‘ଏମିତି ତମ କୋଳରେ ଆଉଥରେ ନିଶ୍ଚିତ ଜନ୍ମ ନେବି’

ଭୁବନେଶ୍ୱର,୨୨।୩: ଗୋଟିଏ ଝିଅ ପାଇଁ ତା’ ବାପାଙ୍କ ସ୍ଥାନ ସ୍ବତନ୍ତ୍ର। ତାଙ୍କ ଆବର୍ତ୍ତମାନରେ ଝିଅ ଜୀବନରେ ଏକ ବଡ଼ ଶୂନ୍ୟସ୍ଥାନ ସୃଷ୍ଟି ହୁଏ। ଠିକ୍‌ ଏଭଳି ବିଜେଡିର ବରିଷ୍ଠ ନେତା ଡା. ଦାମୋଦର ରାଉତଙ୍କ ପରଲୋକ ଗମନ ପରେ ଭାଙ୍ଗି ପଡ଼ିଛନ୍ତି ଝିଅ ପ୍ରିତିନନ୍ଦା ରାଉତରାୟ। ଦାମ ରାଉତ ଏକ ସଂଘର୍ଷର ନାଁ। ସେହି ସଂଘର୍ଷର ଆଜି ଅବସାନ ଘଟିଥିବା କୋହଭରା କଣ୍ଠରେ ସେ କହିଛନ୍ତି। ଦାମଙ୍କ ଝିଅ ବୋଲି ସେ ସର୍ବଦା ଗର୍ବ କରି ଆସିଛନ୍ତି। ସମାଜରେ ଯେଉଁ ସମ୍ମାନ ମିଳିଛି ତାହା ବାପାଙ୍କ ଲାଗି। ଆଜିର ଦିନଟି ବଡ଼ କଷ୍ଟର ଦିନ ବୋଲି ମଧ୍ୟ ସେ ପ୍ରତିକ୍ରିୟା ରଖିଛନ୍ତି।

କେବଳ ଏତିକି ନୁହେଁ ପ୍ରିତିନନ୍ଦା ନିଜର ଫେସବୁକ ପୃଷ୍ଠାରେ ଦାମଙ୍କ ସହ ନିଜର ଏକ ଫଟୋ ପୋଷ୍ଟ କରି ‘ଏମିତି ତମ କୋଳରେ ଆଉଥରେ ନିଶ୍ଚିତ ଜନ୍ମ ନେବି। ମୋ’ ପୃଥିବୀ ଆଉ ମୁଁ’ ବୋଲି ଲେଖିଛନ୍ତି। ଏହି ପୋଷ୍ଟରେ ଦାମଙ୍କ ଶୁଭେଚ୍ଛୁମାନେ ଅମର ଆତ୍ମାର ସଦ୍‌ଗତି କାମନା କରୁଛନ୍ତି। ଅନେକେ ତାଙ୍କୁ ସାଲିସ ବିହୀନ ନେତା ବୋଲି କହିବା ସହ ଏମିତି ନେତା ସରକାରରେ ଆସିବା ଅସମ୍ଭବ ବୋଲି କହୁଛନ୍ତି।

କହିରଖୁଛୁ, ଶୁକ୍ରବାର ଭୋର୍‌ ସମୟରେ ଦାମ ରାଉତଙ୍କ ପରଲୋକ ଘଟିଥିଲା। ଦୀର୍ଘଦିନ ଧରି ସେ କିଡନୀଜନିତ ସମସ୍ୟାରେ ପୀଡ଼ିତ ଥିଲେ। ଗତ ୧୮ ତାରିଖରେ ଗୁରୁତର ହେବା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ସେଠାରେ ତାଙ୍କ ହୃଦ୍‌ଘାତ ହୋଇଥିଲା। ପରେ ତାଙ୍କୁ ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ଦାମଙ୍କ ଚିକିତ୍ସା ନିମନ୍ତେ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ନିୟୋଜିତ ଥିଲେ। ହେଲେ ସମସ୍ତ ଚେଷ୍ଟ ସତ୍ତ୍ୱେ ଭୋର୍‌ରେ ସେ ଆଖି ବୁଜିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?