ ପଞ୍ଚାୟତଗୁଡ଼ିକରେ ନୋଡାଲ ଅଫିସର ନିଯୁକ୍ତି ହୋଇଛନ୍ତି। ଏଥିସହ ଗର୍ଭବତୀଙ୍କୁ ଆବଶ୍ୟକସ୍ଥଳେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ବ୍ୟବସ୍ଥା ହୋଇଥିବା ଅତିରିକ୍ତ ଜିଲାପାଳ ପୃଷ୍ଟି କହିଛନ୍ତି। ବୈଠକରେ ଅତିରିକ୍ତ ଜିଲାପାଳ ଦେବଦତ୍ତ ପଣ୍ଡା, ଛତ୍ରପୁର ଉପଜିଲାପାଳ ଶିବାଶିଷ ବରାଳ, ଜିଲା ଜରୁରିକାଳୀନ ଅଧିକାରୀ ଅଭିଷେକ ସାହୁଙ୍କ ସହ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?