ସବୁ ବର୍ଗକୁ ସାମିଲକରି ପାଳନ ହେବ ଓଡ଼ିଶା ଦିବସ

କୋରାପୁଟ,୨୫।୩(ସ୍ବ.ପ୍ର.): ସବୁ ବର୍ଗକୁ ସାମିଲକରି ଆସନ୍ତା ଓଡ଼ିଶା ଦିବସକୁ କିପରି ମହାଆଡ଼ମ୍ବରରେ ପାଳନ କରାଯିବ ସେ ନେଇ ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଏକ ପ୍ରସ୍ତୁତି ବୈଠକରେ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଜିଲା ପ୍ରଶାସନ ଓ ଜିଲା ସ୍ମାରକୀ କମିଟିର ମିଳିତ ଆନୁକୂଲ୍ୟରେ ହେବାକୁ ଥିବା ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ ନେଇ ଅନୁଷ୍ଠିତ ପ୍ରଶାସନର ପ୍ରସ୍ତୁତି ବୈଠକରେ କୋରାପୁଟ ଅତିରିକ୍ତ ଜିଲାପାଳ ରାମେଶ୍ୱର ପ୍ରଧାନ ଅଧ୍ୟକ୍ଷତା କରି ଓଡ଼ିଶା ଦିବସକୁ ଆଡ଼ମ୍ବର ଓ ସଫଳତାର ସହ ପାଳନ କରିବାକୁ ନେଇ ସମସ୍ତ ବର୍ଗଙ୍କ ସହଯୋଗ କାମନା କରିଥିଲେ ା
ଏପ୍ରିଲ ୧ ପ୍ରାତଃ ୫ଟାରେ ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ଦ୍ୱାରା ଉକତ୍ଳ ବନ୍ଦନା କୋରାପୁଟ ସହରରେ ବଜାଯିବ। ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଓ ବେସରକାରୀ ଅନୁଷ୍ଠାନରେ ଥିବା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ଜିଲାର ପଦାଧିକାରୀମାନେ ଅତିଥିଭାବେ ଯୋଗଦେଇ ମାଲ୍ୟାର୍ପଣ କରିବେ। ସେହିପରି ଜିଲାର ସମସ୍ତ ବ୍ଲକ, ତହସିଲ, ପଞ୍ଚାୟତ ଓ ଅନ୍ୟ କାର୍ଯ୍ୟାଳୟରେ ଓଡ଼ିଶା ଦିବସ ପାଳନ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। କୋରାପୁଟ ଏସ୍‌ପିଙ୍କ ବାସଭବନ ନିକଟରେ ଥିବା ପାର୍କରେ ସ୍ବତନ୍ତ୍ର ଉକତ୍ଳ ପ୍ରଦେଶ ଗଠନର ଅଗ୍ରଦୂତ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ସେହିପରି କୋରାପୁଟ ଜିଲାରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନରେ ଓଡ଼ିଆରେ ବୋର୍ଡ ଲେଖିବା ନେଇ ସମ୍ପୃକ୍ତ ଅନୁଷ୍ଠାନଗୁଡ଼ିକୁ ଅନୁରୋଧ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି। ଓଡ଼ିଶା ଦିବସ ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରୀୟ ପ୍ରବନ୍ଧ, ବକ୍ତୃତା, ସଙ୍ଗୀତ ଆଦି ବିଭିନ୍ନ ପ୍ରତିଯୋଗିତା ସହ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ, ଜିଲାସ୍ତରୀୟ ସାଂସ୍କୃତିକ କାର୍ଯ୍ୟକ୍ରମମାନ କରାଯିବ ବୋଲି ବୈଠକରେ ସ୍ଥିର ହୋଇଛି। ବିଦ୍ୟାଳୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗନେବେ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲା ଆରକ୍ଷୀ ଅଧୀକ୍ଷକ ଉକତ୍ଳ କେଶରୀ ଦାସ, କୋରାପୁଟ ପୌରାଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ପୂର୍ବତନ ପୌରାଧ୍ୟକ୍ଷ ଭଗବାନ ବାହିନୀପତି, ଜିଲା ସଂସ୍କୃତି ଅଧିକାରୀ ପ୍ରୀତିସୁଧା ଜେନାଙ୍କ ସମେତ ବହୁ ଜିଲାସ୍ତରୀୟ ଅଧିକାରୀ, ବୁଦ୍ଧିଜୀବୀ, ଶିକ୍ଷୟିତ୍ରୀ ଶିକ୍ଷକ,ସ୍ମାରକୀ କମିଟି ସଭ୍ୟମାନେ ଉପସ୍ଥିତ ଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସ୍ବରାଜ୍ୟ ଶିଶା ବୈଠକ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri