ଅନୁଗୋଳ ଅଫିସ,୨୨ ।୩ ଅନୁଗୋଳରେ ଓଡ଼ିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସୋମବାର ଜିଲା କାର୍ଯ୍ୟାଳୟ କୋର୍ଟ ରୁମ୍ଠାରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଗତ ୨ ବର୍ଷ ଧରି କରୋନା ସଂକ୍ରମଣର କଟକଣା ବଳବତ୍ତର ରହିଥିବାରୁ ଏହି ଦିବସକୁ ନିରାଡମ୍ବର ଭାବରେ ପାଳନ କରାଯାଇଥିଲା। ଚଳିତ ବର୍ଷ ଏହି କଟକଣା କୋହଳ ଥିବାରୁ ଓଡ଼ିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସକୁ ସରସ ସୁନ୍ଦର ଭାବେ ପାଳନ କରାଯିବ। ଏଥିପାଇଁ ଜାତୀୟ ଦିବସ ପାଳନ କମିଟିର ସମସ୍ତ ସଦସ୍ୟାସଦସ୍ୟ ଆନ୍ତରିକତାର ସହ ସହଯୋଗ କରିବାକୁ ଅତିରିକ୍ତ ଜିଲାପାଳ ଆହ୍ବାନ କରିଥିଲେ। ଓଡ଼ିଶା ଦିବସ ଓ ଜିଲା ପ୍ରତିଷ୍ଠା ଦିବସ ଗୋଟିଏ ଦିନରେ ପଡୁଥିବାରୁ ବିଭିନ୍ନ କୋଠାବାଡ଼ିକୁ ଆଲୋକମାଳାରେ ସାଜସଜ୍ଜା କରାଯିବ। ପ୍ରତ୍ୟୁଷରୁ ଜିଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇ ସହର ପରିକ୍ରମା କରାଯିବା ସହ ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ରୀଛାତ୍ରମାନଙ୍କ ଦ୍ବାରା ପ୍ରଭାତ ଫେରୀ କରାଯିବ। ସହରରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ରାଜ୍ୟ ସରକାରଙ୍କ ଦ୍ବାରା ସ୍ଥିରୀକୃତ ଅତିଥି ଓ ଜିଲାପାଳଙ୍କ ଦ୍ବାରା ମାଲ୍ୟାର୍ପଣ କରାଯିବ। ଜିଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ସଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା।
ପ୍ରାରମ୍ଭରେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଦୁଃଖବନ୍ଧୁ ମାଝି ଗତବର୍ଷର ବିବରଣୀ ପାଠ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରା, ସ୍ବେଚ୍ଛାସେବୀ, ଶିକ୍ଷାନୁଷ୍ଠାନର ଶିକ୍ଷୟିତ୍ରୀଶିକ୍ଷକମାନେ ଉପସ୍ଥିତ ଥିଲେ।
କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍ବେଷ୍ଟସ୍
କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…
ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…
ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…
ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ
ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…
୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…
ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…
ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…
ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର
ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…
ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…
ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…
ଟ୍ରେନ୍ ଟ୍ରାକ୍ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…
ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…
Archives

