ରୋଷେଇ କରିବା ବେଳେ ଲାଗିଥିଲା ଶାଢ଼ିରେ ନିଆଁ, ଏସ୍‌ସିବିରେ ଚାଲିଗଲା ଚିକିତ୍ସାଧୀନ ପୂଜାଙ୍କ ଜୀବନ

ଦାରିଙ୍ଗବାଡି, ୨୫।୬ (ଅରୁଣ ସାହୁ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଓଡ଼ିଆ ସାହିରେ ସୋମବାର ସଂନ୍ଧ୍ୟାରେ ଜଣେ ମହିଳା ଶାଢିରେ ନିଆଁ ଲାଗିଯିବାରୁ ଗୁରୁତର ହୋଇଥିଲେ। ମଙ୍ଗଳବାର ଅପରାହ୍ନରେ କଟକ ଏସ୍‌ସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ସୂଚନା ମିଳିଛି। ମୃତକ ହେଲେ ବ୍ରାହ୍ମଣୀଗାଁ ଓଡ଼ିଆ ସାହିର ଅଜୟ ଡାକୁଆଙ୍କ ସ୍ତ୍ରୀ ପୂଜା।

ସୂଚନାନୁଯାୟୀ, ଘରେ ରୋଷେଇ କରୁଥିବା ସମୟରେ ପୂଜାଙ୍କ ଶାଢ଼ିରେ ଅସାବଧାନତା ଯୋଗୁ ନିଆଁ ଲାଗିଯାଇଥିଲା। ସେ ଜାଣିବା ବେଳକୁ ନିଆଁ ସମ୍ପୂର୍ଣ୍ଣ ଦେହକୁ ବ୍ୟାପିଯାଇଥିଲା ବୋଲି ତାଙ୍କ ପରିବାର ପକ୍ଷରୁ କୁହାଯାଇଥିଲା। ସେହିଦିନ ପୂଜାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବ୍ରାହ୍ମଣୀଗାଁ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଗୁରୁତର ହେବାରୁ ବ୍ରହ୍ମପୁର ଏମକେସିଜିକୁ ଅଧିକା ଚିକିତ୍ସା ପାଇଁ ପରିବାର ଲୋକ ନେଇଥିଲେ। ତେବେ ସେଠାରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିବାରୁ କଟକ ଏସ୍‌ସିବିକୁ ଅଧିକ ଚିକିତ୍ସା ପାଇଁ ପରିବାର ଲୋକ ନେଇଥିଲେ। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୂଜାଙ୍କ କଟକରେ ମୃତ୍ୟୁ ହୋଇଥିବାରୁ ସେଠିକାର ପୋଲସ ଏନେଇ ଏକ ଅପମୃତ୍ୟୁ ରୁଜୁ କରିଥିବା ବ୍ରାହ୍ମଣୀଗାଁ ପୋଲିସ ସୂତ୍ରରୁ ସୂଚନା ମିଳିଛି।

ଘଟଣାଟି ସୋମବାର ସାରେ ଘଟିଥିବା ବେଳେ ଗୁରୁତର ମହିଳାଙ୍କୁ ବ୍ରହ୍ମପୁର ଏମ୍‌କେସିଜିକୁ ଚିକିତ୍ସା ପାଇଁ ନିଆଯାଇଥିଲା। ସେଠାକୁ ବ୍ରାହ୍ମଣୀଗାଁ ଆଇଆଇସି ବିଜୟ କୁମାର ହାଇବୁରୁ ଏବଂ ସବଇନ୍ସପେକ୍ଟର ଅମରେନ୍ଦ୍ର ସୁବୁଦ୍ଧି ପହଞ୍ଚି ପୀଡ଼ିତାଙ୍କ ବୟାନ ରେକର୍ଡ କରିଥିବା ଜଣାପଡିଛି। ତେବେ ସେ କଣ ବୟାନ ଦେଇଥିଲେ ସେ ସମ୍ପର୍କରେ ପୋଲିସ କିଛି ପ୍ରକାଶ କରିନାହିଁ। ଘଟଣାର ଅଧିକ ତଦନ୍ତ ପରେ ସତ୍ୟସତ୍ୟ ଜଣାପଡିବ ବୋଲି ବ୍ରାହ୍ମଣୀଗାଁ ପୋଲିସ କହିବା ସହ ଏନେଇ କୌଣସି ଥାନାରେ ଅଭିଯୋଗ ହୋଇ ନ ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri