ଏସ୍‌ବିଆଇ ଭୁବନେଶ୍ବର ମଣ୍ଡଳ ପକ୍ଷରୁ ଓଡ଼ିଶା ଦିବସ

ଭୁବନେଶ୍ୱର,୫।୪: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ଭୁବନେଶ୍ବର ମଣ୍ଡଳ ପକ୍ଷରୁ ଓଡ଼ିଶା ଦିବସ ପାଳନ କରାଯାଇଥିଲା। ଏପରିକି ଏସବିଆଇ ଓଡ଼ିଶା କ୍ଷେତ୍ରର ସମସ୍ତ ଶାଖା ଓ କାର୍ଯ୍ୟାଳୟରେ ମଧ୍ୟ ୮୮ତମ ଓଡ଼ିଶା ଦିବସ ଏକ ସମୟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏସ୍‌ବିଆଇ ଓଡ଼ିଶା ମୁଖ୍ୟାଳୟ ଭୁବନେଶ୍ୱରଠାରେ ଓଡ଼ିଶା ଦିବସ ଉପରେ ଆଧାରିତ ଏକ ବାଲୁକାସ୍ତୂପକୁ ଏସ୍‌ବିଆଇ ଭୁବନେଶ୍ବର ମଣ୍ଡଳ ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମା ଉନ୍ମୋଚନ କରିଥିଲେ।

ସେହିଭଳି ଭୁବନେଶ୍ବର-ପୁରୀ ବାଇପାସ ସ୍ଥିତ ପାଣ୍ଡରା ଛକଠାରେ ଥିବା ଉତ୍କଳମଣି ଗୋପବନ୍ଧୁ ଆଦର୍ଶ ବୃଦ୍ଧାଶ୍ରମରେ ଥିବା ନିରାଶ୍ରିତ ଅନ୍ତେବାସୀମାନଙ୍କୁ ଚାଦର, ମାସିକ ସଉଦା, ଷ୍ଟାଣ୍ଡ ଫ୍ୟାନ ସହ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟ ପ୍ରଦାନ କରାଯାଇଥିଲା। ଏପରିକି ଉକ୍ତ ବୃଦ୍ଧାଶ୍ରମ ପରିସରରେ କେୟାର ହସ୍ପିଟାଲ ସହଯୋଗରେ ଏକ ସ୍ବାସ୍ଥ୍ୟ ସେବା ଶିବିରର ଆୟୋଜନ କରାଯାଇଥିଲା। ଅପରପକ୍ଷରେ କାର୍ଯ୍ୟକ୍ରମର ୨ୟ ପର୍ଯ୍ୟାୟରେ ଆୟୋଜିତ ଏକ ସ୍ବତନ୍ତ୍ର ସଭାରେ ଯୋଗ ଦେଇ ଶର୍ମା କହିଥିଲେ, ଷ୍ଟେଟ ବ୍ୟାଙ୍କ ଭୁବନେଶ୍ବର ମଣ୍ଡଳକୁ ୨ ଟ୍ରିଲିୟନ ବ୍ୟବସାୟରେ ପହଞ୍ଚାଇଥିବା ସମସ୍ତ କର୍ମଚାରୀଙ୍କୁ ସାଧୁବାଦ ଜଣାଇବା ସହ ଧନ୍ୟବାଦ ଜ୍ଞାପନ କରିଥିଲେ।

ବିଶେଷ କରି ବ୍ୟାଙ୍କର ସମସ୍ତ ଷ୍ଟାଫ୍‌ ଓ ବ୍ୟବସାୟିକ ଏକକ ମୁଖ୍ୟମାନଙ୍କୁ ଗ୍ରାହକ ସଂଯୋଗ ଓ ଉନ୍ନତ ଗ୍ରାହକ ସେବା ଉପରେ ସର୍ବୋପରି ଧ୍ୟାନ ଦେବା ପାଇଁ ପରାମର୍ଶ ଦେଇଥିଲେ। ଏପରିକି ଷ୍ଟେଟ ବ୍ୟାଙ୍କର ସମସ୍ତ ଗ୍ରାହକ ଓ ଓଡ଼ିଶାବାସୀଙ୍କୁ ଓଡ଼ିଶା ଦିବସରେ ସେ ଶୁଭ କାମନା ଜଣାଇଥିଲେ। ପରିଶେଷରେ କର୍ମଚାରୀମାନଙ୍କ ଦ୍ୱାରା ଆୟୋଜିତ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri