ବ୍ୟାଙ୍କ କାମ ସାରି ଘରକୁ ଫେରୁଥିଲେ, ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି; ଚାଲିଗଲା ପୂର୍ବତନ ଓ୍ବାର୍ଡ ସଦସ୍ୟାଙ୍କ ଜୀବନ…

ଦିଗପହଣ୍ଡି, ୨୩।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ପୂର୍ବତନ ୱାର୍ଡ ସଦସ୍ୟା ଝିଲି ସାହୁ (୪୦)ଙ୍କ ମୃତ୍ୟୁ ଘଟିଛି।

ସୂଚନା ଅନୁଯାୟୀ, ନୂଆ ମୌଳାଭଞ୍ଜା ଗ୍ରାମର କୃଷ୍ଣ ସାହୁଙ୍କ ସ୍ତ୍ରୀ ଝିଲି ଗୁରୁବାର ସକାଳେ କୌଣସି ବ୍ୟାଙ୍କ କାମରେ ଦିଗପହଣ୍ଡି ଆସିଥିଲେ। କାମ ସାରି ପ୍ରାୟ ସାଢେ ୧୦ଟା ସମୟରେ ସେ ଚାଲି ଚାଲି ନିଜ ଗାଁକୁ ଫେରୁଥିବା ବେଳେ ଦିଗପହଣ୍ଡି ବିଦ୍ୟୁତ ସବ-ଷ୍ଟେଶନ ନିକଟ ୩୨୬ ନଂ ଜାତୀୟ ରାଜପଥରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା।

ଦୁର୍ଘଟଣା ପରେ ଝିଲି ରାସ୍ତା କଡ଼ରେ ଗୁରୁତର ଅବସ୍ଥାରେ ପଡ଼ି ଛଟପଟ ହେଉଥିବା ଦେଖି ସେହି ବାଟ ଦେଇ ଯାଉଥିବା ଜଣେ ଅଟୋ ଚାଳକ ତାଙ୍କୁ ଉଦ୍ଧାର କରିଥିଲେ। ପ୍ରଥମେ ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲ (MKCG)କୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଆଜି ସାରେ ଗାଁ ଶ୍ମଶାନରେ ଏକ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri