ଟାଟା ଷ୍ଟିଲ ମାଇନିଂ ପକ୍ଷରୁ ଓଡ଼ିଶା ଦିବସ ପାଳିତ

କାଳିଆପାଣି,୪।୪(ଡି.ଏନ୍‌.ଏ.): ଟାଟାଷ୍ଟିଲ ମାଇନିଂ କମ୍ପାନୀ ପକ୍ଷରୁ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ସୁକିନ୍ଦା ଖଣି ଅଞ୍ଚଳରେ କାର୍ଯ୍ୟରତ ଟାଟା ଷ୍ଟିଲ ମାଇନିଂ କମ୍ପାନୀର କର୍ମଚାରୀ ଓ କଲୋନୀବାସୀ କମ୍ପାନୀର ପ୍ରଶାସନିକ ମୁଖ୍ୟ ଗୌତମ ଚକ୍ରବର୍ତ୍ତୀଙ୍କ ତତ୍ତ୍ୱାବଧାନରେ କଲୋନୀ ପରିସରରେ ପ୍ରଭାତ ଫେରି କରି ଓଡିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟପର୍ଣ କରିଥିଲେ । କଲୋନୀ ପରିସରରେ ରହିଥିବା କାଟେପୁର୍ତ୍ତି ଅଡିିଟୋରିୟମରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆୟୋଜିତ ସଭାରେ ପୁରୀର ଅବସରପ୍ରାପ୍ତ ପ୍ରଫେସର କୈଳାସ ଚନ୍ଦ୍ର ଟିକାୟତରାୟ , ଜଗନ୍ନାଥଙ୍କ ସେବାୟତ ଡ.ଶରତ କୁମାର ମହାନ୍ତି, ଯାଜପୁରର ବିଶିଷ୍ଟ କବି ନନ୍ଦ କୁମାର ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସ୍ବତନ୍ତ୍ର ଓଡିଶା ଗଠନ ଓ ଏଥିପାଇଁ ପଦକ୍ଷେପ ନେଇଥିବା ବରପୁତ୍ରମାନଙ୍କ ଉପରେ ବକ୍ତବ୍ୟ ରଖିଥିଲେ ା ଏଥିସହିତ ଓଡିଶା ଭାଷା ଓ ସାହିତ୍ୟ ଉପରେ ମତ ରଖିଥିଲେ । କମ୍ପାନୀର ସହ ପ୍ରଶାସନିକ ମୁଖ୍ୟ ସଞ୍ଜୀବ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ଏକ ସପ୍ତାହ ଧରି କର୍ମଚାରୀ ,ସ୍କୁଲ ଛାତ୍ରୀଛାତ୍ର, ନିରାପତ୍ତାରକ୍ଷୀ ମାନଙ୍କୁ ନେଇ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ପୁରସ୍କାର ପ୍ରଦାନ ଉତ୍ସବରେ ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ କାର୍ଯ୍ୟକାରୀଣୀ ସଦସ୍ୟ ବିଶ୍ବଜିତ ନାୟକ ଓ କମ୍ପାନୀ ପ୍ରଶାସନିକ ମୁଖ୍ୟ ଗୌତମ ଚକ୍ରବର୍ତ୍ତୀ ଯୋଗଦେଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ଲୋକ କଳା ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯାଇଥିଲା । ସୁକିନ୍ଦା ଖଣି ପ୍ରବନ୍ଧକ ଶମ୍ଭୁନାଥ ଝା , ପରିବହନ ମୁଖ୍ୟ ଅନଙ୍ଗ ଉଦୟ ମାହାନା ସମେତ ବହୁ ଅଧିକାରୀ ଯୋଗଦେଇ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?