ୟୁପିଏସ୍‌ସିରେ ୨୪ ନଂ ର଼୍ୟାଙ୍କ ରଖିଲେ ବରଗଡ଼ ଡେପୁଟି କଲେକ୍ଟର ପ୍ରଜ୍ଞାନନ୍ଦନ ଗିରି, ୪ର୍ଥ ପ୍ରୟାସରେ ସଫଳ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟୀ କଲେକ୍ଟର ଭାବେ କାର୍ଯ୍ୟରତ ପ୍ରଜ୍ଞାନନ୍ଦନ ଗିରି ମଙ୍ଗଳବାର ପ୍ରକାଶ ପାଇଥିବା ସର୍ବଭାରତୀୟ ପ୍ରଶାସନିକ ସେବା (ୟୁପିଏସ୍‌ସି)ରେ ୨୪ ର଼୍ୟାଙ୍କରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ମୟୂରଭଞ୍ଜ ଜିଲା କରଞ୍ଜିଆ ନିବାସୀ ମା’ ମୀରାବାଲା, ବାପା ବିକ୍ରମ ଗିରିଙ୍କ ପୁଅ ପ୍ରଜ୍ଞାନନ୍ଦନ ଗତ ୨୦୨୦ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ଉତ୍ତୀର୍ଣ୍ଣ ହେବା ପରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟରଭାବେ ଯୋଗଦାନ କରି ଜରୁରୀକାଳୀନ ବିଭାଗରେ କାର୍ଯ୍ୟରତ ଅଛନ୍ତି । ଏବେ ସେ ନିଜ ସଫଳତାର ଶ୍ରେୟ ମା, ବାପା, ଗୁରୁଜନ, ସାଙ୍ଗସାଥୀଙ୍କୁ ଦେଇଛନ୍ତି।

ପ୍ରଜ୍ଞାନନ୍ଦନ ନିଜ ଗ୍ରାମ କରଞ୍ଜିଆ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରୁ ପାଠପଢ଼ା ଆରମ୍ଭ କରିଥିବାବେଳେ ଭୁବନେଶ୍ୱରସ୍ଥିତ ନାଇଜର୍‌ରେ ଇଣ୍ଟିଗ୍ରେଟେଡ୍‌ ଏମ୍‌ଏସ୍‌ସି କରିଥିଲେ। ତେବେ ପୂର୍ବରୁ ପ୍ରଜ୍ଞାନନନ୍ଦ ଜଣେ ବୈଜ୍ଞାନିକ ହେବାକୁ ଲକ୍ଷ୍ୟ ରଖିଥିଲେ । କିନ୍ତୁ ଇଣ୍ଟିଗ୍ରେଟେଡ୍‌ ଏମ୍‌ଏସ୍‌ସି ପାଠ ସମାପନ ପରେ ପ୍ରଶାସନିକ ସେବା ପ୍ରତି ତାଙ୍କ ଆଗ୍ରହ ବଢ଼ିଥିଲା। ଏଣୁ ସେ ପ୍ରସ୍ତୁତି ଆରମ୍ଭ କରି ଦେଇଥିଲେ। ଶେଷରେ ଚତୁର୍ଥ ପ୍ରୟାସରେ ସେ ସର୍ବଭାରତୀୟ ପ୍ରଶାସନିକ ସେବା(ୟୁପିଏସ୍‌ସି)ରେ ସଫଳତା ହାସଲ କରିଛନ୍ତି । କିନ୍ତୁ ଏହି ସଫଳତାରେ ପୂର୍ବରୁ ସେ କରିଥିବା ୩ ଥର ପ୍ରୟାସ ବହୁତ ସାହାଯ୍ୟ କରିଛି ଏବଂ ସେଥିପାଇଁ ସେ ସଫଳ ହୋଇଥିବା କହିଛନ୍ତି। ତେବେ ସେ ୨୪ ର଼୍ୟାଙ୍କରେ ରହିବେ ବୋଲି ତାଙ୍କ ଆଶା ନ ଥିଲା, ୨୦୦ ର଼୍ୟାଙ୍କ ମଧ୍ୟରେ ରହିଲେ ମଧ୍ୟ ଚଳିବ ବୋଲି ଭାବିଥିଲେ । ମାତ୍ର ୨୪ର଼୍ୟାଙ୍କରେ ରହି ନିଜେ ବହୁତ ଖୁସି ଅନୁଭବ କରୁଛନ୍ତି ବୋଲି ପ୍ରଜ୍ଞାନନ୍ଦନ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri