Posted inଖେଳ

ଓଡ଼ିଶା ବଧିର କ୍ରିକେଟ ଦଳ ଘୋଷିତ

ଭୁବନେଶ୍ୱର, ୪।୭,(ତପନ ସ୍ବାଇଁ): ଆଗାମୀ ଜାତୀୟ ବଧିର ଟି୨୦ କ୍ରିକେଟ ପ୍ରତିଯୋଗିତାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ଏକ ବଧିର କ୍ରିକେଟ ଦଳ ଗଠନ କରାଯାଇଛି। ହାଇଟେକ୍‌ କ୍ରୀଡ଼ା ନିର୍ଦ୍ଦେଶକ ଲଳିତ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଖେଳାଳି ଚୟନ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା। ଏଥିରେ ୩୯ ଖେଳାଳି ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ୧୫ ଜଣ ଖେଳାଳି ଚୟନ ହୋଇଥିବାବେଳେ ୪ ଜଣଙ୍କୁ ଷ୍ଟାଣ୍ଡବାଇ ରଖା ଯାଇଛି। ମନୋନୟନ ହୋଇଥିବା ଖେଳାଳିମାନଙ୍କୁ ନେଇ ଜାତୀୟ ପ୍ରତିଯୋଗିତା ପାଇଁ ଅଭ୍ୟାସ ଶିବିର ଚାଲିବ। ଜାତୀୟ ଟି୨୦ ବଧିର କ୍ରିକେଟ ପ୍ରତିଯୋଗିତା ଚଳିତ ବର୍ଷ ସେପ୍ଟେମ୍ବର ୨୫ରୁ ଅକ୍ଟୋବର ୧ ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ ହାଇଟେକ୍‌ କ୍ରିକେଟ ପଡ଼ିଆରେ ଅନୁଷ୍ଠିତ ହେବବୋଲି ଓଡ଼ିଶା ବଧିର କ୍ରିକେଟ ଆସୋସିଏଶନ ସଭାପତି ବିକ୍ରମଜିତ ମହଲା ଓ ସମ୍ପାଦକ ସାଗରକାନ୍ତ ସେନାପତି ଏକ ବିବୃତି ମାଧ୍ୟମରେ ଜଣାଇଛନ୍ତି।
ଓଡ଼ିଶା ବଧିର କ୍ରିକେଟ ଦଳ: ଶିବନ ନନ୍ଦ (ଅଧିନାୟକ), ରାଜେଶ ମୁଦୁଲି (ଉପ-ଅଧିନାୟକ), ବଣ୍ଟି ଚୌଧୁରୀ, ଅଭିନିତ ଆଚାର୍ଯ୍ୟ, ସୌମ୍ୟ ରଞ୍ଜନ ରାଉତ, ରାଜନ କୁମାର ସାହୁ, ଅମନ ଜେନା, ସନ୍ତୋଷ କୁମାର ମହାପାତ୍ର, ପ୍ରଳୟ ବେହୁରା, ଅଭିଜିତ ସ୍ବାଇଁ, ସୋଭନ ରଥ, ସୌଭାଗ୍ୟ ମହାନ୍ତି, ସୁଶାନ୍ତ କୁମାର ଦାଶ, ଆନନ୍ଦ ଭୋଇ, ସୁନୀଲ କୁମାର ସାହୁ, ଶ୍ୟାମ କିଶୋର ହରିଚନ୍ଦନ, ହରପ୍ରସାଦ ସାମନ୍ତରାୟ।
ଷ୍ଟାଣ୍ଡବାଇ: ସୌମ୍ୟ ପ୍ରସାଦ ମିଶ୍ର, ମାନସ କୁମାର ସାମଲ, ଶଶି ଭୂଷଣ ମହାନ୍ତି, ପ୍ରଦୀପ ପାଣ୍ଡେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri