ମନ୍ଦିର ପ୍ରତିଷ୍ଠାକୁ କେନ୍ଦ୍ରକରି ଜିଉରା ଗାଁ ଅଶାନ୍ତ; ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଉଗ୍ରରୂପ

ଦିଗପହଣ୍ଡି, ୩୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଅନ୍ତର୍ଗତ ଜିଉରା ଗ୍ରାମରେ ମା ‘ ରତ୍ନେଇ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଗ୍ରାମର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ଶୁକ୍ରବାର ଉଭୟ ଗୋଷ୍ଠୀ ବିବାଦର ସମାଧାନ ପାଇଁ ପାଟପୁର ଥାନାର ଦ୍ୱାରସ୍ଥ ହୋଇଥିବା  ଜଣାପଡ଼ିଛି। ଗ୍ରାମର ଦୁଇ ଗୋଷ୍ଠୀର ମୁଖିଆ ମାନେ ନିଜ ନିଜର ସମର୍ଥକଙ୍କୁ ନେଇ ପାଟପୁର ଥାନାରେ ଅଭିଯୋଗ କରିଛନ୍ତି। ଆଇଆଇସି ଦୀପ୍ତି ରଞ୍ଜନ ବେହେରା,ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ଉଭୟ ଗୋଷ୍ଠୀର ମୁଖିଆ ମାନଙ୍କୁ  ବୁଝା ଶୁଝା କରି ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ମିଳିମିଶି କରିବା ପାଇଁ ପରାମର୍ଶ ଦେଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ  ମା ‘ ରତ୍ନେଇ ଠାକୁରାଣୀ ମନ୍ଦିର ଜୀଉରା ଗ୍ରାମର ବଡ ସାହିରେ ଥିବା ବେଳେ ସେହି ସାହିର ପ୍ରାୟ ଶତାଧିକ ପରିବାର ମିଳିତ ଭାବେ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ କରିବା ପାଇଁ ନିଷ୍ପତ୍ତି ନେଇଥିବା ବେଳେ ଗ୍ରାମର  ଅନ୍ୟ ଗୋଷ୍ଠୀ  ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ଗ୍ରାମବାସୀ ସମ୍ମିଳିତ ଭାବେ ମିଳିମିଶି କରିବା ପାଇଁ ପାଇଁ ପ୍ରସ୍ତାବ ଦେଇଥିଲେ। ଏଥିରେ ସାହି ବାସିନ୍ଦା ସମ୍ମତି ପ୍ରଦାନ ନକରିବାରୁ ବିବାଦ ଉଗ୍ରରୂପ ନେଇଥିଲା। ଶୁକ୍ରବାର ରାତିରେ  ଗ୍ରାମରେ ହେବାକୁ ଥିବା ଶାନ୍ତି କମିଟି ବୈଠକରେ  ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା, ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି। ଜିଉରା ଗ୍ରାମର  ଗୋଟିଏ ଗୋଷ୍ଠୀ କଂଗ୍ରେସ ସମର୍ଥକ ଭାବେ ବହୁବର୍ଷ ହେଲା ରହିଥିବା ବେଳେ ଅନ୍ୟ ଗୋଷ୍ଠୀ  ବିଜେଡି ସମର୍ଥକ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri