ୟୁପିଏସ୍‌ସିରେ ୨୪ ନଂ ର଼୍ୟାଙ୍କ ରଖିଲେ ବରଗଡ଼ ଡେପୁଟି କଲେକ୍ଟର ପ୍ରଜ୍ଞାନନ୍ଦନ ଗିରି, ୪ର୍ଥ ପ୍ରୟାସରେ ସଫଳ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟୀ କଲେକ୍ଟର ଭାବେ କାର୍ଯ୍ୟରତ ପ୍ରଜ୍ଞାନନ୍ଦନ ଗିରି ମଙ୍ଗଳବାର ପ୍ରକାଶ ପାଇଥିବା ସର୍ବଭାରତୀୟ ପ୍ରଶାସନିକ ସେବା (ୟୁପିଏସ୍‌ସି)ରେ ୨୪ ର଼୍ୟାଙ୍କରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ମୟୂରଭଞ୍ଜ ଜିଲା କରଞ୍ଜିଆ ନିବାସୀ ମା’ ମୀରାବାଲା, ବାପା ବିକ୍ରମ ଗିରିଙ୍କ ପୁଅ ପ୍ରଜ୍ଞାନନ୍ଦନ ଗତ ୨୦୨୦ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ଉତ୍ତୀର୍ଣ୍ଣ ହେବା ପରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟରଭାବେ ଯୋଗଦାନ କରି ଜରୁରୀକାଳୀନ ବିଭାଗରେ କାର୍ଯ୍ୟରତ ଅଛନ୍ତି । ଏବେ ସେ ନିଜ ସଫଳତାର ଶ୍ରେୟ ମା, ବାପା, ଗୁରୁଜନ, ସାଙ୍ଗସାଥୀଙ୍କୁ ଦେଇଛନ୍ତି।

ପ୍ରଜ୍ଞାନନ୍ଦନ ନିଜ ଗ୍ରାମ କରଞ୍ଜିଆ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରୁ ପାଠପଢ଼ା ଆରମ୍ଭ କରିଥିବାବେଳେ ଭୁବନେଶ୍ୱରସ୍ଥିତ ନାଇଜର୍‌ରେ ଇଣ୍ଟିଗ୍ରେଟେଡ୍‌ ଏମ୍‌ଏସ୍‌ସି କରିଥିଲେ। ତେବେ ପୂର୍ବରୁ ପ୍ରଜ୍ଞାନନନ୍ଦ ଜଣେ ବୈଜ୍ଞାନିକ ହେବାକୁ ଲକ୍ଷ୍ୟ ରଖିଥିଲେ । କିନ୍ତୁ ଇଣ୍ଟିଗ୍ରେଟେଡ୍‌ ଏମ୍‌ଏସ୍‌ସି ପାଠ ସମାପନ ପରେ ପ୍ରଶାସନିକ ସେବା ପ୍ରତି ତାଙ୍କ ଆଗ୍ରହ ବଢ଼ିଥିଲା। ଏଣୁ ସେ ପ୍ରସ୍ତୁତି ଆରମ୍ଭ କରି ଦେଇଥିଲେ। ଶେଷରେ ଚତୁର୍ଥ ପ୍ରୟାସରେ ସେ ସର୍ବଭାରତୀୟ ପ୍ରଶାସନିକ ସେବା(ୟୁପିଏସ୍‌ସି)ରେ ସଫଳତା ହାସଲ କରିଛନ୍ତି । କିନ୍ତୁ ଏହି ସଫଳତାରେ ପୂର୍ବରୁ ସେ କରିଥିବା ୩ ଥର ପ୍ରୟାସ ବହୁତ ସାହାଯ୍ୟ କରିଛି ଏବଂ ସେଥିପାଇଁ ସେ ସଫଳ ହୋଇଥିବା କହିଛନ୍ତି। ତେବେ ସେ ୨୪ ର଼୍ୟାଙ୍କରେ ରହିବେ ବୋଲି ତାଙ୍କ ଆଶା ନ ଥିଲା, ୨୦୦ ର଼୍ୟାଙ୍କ ମଧ୍ୟରେ ରହିଲେ ମଧ୍ୟ ଚଳିବ ବୋଲି ଭାବିଥିଲେ । ମାତ୍ର ୨୪ର଼୍ୟାଙ୍କରେ ରହି ନିଜେ ବହୁତ ଖୁସି ଅନୁଭବ କରୁଛନ୍ତି ବୋଲି ପ୍ରଜ୍ଞାନନ୍ଦନ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri