ବେଦାନ୍ତ ଆଲୁମିନିୟମ ପକ୍ଷରୁ ଓଡ଼ିଶା ଦିବସ

ଭୁବନେଶ୍ୱର,୬।୪: ଦେଶର ସର୍ବବୃହତ୍‌ ଆଲୁମିନିୟମ  କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍‌ ଝାରସୁଗୁଡ଼ା ଏବଂ ଲାଞ୍ଜିଗଡ଼ କାର୍ଯ୍ୟ କ୍ଷେତ୍ରରେ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟକୁ ପାଳନ କରାଯାଇଛି। ବିଶେଷକରି ବେଦାନ୍ତର ଝାରସୁଗୁଡ଼ାସ୍ଥିତ ସ୍ମେଲଟର ପ୍ଲାଣ୍ଟଠାରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହ ଉତ୍ସବରେ ଶିଳ୍ପୀ ପଦ୍ମ ବିଭୂଷଣ ସୁଦର୍ଶନ ସାହୁ ଏବଂ ଡା. ଶଙ୍କର ରାମଚନ୍ଦାନିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଏ ସମ୍ପର୍କରେ ବେଦାନ୍ତ ଲିମିଟେଡ୍‌ର ସିଇଓ ସୁନୀଲ ଗୁପ୍ତା କହିଛନ୍ତି, ବିଗତ କିଛି ବର୍ଷ ମଧ୍ୟରେ ଓଡ଼ିଶା ସହ ଆମ ସମ୍ପର୍କ ବେଶ୍‌ ନିବିଡ଼ ହୋଇଛି । ବିଶେଷକରି ଓଡ଼ିଶା ଦିବସକୁ ଆମେ ପାଳନ କରୁଥିବା ବେଳେ ବେଦାନ୍ତ ଆଲୁମିନିୟମରେ ଏପ୍ରିଲ ୧ ଆମ ପାଇଁ ମଧ୍ୟ ଏକ ସ୍ମରଣୀୟ ଦିନ। ସେହିଭଳି ଓଡ଼ିଶାର ନାଗରିକମାନଙ୍କ ସାମାଜିକ, ଅର୍ଥନୈତିକ ବିକାଶ ଦିଗରେ ଆମେ ବ୍ୟାପକ କାର୍ଯ୍ୟ ଜାରି ରଖିଥିବା ବେଳେ ଓଡ଼ିଶା ଦିବସରେ ମଧ୍ୟ ଆମେ ଓଡ଼ିଶାର ଲୋକମାନଙ୍କ ପାଇଁ ଶ୍ରେଷ୍ଠ ସଫଳତା ଓ ଅତୁଳନୀୟ ପ୍ରଗତିର ଆଉ ଏକ ବର୍ଷର ଶୁଭକାମନା ଜଣାଉଛୁ।
ସେହିପରି ବେଦାନ୍ତ ଆଲୁମିନିୟମର ଡେପୁଟି ସିଇଓ ଜି. ଜି. ପାଲ୍‌ କହିଛନ୍ତି, ବେଦାନ୍ତ ଲାଞ୍ଜିଗଡ଼ ଓଡ଼ିଶାର ସାଂସ୍କୃତିକ ପୁନର୍ଜାଗରଣର ଅଂଶ ହୋଇଥିବାରୁ ଆମେ ଗର୍ବିତ ଯାହା ଡୋକ୍ରା କଳାକୃତି ଓ ସଉରା ଚିତ୍ରକଳା ଭଳି ସୁନ୍ଦର ପାରମ୍ପରିକ କଳାକୃତିର ପ୍ରସାର ପାଇଁ ଆମ ଉଦ୍ୟମରେ ପ୍ରତିଫଳିତ ହୋଇଛି। ଆମର ମାନୁଫାକ୍ଚରିଂ ଉତ୍କର୍ଷ ଓ ସମ୍ପ୍ରସାରିତ ଯୋଗାଣ ଶୃଙ୍ଖଳ ଜରିଆରେ ରାଜ୍ୟ ଓ ଏହାର ଲୋକମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିବା ସହିତ ଆମର କଳାକୃତି ଜରିଆରେ ଆମେ ଓଡ଼ିଶାର ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ଲାଗି ପ୍ରତିବଦ୍ଧ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି ।…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

୭ବର୍ଷ ପରେ ଏକାଠି ହେଲେ ଦୁଇ ତାରକା

ମୁମ୍ବାଇ,୭।୬: ପୁଣି ଚର୍ଚ୍ଚାରେ ବଲିଉଡର ‘ଧକ-ଧକ ଗାର୍ଲ’ ମାଧୁରୀ ଦୀକ୍ଷିତ। ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ‘ମା-ବେହନ’ OTTରେ ରିଲିଜ ହୋଇଛି। ରିଲିଜ ଉପଲକ୍ଷେ ଶନିବାର ରାତିରେ ଏକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri