୧୨ ବର୍ଷ ବୈବାହିକ ଜୀବନକୁ ଭୁଲି ଗଲେ; ଦ୍ୱିତୀୟ ସ୍ତ୍ରୀଙ୍କ ଲାଗି ପ୍ରଥମ ସ୍ତ୍ରୀଙ୍କୁ ମାଡ଼, ଛଡ଼ାଇନେଲେ…

ଦିଗପହଣ୍ଡି,୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ମହୁଡ଼ା ଚାଞ୍ଚଡାପଲ୍ଲୀ ଗ୍ରାମର ଉପେନ୍ଦ୍ର ଗୌଡ଼ ତାଙ୍କ ସ୍ତ୍ରୀ ଦ୍ରୌପଦୀ ଗୌଡ଼ଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଉପେନ୍ଦ୍ର ଗତ ପ୍ରାୟ ୧୨ ବର୍ଷ ପୂର୍ବେ ଦ୍ରୌପଦୀଙ୍କୁ ବିବାହ କରିଥିଲେ। ଉଭୟଙ୍କର ଗୋଟିଏ ପୁଅ ଏବଂ ଝିଅ ଅଛନ୍ତି। ଉପେନ୍ଦ୍ର ପୁଣି କୁକୁଡ଼ାଖଣ୍ଡି ବ୍ଲକ ବାଘଲଟି ଗ୍ରାମର ଅନ୍ୟ ଏକ ଝିଅକୁ ଘରକୁ ଆଣି ଦ୍ୱିତୀୟ ସ୍ତ୍ରୀ ଭାବେ ରଖିଥିବା ଅଭିଯୋଗ ହୋଇଛି। ଏନେଇ ଦ୍ରୌପଦୀ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ମାମଲା ନଂ.୧୯୬/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛନ୍ତି। ଗତ ବୁଧବାର ଅପରାହ୍ନ ପ୍ରାୟ ୨ଟାରେ ସ୍ବାମୀ ଉପେନ୍ଦ୍ର, ଶାଶୁ ଯମୁନା ଗୌଡ଼, ନଣନ୍ଦ ସାବିତ୍ରୀ ଗୌଡ଼ ଏବଂ ସୁନାଲି ଗୌଡ଼ ତାଙ୍କୁ ମାଡ଼ ମାରି ଅସଦାଚରଣ କରିବା ସହ ବେକରୁ ମଙ୍ଗଳସୂତ୍ର ଛଡାଇ ନେଇଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ବସ୍‌ରେ ବିପଦପୂର୍ଣ୍ଣ ଷ୍ଟଣ୍ଟ୍‌ ଶୋ’

ଝାରସୁଗୁଡ଼ା,୧୫ା୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ୪୯ ନମ୍ବର ଜାତୀୟ ରାଜପଥ ଏବଂ ବିଜୁ ଏକ୍ସପ୍ରେସ୍‌ ଓ୍ବେ ମରଣଯନ୍ତା ପାଲିଟିଛି। ପ୍ରତିଦିନ ଏହି ରାସ୍ତାରେ ଦୁର୍ଘଟଣା...

ପଡ଼ିଆରେ ଚରୁଥିବା ବେଳେ ହେଲା ବଜ୍ରପାତ

ଛତ୍ରପୁର,୧୮।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଚିକଲଖଣ୍ଡି ଗାଁ ନିକଟ ରାସ୍ତାରେ ଛେଳି ଚାଷୀମାନେ ଛେଳି ଚରାଇବା ବେଳେ ବଜ୍ରପାତ ଘଟି ୪୩ ଛେଳିଙ୍କ...

ଛେଳି ଗୋଟରେ ବଜ୍ରପାତ: ଆଉ ତା’ପରେ…

ପଡ଼ିଆବାହାଲ,୧୫।୬(ରାଧାମୋହନ ଷଡ଼ଙ୍ଗୀ): ସମ୍ବଲପୁର ଜିଲା ଜୁଯୋମୁରା ବ୍ଲକ ନୂଆଁ ବରଙ୍ଗାମାଳ ପଞ୍ଚାୟତ ସାପଲହରା ନିକଟରେ ରବିବାର ସାରେ ବଜ୍ରପାତ ଘଟି ୧୦ ଛେଳିଙ୍କ ମୃତ୍ୟୁ ଘଟିଛି।...

ପୂର୍ବତନ ବିଧାୟକଙ୍କ କାର୍‌ ସହ ପିଟିହେଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଆସୁଥିବା କାର୍‌

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌...

ପିତୃ ଦିବସରେ ଲଜ୍ଜା: ନାବାଳିକା ଝିଅକୁ ବଳାତ୍କାର ଅଭିଯୋଗରେ ବାପା ଗଲେ ଜେଲ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଆଜି ପିତୃ ଦିବସ। ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ୧୬ ବର୍ଷୀୟା...

କାର୍‌ରେ ଆସୁଥିବାବେଳେ ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ-ଝିଅ ଆହତ

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌...

ଆସନ୍ତାକାଲି ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୫ା୬: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା...

ବର୍ଷା ହେବାରୁ ବରଗଛ ମୂଳେ ନେଇଥିଲେ ଆଶ୍ରୟ, ଖୁବ୍‌ ଜୋର୍‌ରେ ବଜ୍ରପାତ ହେବାରୁ…

ପାଇକମାଳ,୧୫ା୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଳକ ଛିନ୍ଦେଇକେଲା ପଞ୍ଚାୟତ ବାରପଲିଆରେ ବ୍ରଜପାତରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri