ଆଣ୍ଟି ଡମ୍ପିଂ ଶୁଳ୍କ ଲଗାଇବାକୁ ଓଡ଼ିଶାର ଦାବି

ଭୁବନେଶ୍ୱର,୨୭।୪(ବ୍ୟୁରୋ): ନିକଟରେ କେନ୍ଦ୍ର ସରକାର ଇସ୍ପାତ ଉତ୍ପାଦନ ଉପରେ ଆଣ୍ଟି ଡମ୍ପିଂ ଏବଂ କାଉଣ୍ଟରଭେଲିଂ ଶୁଳ୍କ ଉଠାଇ ଦେଇଛନ୍ତି। ଏହା ଚାଇନା ଭଳି ଦେଶକୁ ସୁହାଇବା ସହ ଆମ ଦେଶରୁ ଶସ୍ତାମାଲ ରପ୍ତାନି ବହୁଗୁଣିତ ହୋଇପାରେ। ତେଣୁ ଆଣ୍ଟି ଡମ୍ପିଂ ଶୁଳ୍କ ଲାଗୁ କରିବାକୁ ରାଜ୍ୟ ଶିଳ୍ପମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ସୋମବାର ଚିଠି ଲେଖିଛନ୍ତି।
ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ଷ୍ଟେନ୍‌ଲେସ ଷ୍ଟିଲ୍‌ ଉତ୍ପାଦନରେ ଓଡ଼ିଶା ଦେଶରେ ସର୍ବବୃହତ ରାଜ୍ୟରେ ପରିଣତ ହୋଇଛି। ଏ କ୍ଷେତ୍ରରେ ୧୫ ହଜାର କୋଟିରୁ ଅଧିକ ଟଙ୍କାର ପୁଞ୍ଜିନିବେଶ ହୋଇଛି। ଏହାଛଡ଼ା ୮ ହଜାର କୋଟି ଏମ୍‌ଏସ୍‌ଏମ୍‌ଇ ଅଧୀନରେ ନିମ୍ନ ପ୍ରବାହ ଶିଳ୍ପ ଉତ୍ପାଦନଗୁଡିକରେ ନିବେଶ କରାଯାଉଛି। ଏପରି କି ରାଜ୍ୟରେ ଷ୍ଟେନ୍‌ଲେସ ଷ୍ଟିଲ୍‌ ସହ ଜଡିତ ଅସଂଖ୍ୟ ଉଦ୍ୟୋଗର ସୁଯୋଗ ରହିଛି, ଯାହାକୁ ସରକାର ପ୍ରମୁଖତା ପ୍ରଦାନ କରି ଆସୁଛନ୍ତି। ଆଗାମୀ ଦିନରେ ରାଜ୍ୟରେ ମେଟାଲ କ୍ଲଷ୍ଟର ଓ ଷ୍ଟେନ୍‌ଲେସ ଷ୍ଟିଲ୍‌ ପାର୍କ ପ୍ରତିଷ୍ଠା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ପ୍ରକ୍ରିୟା ଚାଲୁ ରଖିବାକୁ ଉତ୍ପାଦନକାରୀ ଶିଳ୍ପସଂସ୍ଥାଗୁଡ଼ିକୁ ଉତ୍ତମ ବାତାବରଣ ଯୋଗାଇବା, ଚାଇନା ଓ ଇଣ୍ଡୋନେସିଆର ରପ୍ତାନି ଦ୍ରବ୍ୟ ଉପରେ କଟକଣା ଲଗାଯିବାର ଆବଶ୍ୟକତା ରହିଛି ବୋଲି ଦିବ୍ୟଶଙ୍କର ଚିଠିରେ ଉଲ୍ଲେଖ କରିଛନ୍ତି। ଯୁକ୍ତରାଷ୍ଟ୍ର ଆମେରିକା ନିଜର ଘରୋଇ ଶିଳ୍ପ ସଂସ୍ଥାର ସୁରକ୍ଷା ପାଇଁ ୨୫ ପ୍ରତିଶତ ଶୁଳ୍କ ଲାଗୁ କରିସାରିଛି। ତେଣୁ କେନ୍ଦ୍ର ସରକାର ପୁଣି ଥରେ ଆଣ୍ଟି ଡମ୍ପିଂ ଏବଂ କାଉଣ୍ଟରଭେଲିଂ ଶୁଳ୍କ ଲାଗୁ କରିବା ଉପରେ ପୁନଃ ବିଚାର କରିବାକୁ ଦିବ୍ୟ ଶଙ୍କର କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଏହି ମର୍ମରେ ସେ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ମଧ୍ୟ ଅନୁରୋଧ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri